May 27, 2026
Home » ଜିଲ୍ଲା ସ୍ତରୀୟ ସାମୁହିକ ଫାଇଲେରିଆ ଔଷଧ ସେବନ ଏବଂ ଜାତୀୟ କୃମି ନାଶକ ଦିବସର ଶୁଭାରମ୍ଭ

ଜିଲ୍ଲା ସ୍ତରୀୟ ସାମୁହିକ ଫାଇଲେରିଆ ଔଷଧ ସେବନ ଏବଂ ଜାତୀୟ କୃମି ନାଶକ ଦିବସର ଶୁଭାରମ୍ଭ

0
WhatsApp Image 2025-02-11 at 12.50.03 PM

ରାୟଗଡ ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀଙ୍କ ଅଧ୍ୟକ୍ଷତାରେ ତା.୧୦/୦୨/୨୫ ରିଖ ଆଜି ହାଟମୁନିଗୁଡାସ୍ଥିତ ଆଶ୍ରମ ବିଦ୍ୟାଳୟରେ ଜାତୀୟ କୃମିନାଶକ ଦିବସ ଏବଂ ଫାଇଲେରିଆ ନିରାକରଣ ଅଭିଯାନ ନିମନ୍ତେ ସାମୁହିକ ଔଷଧ ସେବନ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ବିଦ୍ୟାଳୟର ଛାତ୍ରୀ ମାନଙ୍କୁ ଔଷଧ ଖୁଆଇବା ସହିତ, ନିଜେ ଔଷଧ ସେବନ କରି ଜିଲ୍ଲାର ସମସ୍ତ ହିତାଧିକାରୀ ମାନଙ୍କୁ ଏହି ଔଷଧ ଖାଇବାପାଇଁ ଅନୁରୋଧ କରିଥିଲେ, ସରକାରଙ୍କ ଦ୍ଵାରା ପ୍ରଦାନ କରାଯାଉଥିବା ଏହି ଔଷଧ ଖାଇବା ଦ୍ବାରା ଆମ ଜିଲ୍ଲାକୁ ରକ୍ତ ହୀନତା ଓ ଫାଇଲେରିଆ ଭଳି ରୋଗ ରୁ ରକ୍ଷା କରି ପାରିବା ବୋଲି ନିଜ ବକ୍ତବ୍ୟ ରେ କହିଥିଲେ । ସାମୁହିକ ଔଷଧ ସେବନ ଅଭିଯାନ ସମୟରେ ୨ ବର୍ଷ ରୁ ଉର୍ଧ୍ଵ ପ୍ରତ୍ୟକ ପରିବାରର ସମସ୍ତ ସଦସ୍ୟଙ୍କୁ ଆଶା, ଅଙ୍ଗନବାଡି କର୍ମୀ ଓ ସ୍କୁଲ ଶିକ୍ଷକ ମାନେ ଆଲବେଣ୍ଡାଜୋଲ (କୃମିନାଶକ) , ଆଇଭରମେକ୍ଟିନ ଓ ଡିଇସି ବଟିକା ବା ଔଷଧ ଖୁଆଇବେ । ଏହି ଅଭିଯାନ ଚଳିତମାସ ୧୦ ତାରିଖ ଠାରୁ ୧୯ ତାରିଖ ପର୍ଯ୍ୟନ୍ତ ମୁନିଗୁଡା, ଜଗନ୍ନାଥପୁର, ବିଷମ କଟକ, ପଦ୍ମପୁର ଓ ଜେମାଦେଇପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିନସ୍ଥ ସମସ୍ତ ଗ୍ରାମ ଓ ଗୁଡାରୀ ବିଜ୍ଞାପିତ ଅଞ୍ଚଳର ସମସ୍ତ ୱାର୍ଡରେ ୨ ବର୍ଷରୁ ଉର୍ଦ୍ଧ ସମସ୍ତଙ୍କୁ ଜାତୀୟ ଫାଇଲେରିଆ ନିରାକରଣ କାର୍ଯ୍ୟକ୍ରମ ମାଧ୍ୟମରେ ଔଷଧ ବିତରକମାନେ ଘର ଘର ବୁଲି ବୟସ ଅନୁପାତରେ ଆଇଭରମେକ୍ଟିନ୍, ଡିଇସି ଓ ଆଲବେଣ୍ଡାଜୋଲ ବଟିକା ଖାଇବାକୁ ଦେବେ ।
