August 20, 2026
Home » ଜିଲ୍ଳା ସ୍ତରୀୟ ପିଏମଶ୍ରୀ ଉତ୍ସବ ଉଦଘାଟିତ

ଜିