August 22, 2026
Home » ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ନିଶା ନିବାରଣ ଓ ଡ୍ରଗ୍ସ ସଚେତନତା ଏବଂ ନିଶା ମୁକ୍ତ ଭାରତ ଉପରେ ସଚେତନତା ରାଲି

ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ନିଶା ନିବାରଣ ଓ ଡ୍ରଗ୍ସ ସଚେତନତା ଏବଂ ନିଶା ମୁକ୍ତ ଭାରତ ଉପରେ ସଚେତନତା ରାଲି

0
WhatsApp Image 2026-01-09 at 2.12.07 PM

ସୁବର୍ଣ୍ଣପୁର— ଆଜି ସୁବର୍ଣ୍ଣପୁର ଜ଼ିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ନିଶା ନିବାରଣ ଏବଂ ଡ୍ରଗ୍ ସଚେତନତା ଏବଂ ନିଶା ମୁକ୍ତ ଭାରତ”ବିଷୟ ଉପରେ ଏକ ଆଇନ ସଚେତନତା ରାଲି ବିକଳ୍ପ ବିବାଦ ସମାଧାନ କେନ୍ଦ୍ର ଠାରୁ ଆରମ୍ଭ ହୋଇ ସହର ପରିକ୍ରମା କରିଥିଲା I ଏହି ସଚେତନତା ରାଲି କୁ ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ବିଶ୍ୱ ବିଶୃତ କର ସବୁଜ ପତାକା ଦେଖେଇ ଉଦଘାଟନ କରିଥିଲେ I ଏଥିରେ ଅନ୍ୟ ମାନଙ୍କ ମଧ୍ୟରେ ଜ଼ିଲ୍ଲା ଆଇନ ସେବା ପ୍ରାଧିକରଣ ସୁବର୍ଣ୍ଣପୁର ର ସଚିବ ଦେବାଶିଷ ଦାସ, ମହିଳା କୋର୍ଟ ବିଚାରପତି ବବିତା ପାତ୍ର, ଉପଖଣ୍ଡ ସ୍ତରୀୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ସ୍ୱଦେଷ୍ଣା ପଟ୍ଟନାୟକ, ଦ୍ଵିତୀୟ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ମିସ ପ୍ରଣତି ରଥ ପ୍ରମୁଖ ଯୋଗ ଦେଇଥିଲେ I ଏହି ରାଲି ରେ ସୋନପୁର ମହାବିଦ୍ୟାଳୟ (NCC) ର ଛାତ୍ର ଛାତ୍ରୀ, ସାହାରା ଟ୍ରଷ୍ଟ ଉଚ୍ଚ ବିଦ୍ୟାଳୟ ର ଛାତ୍ର, ପି. ଏମ. ଶ୍ରୀ ମହାରାଜା ଉଚ୍ଚ ବିଦ୍ୟାଳୟ ର ଛାତ୍ର ଏବଂ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ର ଛାତ୍ରୀ ମାନେ ଯୋଗ ଦେଇଥିଲେ I ଏଥିରେ ପାରା ଲିଗାଲ ସ୍ବେଛାସେବୀ ଗୀତାଞ୍ଜଳି ରଣା, ଜ୍ୟୋତିଶ୍ରୀ ବେହୁରା, ଶାନ୍ତିଲତା ଜଗଦଲା ଏବଂ କୃପାଳିନୀ ଭରାସାଗର ଯୋଗ ଦେଇଥିଲେ I ଏହି କାର୍ଯ୍ୟକ୍ରମରେ ଜ଼ିଲ୍ଲା ଆଇନ ସେବା ପ୍ରାଧିକରଣ,ସୁବର୍ଣ୍ଣପୁର ର ବିନ୍ଦୁସାର ମହାପାତ୍ର, କେଶବ ଗୁରୁ, ଗୌରୀ ଶଙ୍କର ପାଣିଗ୍ରାହୀ, ସିଦ୍ଧlନ୍ତ କୁମାର ବାଘ, ଅନାମ ସାହୁ, ବେଣୁଧର ମଲ୍ଲିକ ଏବଂ ରଞ୍ଜନ କୁମାର ଭୋଇ ପ୍ରମୁଖ ସହଯୋଗ କରିଥିଲେ l

ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ..

Leave a Reply

Your email address will not be published. Required fields are marked *

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।