ଏଠାରେ ଉଲ୍ଳେଖ୍ୟଯୋଗ୍ୟ ଯେ, ଜିଲ୍ଲା ରେ ୨୧୫୯ ଔଷଧ ବିତରକ ନିୟୋଜିତ ହୋଇ ମୋଟ ୫୦୪୭୫୪ ଜଣ ହିତାଧିକାରୀଙ୍କୁ ନିଜ ତତ୍ୱାବଧାନ ରେ ଖୁଆଇବେ । ହିତାଧିକାରୀମାନେ ଏହି ଔଷଧକୁ ଖାଦ୍ୟ ଖାଇବା ପରେ ଔଷଧ ବିତରକମାନଙ୍କ ସମ୍ମୁଖରେ ସେବନ କରିବା ଆବଶ୍ୟକ । ପ୍ରଥମେ ଆଇଭରମେକ୍ଟିନ୍, ଡିଇସି ବଟିକା ଖାଇବା ପରେ ଆଲବେଣ୍ଡାଜୋଲ ବଟିକା ଚୋବେଇ ଚୋବେଇ ଖାଇବାକୁ ଦିଆଯାଇଥାଏ । ଏହି ଔଷଧ ସେବନ କରିବା ଦ୍ୱାରା ହିତାଧିକାରୀ ମାନେ ଗୋଦର ଗୋଡ ଓ ହାଇଡ୍ରୋସିଲ ଭଳି ରୋଗ ତଥା ରକ୍ତହୀନତାରୁ ନିଜକୁ ରକ୍ଷା କରିପାରିବେ ।
ସେହିପରି ଭାବେ ଜାତୀୟ କୃମି ନାଶକ ଦିବସ କାର୍ଯ୍ୟକ୍ରମ ଅଧୀନରେ ୧ ରୁ ୧୯ ବର୍ଷ ବୟସର ସମସ୍ତ ଶିଶୁ ଓ କିଶୋର କିଶୋରୀ ତଥା ୨୦ ରୁ ୨୪ ବର୍ଷ ବୟସର ପ୍ରଜନନକ୍ଷମ ମହିଳାଙ୍କୁ କୃମି ସଂକ୍ରମଣର ମୁକ୍ତ କରିବା ପାଇଁ ଏକ ନିର୍ଦ୍ଧିଷ୍ଟ ଦିବସ ଧାର୍ଯ୍ୟ କରାଯାଇ ଔଷଧ ଦିଆଯାଇଥାଏ ଏବଂ ପ୍ରତିବର୍ଷ ଫେବୃଆରୀ ଏବଂ ଅଗଷ୍ଟ ମାସରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥାଏ । ଏହି ଦିନ ସରକାରୀ ଏବଂ ବେସରକାରୀ ବିଦ୍ୟାଳୟ ଏବଂ ଅଙ୍ଗନୱାଡି କେନ୍ଦ୍ରରେ ଜାତୀୟ କୃମି ନାଶକ ଦିବସର ଏକ କାର୍ଯ୍ୟକ୍ରମ କରାଯାଇ ସମସ୍ତ ପିଲାମାନଙ୍କୁ କୃମିନାଶକ ଔଷଧ ପ୍ରଦାନ କରାଯାଇଥାଏ । ଅନୁପସ୍ଥିତ କିମ୍ବା ଅସୁସ୍ଥତା ହେତୁ ଯଦି ଏହି ଦିବସରେ କୌଣସି ଶିଶୁ କୃମିନାଶକ ଔଷଧ ନେବାରୁ ବର୍ତ୍ତିଯାଇଥିଲେ, ମପ-ଅପ ଦିବସରରେ କୃମିନାଶକ ଔଷଧ ପ୍ରଦାନ କରାଯାଏ ।ଏହି କାର୍ଯ୍ୟକ୍ରମ ଅନ୍ତର୍ଗତ ୨୯୭୭୮୫ ଜଣ ହିତାଧିକାରୀଙ୍କୁ ଔଷଧ ପ୍ରଦାନ କରାଯିବାର ଲକ୍ଷ ଧାର୍ଯ୍ୟ କରାଯାଇଛି |
ବିଦ୍ୟାଳୟ ଏବଂ ଅଙ୍ଗନୱାଡିଭିତ୍ତିକ ଜାତୀୟ କୃମିନାଶକ କାର୍ଯ୍ୟକ୍ରମ ନିରାପଦ, ବ୍ୟୟବହୁଳ ଏବଂ ଏହା ଦ୍ୱାରା ଏହି ସେବା ପ୍ରତି ପିଲାଙ୍କ ନିକଟରେ ପହଞ୍ଚପାରେ । ଏହି କାର୍ଯ୍ୟକ୍ରମ ଦ୍ୱାରା ବିଦ୍ୟାଳୟରେ ଅନୁପସ୍ଥିତି ହ୍ରାସ ହେବା ସହିତ ଏହା ପିଲାମାନଙ୍କୁ ଏକ ସୁସ୍ଥ, ପୁଷ୍ଟିକର ପରିବେଶ ପ୍ରଦାନ କରିବାରେ ସହାୟକ ହେଉଛି । ପିଲାମାନଙ୍କୁ କୃମି ସଂକ୍ରମଣରୁ ରକ୍ଷା କରିବା ନିମନ୍ତେ ଆଲବେଣ୍ଟାଜୋଲ ବଟିକା ବେଶ ଲାଭଦାୟକ ହେଉଛି ଏବଂ ଏହା ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ବେଶ୍ ପ୍ରଭାବଶାଳୀ ।
ଜାତୀୟ କୃମିନାଶକ ଦିବସ ପ୍ରସ୍ତୁତି ପାଇଁ ଶିକ୍ଷକ ଏବଂ ଅଙ୍ଗନୱାଡି କର୍ମୀଙ୍କୁ ସେମାନଙ୍କର ଦାୟିତ୍ୱ ଏବଂ ବଟିକା ଖାଇବାର ପଦ୍ଧତି ତଥା ଏହି କାର୍ଯ୍ୟକ୍ରମର ଉତ୍ତମ ପରିଚାଳନା ପାଇଁ ତାଲିମ ଦିଆଯିବା ସହିତ ଏହାର ସଚେତନତା ସୃଷ୍ଟି କରିବା ପାଇଁ କୁହାଯାଇଥାଏ । ଏହି ସ୍ୱାସ୍ଥ୍ୟ ସେବା ନିମନ୍ତେ ଧାର୍ଯ୍ୟ କରାଯାଇଥିବା ଏକ ନିର୍ଦ୍ଦିଷ୍ଟ ଦିବସରେ ପିଲାମାନଙ୍କୁ କୃମିନାଶକ ବଟିକା ଦେବା ନିମନ୍ତେ ଏକତ୍ରିତ କରିବା ପାଇଁ ସୁନିଶ୍ଚିତ କରିବା ପାଇଁ ମଧ୍ୟ କୁହାଯାଇଥାଏ ।
ଉକ୍ତ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ମୁଖ୍ୟ ଚିକତ୍ସା ତଥା ଜନ ସ୍ବାସ୍ଥ୍ୟ ଅଧିକାରୀ ଡ଼ ଲାଲମୋହନ ରାଉତରାୟ, ଜିଲ୍ଲା ଜନ ସ୍ବାସ୍ଥ୍ୟ ଅଧିକାରୀ, ଅତିରିକ୍ତ ଜିଲ୍ଲା ଜନ ସ୍ବାସ୍ଥ୍ୟ ଅଧିକାରୀ (ପରିବାର କଲ୍ୟାଣ ) ଡା ମମତା ସାହୁ, ଜିଲ୍ଲା ଶିକ୍ଷା ଅଧିକାରୀ, ଜାତୀୟ ସ୍ୱାସ୍ଥ୍ୟ ମିଶନ ର ଜିଲ୍ଲା କାର୍ଯ୍ୟକ୍ରମ ପରିଚାଳକ ଶ୍ରୀ ରାଜେଶ୍ୱର ରାଓ ପଟ୍ଟନାୟକ, ବିଷମକଟକ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ର ଚିକିତ୍ସା ଅଧିକାରୀ ସମେତ ଅନ୍ୟ କର୍ମଚାରୀ ମାନେ ଉପସ୍ଥିତ ଥିଲେ ।

ରିପୋର୍ଟ:ରାୟଗଡ଼ା ଜିଲ୍ଲା ଈପିଏରୁ ତିରୁମାଲା ପ୍ରସାଦ ପଟ୍ଟନାୟକ

