December 3, 2025
Home » ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର

ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର

0
WhatsApp Image 2025-10-27 at 5.41.20 PM (2)
ବରଗଡ଼: ଗାଇସିଲେଟ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲଙ୍କ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଗୋୟଲଙ୍କ ବ୍ୟତୀତ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଲଲାଟ କୁମାର ଲୁହା, ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଶ୍ରୀ ପାଣ୍ଡବ ଶବର, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଶ୍ରୀ କୁବେର ମହନ୍ତ ଏବଂ ବ୍ଲକ ଅଧ୍ୟକ୍ଷ ଶ୍ରୀ ପ୍ରଣୟ କୁମାର ସାହୁ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ ।
ଜିଲ୍ଲାପାଳ ଜନ ଅଭିଯୋଗ ଶୁଣାଣି ପୂର୍ବରୁ ଗାଇସିଲେଟ ବ୍ଲକ OSWAN ହଲ ଠାରେ ଉପସ୍ଥିତ ରହି ସମସ୍ତ ବ୍ଲକ ସ୍ତରୀୟ କର୍ମଚାରୀଙ୍କୁ ସାଧୁତାର ଶପଥ ପାଠ କରାଇଥିଲେ ।
ସୂଚନାଯୋଗ୍ୟକି, ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ, କୃଷି ଆଦି ସମସ୍ୟା ଆଧାରିତ ସମୁଦାୟ ୧୪୧ ଗୋଟି  ଅଭିଯୋଗ ମଧ୍ୟରୁ ୯୮ ଗୋଟି ବ୍ୟକ୍ତିଗତ ଏବଂ ୪୩ ଗୋଟି ସାମୁହିକ ଅଭିଯୋଗର ଶୁଣାଣି କରି ସମସ୍ତ ସମସ୍ୟା ଗୁଡ଼ିକର ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
ବରଗଡ଼ ଜିଳ୍ଳା ପ୍ରତିନିଧି ଇପିଏରୁ କ୍ଷମା ନିଧି ବଣ୍ଡୁକିଙ୍କ ରିପୋର୍ଟ(ଇଷ୍ଟର୍ଣ୍ଣ ପ୍ରେସ୍‌ଏଜେନ୍ସୀ)

Leave a Reply

Your email address will not be published. Required fields are marked *