ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର
ବରଗଡ଼: ବରପାଲି ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ରବୀନ୍ଦ୍ରନାଥ ଶତପଥୀଙ୍କ ମିଳିତ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ଶତପଥୀଙ୍କ ସମେତ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଲଲାଟ କୁମାର ଲୁହା, ଉପଜିଲ୍ଲାପାଳ ଶ୍ରୀ ପ୍ରସନ୍ନ କୁମାର ପାଣ୍ଡେ, ଅତିରିକ୍ତ ଜିଲ୍ଲା ଚିକିତ୍ସା ଅଧିକାରୀ, ବରପାଲି ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ସୁମନ୍ତ କୁମ୍ଭାର ଏବଂ ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ରୀନା ଥଇତ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ ।

ସୂଚନାଯୋଗ୍ୟ କି, ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ, କୃଷି ଆଦି ସମସ୍ୟା ଆଧାରିତ ସମୁଦାୟ ୮୦ ଗୋଟି ଅଭିଯୋଗ ମଧ୍ୟରୁ ୭୦ ଗୋଟି ବ୍ୟକ୍ତିଗତ ଏବଂ ୧୩ ଗୋଟି ସାମୁହିକ ଅଭିଯୋଗର ଶୁଣାଣି କରି ସମସ୍ତ ସମସ୍ୟା ଗୁଡିକର ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
ଇପିଏରୁ ବରଗଡ଼ ଜିଲ୍ଲା ପ୍ରତିନିଧି କ୍ଷମାନି ଧି ବଣ୍ଡୁକିଙ୍କ ରିପୋର୍ଟ.
