February 23, 2026
Home » ଜିଲ୍ଲା ସ୍ତରୀୟ ସଂସଦ କ୍ଷେତ୍ର ସଡକ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ

ଜିଲ୍ଲା ସ୍ତରୀୟ ସଂସଦ କ୍ଷେତ୍ର ସଡକ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ

0
WhatsApp Image 2025-01-28 at 11.59.19 PM

ରୟାଗଡ଼ ମାନ୍ୟବର କୋରାପୁଟ ଲୋକସଭା ସାଂସଦ ଶ୍ରୀଯୁକ୍ତ ସପ୍ତଗିରି ଉଲ୍ଲକାଙ୍କ ଅଧ୍ୟକ୍ଷତlରେ ଅଧ୍ୟକ୍ଷତରେ ଜିଲ୍ଲାସ୍ତରୀୟ ସାଂସଦ କ୍ଷେତ୍ର ସଡ଼କ ସୁରକ୍ଷl ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ମାବ୍ୟବର କୋରାପୁଟ ଲୋକସଭା ସାଂସଦ ଶ୍ରୀଯୁକ୍ତ ଉଲ୍ଲକା,ମାନ୍ୟବର ରାୟଗଡ ବିଧାୟକ ଶ୍ରୀଯୁକ୍ତ ଆପାଳ ସ୍ୱାମୀ କାଡ୍ରାକl, ଗୁଣୁପୁର ବିଧାୟକ,, ଶ୍ରୀଯୁକ୍ତ ସତ୍ୟଜିତ ଗମାଙ୍ଗ, ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀ,ସିଡିଓ ତଥା ଇଓ ଜିଲ୍ଲା ପରିଷଦ ଶ୍ରୀ ଅକ୍ଷୟ କୁମାର ଖେମୁଣ୍ଡୁ ଆଦି ଯୋଗଦାନ କରି ଜିଲ୍ଲାରେ ସଡ଼କ ଦୁର୍ଘଟଣା ମାମଲା ହ୍ରାସ କରିବା ନିମନ୍ତେ ଆଲୋଚନା କରିଥିଲେ । ସଡ଼କ ସୁରକ୍ଷା ନିମନ୍ତେ ବ୍ୟାପକ ଜନସଚେତନତା ସୃଷ୍ଟି କଲେ ମଧ୍ୟ ଦୁର୍ଘଟଣା ଜନିତ ମୃତ୍ୟ ହ୍ରାସ ପାଉ ନଥିବାରୁ ମାନ୍ୟବର ସାଂସଦ ଏହି ବୈଠକରେ ଉଦବେଗ ପ୍ରକାଶ କରିଥିଲେ । ସେହିପରି ମାନ୍ୟବର ବିଧାୟକ ରlୟଗଡ଼ ଓ ଗୁଣୁପୁର ଜିଲ୍ଲାର ବିଭିନ୍ନ କ୍ଷେତ୍ରରେ ବ୍ୟାପକ ଜଣସଚେତନତା ସୃଷ୍ଟି କରିବାକୁ କହିଥିଲେ ଓ ସେଥିର ନିଜେ ସାମିଲ ହେବାକୁ କହିଥିଲେ । ଏହି ବୈଠକରେ ଆଞ୍ଚଳିକ ପରିବହନ ଅଧିକlରୀ ଶ୍ରୀ ଶିବ ଶଙ୍କର ଚୌଧୁରୀ ବିସ୍ତୃତ୍ୱ ଭାବରେ ସଡ଼କ ସୁରକ୍ଷା କମିଟିର ଭୂମିକା ଓ ପଦକ୍ଷେପ ସମ୍ପର୍କରେ ଉପସ୍ଥାପନା କରିଥିଲେ ।

