June 2, 2026
Home » ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି

0
WhatsApp Image 2026-06-01 at 9.20.02 PM
ବରଗଡ଼: ଅତାବିରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ରବୀନ୍ଦ୍ର ନାଥ ଶତପଥୀଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ଶତପଥୀଙ୍କ ସମେତ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଲଲାଟ କୁମାର ଲୁହା, ବରଗଡ଼ ଉପ-ଜିଲ୍ଲାପାଳ ଶ୍ରୀ ପ୍ରସନ୍ନ କୁମାର ପାଣ୍ଡେ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର କୁବେର ମହନ୍ତ, ଅତାବିରା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ରିପୁନାଥ ସୁନା, ବ୍ଲକ ଅଧ୍ୟକ୍ଷା ଗୀତାଞ୍ଜଳି ନାୟକ ଏବଂ ବ୍ଲକ ଉପାଧ୍ୟକ୍ଷ ଶ୍ରୀ ଅନନ୍ତ ମେହେର ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ ।
ସୂଚନାଯୋଗ୍ୟ କି, ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ, କୃଷି ଆଦି ସମସ୍ୟା ଅଧାରିତ ସମୁଦାୟ ୧୫୯ ଗୋଟି  ଅଭିଯୋଗ ମଧ୍ୟରୁ ୧୩୯ ଗୋଟି ବ୍ୟକ୍ତିଗତ ଏବଂ ୨୦ ଗୋଟି ସାମୁହିକ ଅଭିଯୋଗର ଶୁଣାଣି କରି ସମସ୍ତ ସମସ୍ୟା ଗୁଡିକର ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
ଇପିଏରୁ ବରଗଡ଼ ଜିଲ୍ଲା ପ୍ରତିନିଧି କ୍ଷମାନି ଧି ବଣ୍ଡୁକିଙ୍କ ରିପୋର୍ଟ.

Leave a Reply

Your email address will not be published. Required fields are marked *