December 21, 2025
Home » ଜିଲ୍ଲାସ୍ତରୀୟ  ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ

ଜିଲ୍ଲାସ୍ତରୀୟ  ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ

0
WhatsApp Image 2025-12-03 at 3.07.29 PM
ଅନ୍ତର୍ଭୁକ୍ତି ଏବଂ ଅଭିଗମ୍ୟତା ଦ୍ୱାରା ଭିନ୍ନକ୍ଷମଙ୍କ ସଶକ୍ତିକରଣ ସମ୍ଭବ: ଜିଲ୍ଲାପାଳ
ବରଗଡ:ଜିଲ୍ଲା ପ୍ରଶାସନ ତଥା ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ମିଳିତ ଆନୁକୂଲ୍ୟରେ ସ୍ଥାନୀୟ ଯଦୁମଣି ଅଡିଟରୀୟମ ଠାରେ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ ହୋଇଯାଇଛି । ଭିନ୍ନକ୍ଷମଙ୍କ ଅନ୍ତର୍ଭୁକ୍ତି, ଅଭିଗମ୍ୟତା ଏବଂ ସଶକ୍ତିକରଣକୁ ପ୍ରୋତ୍ସାହନ ଦେବା ପାଇଁ ଆୟୋଜିତ ଏହି ସମାରୋହରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ ଯୋଗ ଦେଇଥିବା ବେଳେ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମିନା, ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ମଧୁଛନ୍ଦା ସାହୁ, ଜିଲ୍ଲାପରିଷଦ ଅଧ୍ୟକ୍ଷା ଶ୍ରୀମତୀ ମାନିନୀ ଭୋଇ, ପୌରାଧ୍ୟାକ୍ଷା  ଶ୍ରୀମତୀ କଳ୍ପନା ମାଝୀ ଏବଂ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ପ୍ରହଲ୍ଲାଦ ଖୋସ୍ଲା ସମ୍ମାନିତ ଅତିଥିଭାବେ ଯୋଗ ଦେଇଥିଲେ I
ଭିନ୍ନକ୍ଷମଙ୍କ ଅଧିକାର ତଥା କଲ୍ୟାଣକୁ ଆଗକୁ ବଢ଼ାଇବା ପାଇଁ ଜିଲ୍ଲା ପ୍ରଶାସନ ପ୍ରତିଶୃତିବଦ୍ଧ I ଭିନ୍ନକ୍ଷମ ବ୍ୟକ୍ତିଙ୍କ ସାମାଜିକ ସୁରକ୍ଷା ଏବଂ ସଶକ୍ତିକରଣ ନିମନ୍ତେ ସମସ୍ତ ଅଂଶଗ୍ରହଣକାରୀ ଏବଂ ସମର୍ଥକମାନଙ୍କୁ ଅଧିକ ଅନ୍ତର୍ଭୂକ୍ତ କରିବା ତଥା ସୁବିଧାଜନକ ପରିବେଶ ସୃଷ୍ଟି ପାଇଁ ସରକାରଙ୍କ ତରଫରୁ ଅନେକ ଯୁଗାନ୍ତକାରୀ ପଦକ୍ଷେପ ନିଆଯାଇଛି ବୋଲି ଜିଲ୍ଲାପାଳ ଶ୍ରୀ ଗୋୟଲ କହିଥିଲେ। ଅନ୍ୟ ସମସ୍ତ ସମ୍ମାନିତ ଅତିଥି ମନେ ଭିନ୍ନକ୍ଷମଙ୍କୁ ସଶକ୍ତ କରିବାରେ ସଭିଙ୍କର ମିଳିତ ଯୋଗଦାନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ I
ଭିନ୍ନକ୍ଷମଙ୍କୁ ସମାଜର ସବୁ ସ୍ତରରେ ସାମାଜିକ ସୁରକ୍ଷା ଯୋଗାଇ ଦେଇ ସେମାନଙ୍କୁ ସ୍ୱାବଲମ୍ବୀ କରାଇବା ବର୍ତ୍ତମାନର ସବୁଠାରୁ ବଡ ଆବଶ୍ୟକତା ବିଷୟରେ ନିଜର ବାର୍ତ୍ତା ରଖିଥିଲେ I ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ତାହିର ହୁସେଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମ ପାଳନ ଅବସରରେ ସକାଳ ଘ. ୮.୩୦ ସମୟରେ ବାପୁଜୀ ସ୍ୱତନ୍ତ୍ର ବିଦ୍ୟାଳୟ ଠାରୁ ଯଦୁମଣି ଓଡିଟୋରିୟମ ପର୍ଯ୍ୟନ୍ତ ଏକ ସଚେତନତା ରାଲି (ୱାକାଥନ୍) ଆୟୋଜନ କରାଯାଇଥିଲା I ଏହାପରେ ଅଡିଟରୀୟମ ଠାରେ ଆୟୋଜିତ ହୋଇଥିବା ଏକ ସାଧାରଣ ସଭାରେ ଭିନ୍ନକ୍ଷମ ଖେଳାଳି ତଥା ଭିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଥିବା ଭିନ୍ନକ୍ଷମ ବ୍ୟକ୍ତିଙ୍କୁ ସମ୍ମାନିତ କରାଯାଇଥିଲା I
ଇପିଏରୁ ବରଗଡ଼ ଜିଲ୍ଳା ପ୍ରତିନିଧି କ୍ଷମା ନିଧି ବଣ୍ଡୁକିଙ୍କ ରିପୋର୍ଟ( ଇଷ୍ଟର୍ଣ୍ଣ ପ୍ରେସ୍‌ ଏଜେନ୍ସୀ)

Leave a Reply

Your email address will not be published. Required fields are marked *