ଜିଲ୍ଲାରେ ବର୍ତମାନ ସୁଦ୍ଧା ୧,୮୧,୬୦୦ଟି ଗାଡି ପଞ୍ଜିକୃତ ହୋଇଥିବା ବେଳେ ୧,୪୩, ୪୬୪ଟି ଗାଡ଼ି ଚଳାଚଳ କରୁଛନ୍ତି l ପ୍ରତ୍ୟେକ ବର୍ଷ ଗାଡ଼ି ପଞ୍ଜିକରଣ ଜିଲ୍ଲାରେ ୧୬%ବୃଦ୍ଧି ପାଉଥିବା ପ୍ରକାଶ କରିଥିଲେ l ଏହି କମିଟି ଜିଲ୍ଲାରେ ସଡ଼କ ଦୁର୍ଘଟଣା ଜନିତ ମୃତ୍ୟୁକୁ ହ୍ରାସ କରିବା ନିମନ୍ତେ ପରିଚାଳନା କରିବା, ଦୁର୍ଘଟଣା ଜନିତ କରଣ ଅନୁଧ୍ୟାନ କରି ଚିହ୍ନଟ କରିବା, ଦୁର୍ଘଟଣା ସ୍ଥଳ ଚିହ୍ନଟ କରିବା,ଦୁର୍ଘଟଣା ହ୍ରାସ କରିବା ପାଇଁ ସଡ଼କ ସୁରକ୍ଷା କାର୍ଯ୍ୟ ଯୋଜନାକୁ ସୃଷ୍ଟି କରିବା ଓ କାର୍ଯ୍ୟକାରି କରିବା ଉପରେ ଧ୍ୟାନ ଦେବା । ସଚେତନତା ସମ୍ଭାନ୍ଧୀୟ ୪ଟାକାର୍ଯ୍ୟ ଯଥା ଶିକ୍ଷକ,କଡାକଡି ଯାଞ୍ଚ କରିବା, ଆଶୁ ଚିକିତ୍ସା ଏବଂ ଇଂଜିନରିଙ୍ଗ କାର୍ଯ୍ୟକାରୀ କରିବା ଆଦି ଉପରେ ଆଲୋଚନା କରାଯାଇଥିଲା। ସଡ଼କ ସୁରକ୍ଷା ମାସ ଜାନୁଆରୀ ୧ ତାରିଖ ଠାରୁ ଆରମ୍ଭ କରାଯାଇ ଆସନ୍ତା ଜାନୁଆରୀ ୩୧ତାରିଖ ଯାଏଁ ଜିଲ୍ଲାରେ ପାଳନ କରାଯାଉଛି l ଆଜିର ଏହି ବୈଠକରେ ଅନ୍ୟମାନଙ୍କ ଅତିରକ୍ତ ଆରଟିଓ,ଏମ୍ଭିଆଇ ରାଜ କୁମାର ବେହେରା,ଆରଟିଓ ଅଫିସର କର୍ମଚାରୀ,ବସ ମାଲିକ ସଙ୍ଘ, ଟ୍ରକ ମାଲିକସଙ୍ଘ,ଅଟଆସୋସିଏସନ,ଡ୍ରାଇଭର ମହାସଂଘ ଆଦି ଯୋଗଦେଇଥିଲେ l