ଆଗାମୀ ରଥଯାତ୍ରା ରେ ଶ୍ରଦ୍ଧାଳୁ ଙ୍କୁ ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଉଛି। ଏ ନେଇ ଏକ ସମୀକ୍ଷା ବୈଠକ ପୁରୀ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି। ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମେତ ୩୦ ଟି ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଓ ୮ ଟି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଅତିରିକ୍ତ ବ୍ୟବସ୍ଥା କରାଯାଉଛି। ଏଥି ସହିତ ୧୦ ଶଯ୍ୟା ବିଶିଷ୍ଟ ୮ ଟି ଅତିରିକ୍ତ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରହିବ। ଏଥିରେ ଅତିରିକ୍ତ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀ ନିୟୋଜିତ ରହିବେ। ବଡଦାଣ୍ଡ ସମେତ ପୁରୀ ସହର ର ପ୍ରମୁଖ ସ୍ଥାନ ଗୁଡିକରେ ଆଶୁ ଚିକିତ୍ସା କେନ୍ଦ୍ର ଖୋଲାଯିବ।୫୦ ରୁ ଅଧିକ ଆମ୍ବୁଲାନ୍ସ ବିଭିନ୍ନ ସ୍ଥାନରେ ମୁତୟନ କରାଯିବ। ବିଭିନ୍ନ ସ୍ୱେଚ୍ଛାସେବି ସଂଗଠନ ଙ୍କ ସହାୟତା ନିଆଯିବ। ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀ ଉପସ୍ଥିତ ରହି ସ୍ୱାସ୍ଥ୍ୟ ସେବାର ତଦାରଖ କରିବେ। ଆଇ ସି ୟୁ, ଟ୍ରମା କେୟାର କେନ୍ଦ୍ର ପ୍ରସ୍ତୁତ କରି ରଖାଯିବ। ପୁରୀ ରେ ଥିବା ସବୁ ସହରାଞ୍ଚଳ ସ୍ୱାସ୍ଥ୍ୟ କେନ୍ଦ୍ର କୁ ପ୍ରସ୍ତୁତ ରଖାଯିବ। ରେଲୱେ ଷ୍ଟେସନ, ବସଷ୍ଟାଣ୍ଡ ରେ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲିବ। ଗୁରୁତର ରୋଗୀ ଙ୍କୁ କଟକ, ଭୁବନେଶ୍ୱର ସ୍ଥାନାନ୍ତର ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ହେବ। ଆମ୍ବୁଲାନ୍ସ ଗୁଡ଼ିକ ଯେଭଳି ସୁରୁଖୁରୁରେ ଯାତାୟାତ କରିପାରିବ ସେ ନେଇ ସ୍ୱତନ୍ତ୍ର ବ୍ୟବସ୍ଥା ହେବ। ରଥଯାତ୍ରା ସମୟରେ ଲୋକ ଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ୨ ଶହ ଡାକ୍ତର ଙ୍କୁ ନିୟୋଜିତ କରାଯିବ। ଅପମିଶ୍ରିତ ଓ ବାସୀ ଖାଦ୍ୟ ବିକ୍ରି ବନ୍ଦ ପାଇଁ ଖାଦ୍ୟ ନିରାପତ୍ତା ଅଧିକାରୀ ମାନେ ଯାଞ୍ଜ କରିବେ। ରଥଯାତ୍ରା ସ୍ୱାସ୍ଥ୍ୟ ସେବାକୁ ଶୃଙ୍ଖଳିତ କରିବା ପାଇଁ ଅନୁଷ୍ଠିତ ହୋଇଥିବା ବୈଠକ ରେ ପୁରୀ ମହାନଗର ନିଗମ ର କମିଶନର, ଅତିରିକ୍ତ ଜିଲ୍ଲାପାଳ, ଏସପି, ସ୍ୱାସ୍ଥ୍ୟ ବିଭାଗର ଅଧିକାରୀ, ବିଭିନ୍ନ ସ୍ୱେଚ୍ଛାସେବୀ ସଂଗଠନ ସାମିଲ ହୋଇଥିଲେ। ରଥଯାତ୍ରା ର ଭକ୍ତ ଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେଉଥିବା ସ୍ୱେଚ୍ଛାସେବୀ ଦେବାଶିଶ ମିଶ୍ର କୁହନ୍ତି, ରଥଯାତ୍ରା ଭିଡ଼ରେ ବଡ ଆମ୍ବୁଲାନ୍ସ ଯାତାୟାତ ରେ ବହୁତ୍ ସମସ୍ୟା ସୃଷ୍ଟି କରୁଛି। ଏଣୁ ଆମେ ଜିଲାପାଳ ଙ୍କୁ ପ୍ରସ୍ତାବ ଦେଲୁ କିଛି ଛୋଟ ଆମ୍ବୁଲାନ୍ସ ନିୟୋଜିତ କରାଯାଉ। ଏହା ଦ୍ଵାରା ଆମ୍ବୁଲାନ୍ସ ଯାତାୟାତ ରେ ସୁବିଧା ହେବା ସହ ଲୋକ ମାନେ ତ୍ୱରିତ ଚିକିତ୍ସା ସେବା ପାଇପାରିବେ। ଆଉ ଏକ ପ୍ରସ୍ତାବ ରହିଚି ବଡ ଦାଣ୍ଡ ରେ ଅଧିକ ଶୀତତାପ ନିୟନ୍ତ୍ରିତ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲାଯାଉ। ଏହା ଦ୍ଵାରା ଅଯଥା ରେ ଲୋକ ଙ୍କୁ ମୁଖ୍ୟ ଚିକିତ୍ସାଳୟ କୁ ନିଆନଯାଇ ଏହି ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ତ୍ୱରିତ ଚିକିତ୍ସା ସେବା ଯୋଗାଇ ହେବ । ଆମେ ଜିଲାପାଳ ଙ୍କୁ ଅନୁରୋଧ କରିଛୁ ଗୁଣ୍ଡିଚା ମନ୍ଦିର ନିକଟ ରେ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲାଯିବା ନେଇ ଅନୁମତି ଦିଆଯାଉ। ଏହା ହେଲେ ମନ୍ଦିର ଭିତରେ ଅବା ବାହାରେ କିଛି ଅଘଟଣ ଘଟିଲେ ସଙ୍ଗେ ସଙ୍ଗେ ଚିକିତ୍ସା ସେବା ଲୋକ ଙ୍କୁ ଓ ସେବାୟତ ଙ୍କୁ ଚିକିତ୍ସା ସେବା ଦେଇହେବ। ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା ନିଜ ପ୍ରତିକ୍ରିୟାରେ କହିଛନ୍ତି, ଚଳିତ ରଥଯାତ୍ରା ରେ ଲୋକ ଙ୍କୁ କିଭଳି ତ୍ୱରିତ ଚିକିତ୍ସା ସେବା ଯୋଗାଇ ହେବ ସେ ନେଇ ଏକ ମାର୍ଗଦର୍ଶିକା କରାଯାଇଛି। ବଡଦାଣ୍ଡ ସମେତ ବିଭିନ୍ନ ଗୁରୁତ୍ଵପୂର୍ଣ୍ଣ ସ୍ଥାନରେ ୮ ଟି ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରହିବ । ମୋଟ ୮୦ ବେଡ ବିଶିଷ୍ଟ ଏହି ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ସବୁ ପ୍ରକାର ଚିକିତ୍ସା ସେବା ବ୍ୟବସ୍ଥା ରହିବ। ସବୁ ପ୍ରକାର ଅତ୍ୟାଧୁନିକ ସ୍ୱାସ୍ଥ୍ୟ ସେବା ଉପକରଣ ଓ ସ୍ପେଶଲିଷ୍ଟ ଡାକ୍ତର ରହିବେ। ଏ ନେଇ ଆଜିର ବୈଠକ ରେ ଆଲୋଚୋନା ହେଲା। ଆମ୍ବୁଲାନ୍ସ କିଭଳି ଯାତାୟାତ କରିବ, ସ୍ୱେଚ୍ଛାସେବୀ ଙ୍କୁ ତାଲିମ ପ୍ରଦାନ ସେ ନେଇ ସବିଶେଷ ଆଲୋଚନା ହୋଇଛି। ମାର୍ଗଦର୍ଶିକା ଅନୁଯାୟୀ ରଥଯାତ୍ରା, ସୁନାବେଶ, ବାହୁଡ଼ା ରେ ସ୍ୱାସ୍ଥ୍ୟ ସେବା ଲୋକ ଙ୍କୁ ଯୋଗାଇ ଦିଆଯିବ। ଆଗାମୀ ଜୁନ ୨୯ ରେ ମହାପ୍ରଭୁ ଙ୍କ ସ୍ନାନଯାତ୍ରା ଓ ଜୁଲାଇ ୧୬ ରେ ରଥଯାତ୍ରା ଅନୁଷ୍ଠିତ ହେବ। ଏହି ଦୁଇ ଯାତ୍ରାରେ ଦଇତାପତି ସେବକ ଙ୍କ ଗୁରୁ ଦାୟିତ୍ୱ ରହିଛି । ଦଇତାପତି ସେବକମାନେ ମହାପ୍ରଭୁ ଙ୍କୁ ସ୍ନାନଯାତ୍ରାରେ ରତ୍ନସିଂହାସନ ରୁ ପହଣ୍ଡି ରେ ଆଣି ସ୍ନାନ ବେଦୀ କୁ ଆଣିବେ। ସେହିପରି ଆଗାମୀ ରଥଯାତ୍ରାରେ ମଧ୍ୟ ଦଇତାପତି ସେବକ ମାନେ ମହାପ୍ରଭୁ ଙ୍କୁ ପହଣ୍ଡି ଆଣି ରଥ ଉପରେ ଠାକୁର ଙ୍କୁ ବିରାଜମାନ କରାଇବେ। ତେବେ ଠାକୁର ଙ୍କ ପହଣ୍ଡି କିଭଳି ଶୃଙ୍ଖଳିତ ଓ ସୁରକ୍ଷିତ ଢଙ୍ଗରେ ହୋଇ ପାରିବ ସେ ନେଇ ସମୀକ୍ଷା କରିଛନ୍ତି ପୁରୀ ଜିଲ୍ଲାପାଳ ତଥା ଶ୍ରୀମନ୍ଦିର ଉପ ମୁଖ୍ୟପ୍ରଶାସକ ଦିବ୍ୟଜ୍ୟୋତି ପରିଡା। ଶ୍ରୀମନ୍ଦିର କାର୍ଯ୍ୟାଳୟ ରେ ଅନୁଷ୍ଠିତ ହୋଇଥିବା ବୈଠକ ରେ ଶ୍ରୀମନ୍ଦିର ଦଇତାପତି ନିଯୋଗ ର କର୍ମକର୍ତ୍ତା ଯୋଗ ଦେଇଥିଲେ।