February 10, 2026
Home » ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ

ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ

0
WhatsApp Image 2025-10-11 at 2.59.57 PM

 

ମାଲକାନଗିରି ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ ସ୍ଥାନୀୟ ମାଲ୍ୟବନ୍ତ ଛାତ୍ରାବାସ ପ୍ରାଙ୍ଗଣରେ ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ୨୦୨୫ ପାଳନ ହୋଇଯାଇଛି। ଏହି ସମାରୋହର ମୁଖ୍ୟ ଅତିଥି ରୂପେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୋମନାଥ ପ୍ରଧାନ ଯୋଗ ଦେଇଥିଲେ । ମୁଖ୍ୟ ଅତିଥି ସୁସ୍ଥ ସମାଜ ଗଠନ ଦିଗରେ ବରିଷ୍ଠ ନାଗରିକ ମାନଙ୍କର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ନିଜ ମତ ରଖିଥିଲେ ଏବଂ ଯୁବ ପିଢିଙ୍କୁ ଉଚିତ୍ ମାର୍ଗ ଦର୍ଶନ ଦେବା ନିମନ୍ତେ ଉପସ୍ଥିତ ସମସ୍ତ ବରିଷ୍ଠ ନାଗରିକଙ୍କୁ ଆହ୍ବାନ ଦେଇଥିଲେ। ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ, ଶ୍ରୀ ନିର୍ମଳ ଧାରୁଆ ସ୍ଵାଗତ ଭାଷଣ ପ୍ରଦାନ କରିଥିଲେ ।ଅନ୍ୟମାନଙ୍କ ମଧ୍ୟରେ ଅବସରପ୍ରାପ୍ତ ସାମାଜିକ ସୁରକ୍ଷା ଅଧିକାରୀ, ପଦ୍ମରଞ୍ଜନ ଦାସ, ଅବସରପ୍ରାପ୍ତ ଶିକ୍ଷାବିତ୍, ରବୀନ୍ଦ୍ରନାଥ ମହାରଣା, , ଡ଼ା ଦୁର୍ଗା ପ୍ରସାଦ ରାଜ୍, ଡି ଏସ ପି ଅମେନ ଲାକ୍ରା, ଅଶୋକ ସାମଲ, ସଚିବ, ଅବସରପ୍ରାପ୍ତ କର୍ମଚାରୀ ସଂଘ, ଦୁର୍ଯ୍ୟାଧାନ ପାତ୍ର ପ୍ରମୁଖ ମଞ୍ଚାସିନ ଥିଲେ। ସମାରୋହରେ ପ୍ରଥମେ ସମସ୍ତ ବରିଷ୍ଠ ନାଗରିକ ଯୋଗ ଏବଂ ପ୍ରାଣାୟମ କରିଥିଲେ। ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କ ତତ୍ତ୍ଵାବଧାନରେ ସମସ୍ତ ବରିଷ୍ଠ ନାଗରିକଙ୍କ ସ୍ଵାସ୍ଥ୍ୟ ପରୀକ୍ଷା କରାଯାଇଥିଲା।ଏହି କାର୍ଯ୍ୟକ୍ରମ ରେ ଆୟୁଷ୍ମାନ କାର୍ଡ, ଵୟୋବନ୍ଦନା ଯୋଜନା ପ୍ରବୃତି ରେ ବରିଷ୍ଠ ନାଗରିକମାନଙ୍କ ସାମିଲ କରାଯାଇଥିଲା l ଏହାପରେ ଏକ ସାଧାରଣ ସଭାର ଆୟୋଜନ ହୋଇଥିଲା। ମଧ୍ୟାହ୍ନ ଭୋଜନ ପରେ ଏକ ସାଂସ୍କୃତିକ କାର୍ଯ୍ୟକ୍ରମ ହୋଇଥିଲା ।ପରିଶେଷରେ ଯୋଗ ଦେଇଥିବା ସମସ୍ତ ବରିଷ୍ଠ ନାଗରିକଙ୍କୁ କିଛି ଉପହାର ଦିଆଯାଇ କାର୍ଯ୍ୟକ୍ରମକୁ ସମାପ୍ତ କରାଯାଇଥିଲା। ପରିଶେଷରେ ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ରାଜୀବ ପୂଜାରୀ ଧନ୍ୟବାଦ୍ ଅର୍ପଣ କରିଥିବା ବେଳେ ଅବସରପ୍ରାପ୍ତ ଶିକ୍ଷାବିତ ରବୀନ୍ଦ୍ର ମହାରଣା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

ରିପୋର୍ଟ: ମାଲକାନଗିରି ଜିଲ୍ଲା ଈପିଏରୁ ତିରୁମାଲା ପ୍ରସାଦ ପଟ୍ଟନାୟକ

Leave a Reply

Your email address will not be published. Required fields are marked *