ରିପୋର୍ଟ: ରାୟଗଡ଼ା ଜିଲ୍ଲା ଈପିଏରୁ ତିରୁମାଲା ପ୍ରସାଦ ପଟ୍ଟନାୟକ

Leave a Reply

Your email address will not be published. Required fields are marked *

You may have missed

ମିଶନ ଶକ୍ତି ବିଭାଗର ସମୀକ୍ଷା ବୈଠକ : ସ୍ଵୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ଉଦ୍ୟୋଗି ଭାବେ ଗଢ଼ି ତୋଳିବାକୁ ପ୍ରାଥମିକତା ଭୁବନେଶ୍ୱର, ୨୨.୦୨.୨୦୨୬ : ଭୁବନେଶ୍ୱରସ୍ଥିତ ମିଶନ ଶକ୍ତି ଭବନଠାରେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କ ଅଧ୍ୟକ୍ଷତାରେ ମିଶନ ଶକ୍ତି ବିଭାଗ ଏବଂ ଓଡ଼ିଶା ଜୀବିକା ମିଶନର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ବିଭାଗର ସମସ୍ତ ଶାଖାର କାର୍ଯ୍ୟକଳାପ ଓ ଜିଲ୍ଲାଭିତ୍ତିକ ପ୍ରଗତି ଉପରେ ସମୀକ୍ଷା କରାଯାଇଛି । ମାନ୍ୟବର ଉପମୁଖ୍ୟମନ୍ତ୍ରୀ ପ୍ରତ୍ୟେକ ଜିଲ୍ଲାର କାର୍ଯ୍ୟକଳାପ ଉପରେ ସମୀକ୍ଷା କରିଛନ୍ତି। ଚଳିତ ଆର୍ଥିକ ବର୍ଷର ସଫଳତା, ବିଭିନ୍ନ ଯୋଜନାର ପ୍ରଗତି, ବ୍ଯାଙ୍କ ଋଣ, ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ସୁଧ ଫେରସ୍ତ, ମହିଳାମାନଙ୍କୁ ଉଦ୍ୟୋଗପତି ଭାବେ ଗଢି ସେମାନଙ୍କ ଆୟବୃଦ୍ଧି କରିବା ସମ୍ପର୍କିତ ପଦକ୍ଷେପଗୁଡ଼ିକୁ ସେ ପର୍ଯ୍ୟବେକ୍ଷଣ କରିଛନ୍ତି । ଜିଲ୍ଲା ସ୍ତରୀୟ କର୍ମକର୍ତ୍ତା ମାନଙ୍କୁ ସମ୍ବୋଧିତ କରି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ମିଶନ ଶକ୍ତି ବିଭାଗ ମାଧ୍ୟମରେ ଓଡ଼ିଶାର ଲକ୍ଷାଧିକ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସହିତ ଯୋଡ଼ି ଆର୍ଥିକ, ସାମାଜିକ ଓ ଡିଜିଟାଲ ଭାବେ ସଶକ୍ତ ହୋଇପାରିଛନ୍ତି । ଏହି ବିଭାଗ ମହିଳାମାନଙ୍କୁ କେବଳ ଆତ୍ମନିର୍ଭର କରିବାରେ ସୀମିତ ରହିନାହିଁ, ସେମାନଙ୍କୁ ସଫଳ ଉଦ୍ୟୋଗୀ ଓ ସମାଜର ଅଗ୍ରଗାମୀ ନେତୃତ୍ୱ ଭାବେ ଗଢ଼ି ତୋଳିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଅଛି । ମିଶନ ଶକ୍ତି ଆଜି ମହିଳା ସଶକ୍ତିକରଣର ଏକ ଶକ୍ତିଶାଳୀ ଆନ୍ଦୋଳନରେ ପରିଣତ ହୋଇଛି, ଯାହା ମହିଳାମାନଙ୍କ ଜୀବନମାନ ଉନ୍ନତି ସହିତ ରାଜ୍ୟର ଆର୍ଥିକ ଉନ୍ନତିରେ ମଧ୍ୟ ମୂଲ୍ୟବାନ ଅବଦାନ ରଖୁଛି। ମହିଳାମାନଙ୍କୁ ଉଦ୍ୟୋଗୀ ଭାବେ ଗଢି ଅଧିକରୁ ଅଧିକ ‘ଲକ୍ଷପତି ଦିଦି’ ଏବଂ ‘ମହାଲକ୍ଷପତି ଦିଦି’ ପରିଣତ କରିବା ସରକାରଙ୍କ ପ୍ରାଥମିକ ଲକ୍ଷ୍ୟ ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ମତ ରଖିଛନ୍ତି । ଏଥି ପାଇଁ ଆସନ୍ତା ଆର୍ଥିକ ବର୍ଷରେ ବଜାର ସଂଯୋଗ, ଦକ୍ଷତା ବୃଦ୍ଧି, ପ୍ରଶିକ୍ଷଣ, ଆର୍ଥିକ ସହାୟତା ଓ ଡିଜିଟାଲ ସଶକ୍ତିକରଣ ଉପରେ ବିଶେଷ ଗୁରୁତ୍ୱ ଦିଆଯିବ । ଏହି ପଦକ୍ଷେପଗୁଡ଼ିକ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ମହିଳାମାନଙ୍କୁ ସ୍ଥାୟୀ ଜୀବିକା ଓ ସୁଦୃଢ଼ ଆର୍ଥିକ ସ୍ଥିତି ପ୍ରଦାନ କରିବ । ବୈଠକରେ ଚଳିତ ଆର୍ଥିକ ବର୍ଷର ଲକ୍ଷ୍ୟ ପୂରଣ ସହ ଆସନ୍ତା ଆର୍ଥିକ ବର୍ଷ ପାଇଁ ନିର୍ଦ୍ଧାରିତ ପ୍ରଥମିକତା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା, ଯାହା ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ଆର୍ଥିକ ଭାବେ ଆହୁରି ସଶକ୍ତ କରିବା ସହିତ ଉଦ୍ୟୋଗୀ ଭାବେ ପ୍ରତିଷ୍ଠିତ କରିବ । ଏହି ସମୀକ୍ଷା ବୈଠକରେ ମିଶନ ଶକ୍ତି ବିଭାଗର କମିଶନର-ତଥା-ସଚିବ ସୁଶ୍ରୀ ମାନସୀ ନିମ୍ବାଲ, ନିର୍ଦ୍ଦେଶିକା ଡ଼. ମୋନିକା ପ୍ରିୟଦର୍ଶିନୀଙ୍କ ସମେତ ମିଶନ ଶକ୍ତି ବିଭାଗ ଏବଂ ଓଡ଼ିଶା ଜୀବିକା ମିଶନର ବରିଷ୍ଠ ଅଧିକାରୀ ଏବଂ ସମସ୍ତ ଜିଲ୍ଲାର ଅଧିକାରୀମାନେ ଉପସ୍ଥିତ ଥିଲେ । ମହିଳା ସଶକ୍ତିକରଣ, ମହିଳା ନେତୃତ୍ୱାଧୀନ ବିକାଶ ଏବଂ ମହିଳାମାନଙ୍କୁ ଆର୍ଥିକ ଭାବେ ସ୍ୱାବଳମ୍ବୀ କରିବା ଦିଗରେ ମିଶନ ଶକ୍ତି ବିଭାଗର ଏହି ସମୀକ୍ଷା ବୈଠକ ଏକ ଦୃଢ଼ ପଦକ୍ଷେପ ବୋଲି ଆଶା କରାଯାଇଛି ।