୨୦୨୪ ରଥଯାତ୍ରା ରେ ଆଡ଼ପ ମଣ୍ଡପ ବିଜେ ବେଳେ ବଡ ଠାକୁର ଶ୍ରୀବଳଭଦ୍ର ରଥ ରୁ ଚାରମାଳ କୁ ଖସି ପଡ଼ିଥିଲେ। ଏଣୁ ଏଭଳି ଅଘଟଣ କିଭଳି ଆଗାମୀ ଦିନରେ ହେବ ନାହିଁ ଏବଂ ଶୃଙ୍ଖଳିତ ଢଙ୍ଗରେ ପହଣ୍ଡି କାର୍ଯ୍ୟ ସମାପନ ହେବ ସେ ନେଇ ଜିଲ୍ଲାପାଳ ଆଲୋଚନା କରିଥିଲେ। ପହଣ୍ଡି ପାଇଁ ପ୍ରଶାସନ ଦ୍ୱାରା ନିର୍ଦ୍ଧାରିତ ସଂଖ୍ୟାରୁ ଯେଭଳି ଅଧିକ ସେବକ ନ ରହିବେ ସେ ନେଇ ଆଲୋଚନା ହୋଇଥିଲା। ସେହିପରି ନିର୍ଦ୍ଧାରିତ ସମୟ ଅନୁସାରେ ସମସ୍ତ ନୀତି ଯେଭଳି ପାଳନ ହେବ ସେ ନେଇ ମଧ୍ୟ ଆଲୋଚାନା ହୋଇଛି। ତେବେ ମହାପ୍ରଭୁ ସ୍ନାନଯାତ୍ରା, ଅଣସର, ନବଯୌବନ, ନେତ୍ରୋତ୍ସବ ସମସ୍ତ ନୀତି ଶୃଙ୍ଖଳିତ କରିବାକୁ ବାଡଗ୍ରାହୀ ସେବକ ମତ ରଖିଛନ୍ତି। ଦଇତାପତି ସେବକ ଭବାନୀ ଦାସ ମହାପାତ୍ର ନିଜ ପ୍ରତିକ୍ରିୟାରେ କୁହନ୍ତି, ଆଗାମୀ ରଥଯାତ୍ରା ରେ କିଭଳି ମହାପ୍ରଭୁ ଙ୍କ ସମସ୍ତ ନିତିକାନ୍ତି, ଭକ୍ତ ଙ୍କ ଦର୍ଶନ ସୁରୁଖୁରୁରେ ଶୃଙ୍ଖଳିତ ଭାବରେ ହୋଇପାରିବ ସେ ନେଇ ଜିଲ୍ଲାପାଳ ଙ୍କ ସହ ଆଲୋଚନା ହୋଇଛି। ସେବାୟତ ଙ୍କ ମଧ୍ୟରେ ଯେଭଳି ଏକ ସମନ୍ଵୟ ରହିବ ସେ ନେଇ ଆଲୋଚନା ହୋଇଥିଲା। ମହାପ୍ରଭୂ ଙ୍କ ପହଣ୍ଡି କିଭଳି ଶୃଙ୍ଖଳିତ ଢଙ୍ଗରେ ହୋଇପାରିବ ସେ ନେଇ ମଧ୍ୟ ଆଲୋଚନା ହୋଇଥିଲା। ତେବେ ମହାପ୍ରଭୁ ଙ୍କ କାର୍ଯ୍ଯ କୁ ଶୃଙ୍ଖଳିତ ଭାବରେ କରିବା ପାଇଁ ଦଇତାପତି ସେବକ ସମ୍ପୂର୍ଣ ପ୍ରସ୍ତୁତ ରହିଚନ୍ତି। ଏହି ଭରସା ଆମେ ପ୍ରଶାସନ କୁ ଦେଇଛୁ। ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ନିଜ ପ୍ରତିକ୍ରିୟାରେ କହିଛନ୍ତି, ଆଗାମୀ ରଥଯାତ୍ରା କୁ ଶୃଙ୍ଖଳିତ ଭାବେ ଆୟୋଜନ ନେଇ ସବୁ ସେବାୟତ ବିଯୋଗ ସହ ଆଲୋଚନା କରାଯାଉଛି। ମହାପ୍ରଭୁ ଙ୍କ ଶୃଙ୍ଖଳିତ ନୀତି କାନ୍ତି ଓ ପହଣ୍ଡି ପ୍ରସଙ୍ଗ ରେ ମଧ୍ୟ ଦଇତାପତି ସେବକ ଙ୍କ ସହ ଆଲୋଚନା ହୋଇଛି। ଆମର ଆଶା ରହିଛି ମହାପ୍ରଭୁ ଙ୍କ କୃପାରୁ ରଥଯାତ୍ରା ସୁରୁଖୁରୁରେ ସମାପନ ହେବ।

Leave a Reply

Your email address will not be published. Required fields are marked *

You may have missed