ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର
ସୋହେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନାଙ୍କ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନାଙ୍କ ସମେତ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଲଲାଟ କୁମାର ଲୁହା, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ. କୁବେର ମହନ୍ତ, ଉପଜିଲ୍ଲାପାଳ ଶ୍ରୀ ହେମସାଗର ଭୋଇ ଏବଂ ବ୍ଲକ ଅଧ୍ୟକ୍ଷା ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ ।


ସୂଚନାଯୋଗ୍ୟ କି, ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ, କୃଷି ଆଦି ସମସ୍ୟା ଆଧାରିତ ସମୁଦାୟ ୨୭୫ ଗୋଟି ଅଭିଯୋଗ ମଧ୍ୟରୁ ୨୫୩ ଗୋଟି ବ୍ୟକ୍ତିଗତ ଏବଂ ୨୨ ଗୋଟି ସାମୁହିକ ଅଭିଯୋଗର ଶୁଣାଣି କରି ସମସ୍ତ ସମସ୍ୟା ଗୁଡିକର ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
ଇପିଏରୁ ବରଗଡ଼ ଜିଲ୍ଲା ପ୍ରତିନିଧି କ୍ଷମାନି ଧି ବଣ୍ଡୁକିଙ୍କ ରିପୋର୍ଟ.
