August 20, 2026
Home » ଜିଲ୍ଲାସ୍ତରୀୟ ସମୀକ୍ଷା ସମିତି (DLRC) ଓ ଜିଲ୍ଲା ପରାମର୍ଶଦାତା ସମିତି (DCC) ବୈଠକ ଅନୁଷ୍ଠିତ

ଜିଲ୍ଲାସ୍ତରୀୟ ସମୀକ୍ଷା ସମିତି (DLRC) ଓ ଜିଲ୍ଲା ପରାମର୍ଶଦାତା ସମିତି (DCC) ବୈଠକ ଅନୁଷ୍ଠିତ

0
WhatsApp Image 2026-07-08 at 1.26.17 PM

କଟକ: କଟକ ଜିଲ୍ଲାସ୍ତରୀୟ ସମୀକ୍ଷା ସମିତି (DLRC) ଓ ପରାମର୍ଶଦାତା ସମିତି (DCC) ବୈଠକ ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ମାନ୍ୟବର ସାଂସଦ କଟକ ଡଃ ଭର୍ତ୍ତୁହରି ମହତାବଙ୍କ ଅଧ୍ୟକ୍ଷତା ଏବଂ ଜିଲ୍ଲାପାଳ ଓ ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେଙ୍କ ପ୍ରତ୍ୟକ୍ଷ ତତ୍ଵାବଧାନରେ ଅନୁଷ୍ଠିତ ହୋଇଯାଇଅଛି । ପୂର୍ବ ବୈଠକରେ ନିଆଯାଇଥିବା ନିଷ୍ପତି ଅନୁସାରେ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିବା ସହ ଋଣ ବଣ୍ଟନ ଓ ଅଧିକ ବ୍ୟାଙ୍କ ଖୋଲିବା, ଲୋକଙ୍କ ସୁବିଧା ଅନୁସାରେ ବ୍ୟାଙ୍କର ସ୍ତାନାନ୍ତରଣ ଆଦି ଉପରେ ଆଲୋଚନା କରାଯାଇଥିଲା । ଆଜିର ବୈଠକରେ ବିଭିନ୍ନ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ଅଧୀନରେ ହିତାଧିକାରୀଙ୍କୁ ଋଣ ଯୋଗାଣ ଉପରେ ମଧ୍ୟ ଆଲୋଚନା ହୋଇଥଲା । ଏଥି ସହ ଉପସ୍ଥିତ ବ୍ୟାଙ୍କ ଗୁଡିକରେ ବିଭିନ୍ନ ବିଭାଗର ଋଣ ଅନୁମୋଦନ ପାଇଁ ବାକି ଥିବା କାର୍ଯ୍ୟ ଗୁଡିକ ତୁରନ୍ତ ସମାଧାନ କରିବାକୁ ଡଃ ମହତାବ ନିର୍ଦ୍ଦେଶ ଦେବା ସହ କୃଷି , ପଶୁପାଳନ, ମତ୍ସ୍ୟ, ଉଦ୍ୟାନ କୃଷି ଆଦି କ୍ଷେତ୍ରରେ ଅଧିକରୁ ଅଧିକ ଋଣ ପ୍ରଦାନ କରି ଜିଲ୍ଲାର ଉନ୍ନତିରେ ସହଯୋଗ କରିବାକୁ ପରାମର୍ଶ ଦେଇଥିଲେ । ଏହି ସମୀକ୍ଷା ବୈଠକରେ ପ୍ରଧାନମନ୍ତ୍ରୀ ଜନଧନ ଯୋଜନା, ପିଏମ ସ୍ଵନିଧି , ପିଏମ୍ ବିଶ୍ଵକର୍ମା,ପିଏମ୍ ବଳରାମ ଆଦି ଯୋଜନା ଗୁଡ଼ିକର ସଫଳ ରୂପାୟନ ନିମନ୍ତେ ଆବଶ୍ୟକୀୟ ଋଣ ପ୍ରଦାନ ନିମନ୍ତେ ଆଲୋଚନା କରାଯାଇଥିଲା । ସମୀକ୍ଷା ବୈଠକରେ ମାନ୍ୟବର ବିଧାୟକ କଟକ ସଦର ଇଂ ପ୍ରକାଶ ଚନ୍ଦ୍ର ସେଠୀ, ମାନ୍ୟବର ବିଧାୟକ ବଡମ୍ବା ଶ୍ରୀ ବିଜୟ ଦଳବେହେରା ଆଵଶ୍ୟକତା ଅନୁଯାୟୀ ଗ୍ରାମାଞ୍ଚଳ ମାନଙ୍କରେ ନୂତନ ବ୍ୟାଙ୍କ ସେବା ଉପଲବ୍ଧ କରାଇବା ସମ୍ଵନ୍ଧରେ ଆଲୋକପାତ କରିଥିଲେ। ଅତିରିକ୍ତ ଜିଲ୍ଲାପାଳ ଡ. ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର, ଡ଼ିଡ଼ିଏମ ନାବାର୍ଡ କଟକ, ପ୍ରଣିମା ପରିଡା, ଆର ବି ଆଇ ଏଲଡିଓ ରିତେଶ ପାତ୍ର ପ୍ରମୁଖ ଏହି ବୈଠକରେ ଉପସ୍ଥିତ ଥିଲେ ।ଲିଡ ବ୍ୟାଙ୍କ ପ୍ରବନ୍ଧକ ଶ୍ରୀ ସତ୍ୟ ରଞ୍ଜନ ମହାନ୍ତିଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ବୈଠକରେ ବିଭିନ୍ନ ବ୍ୟାଙ୍କର ଅଧିକାରୀ, ଜିଲ୍ଲାସ୍ତରୀୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।

cuttack ru lalita das nka report

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed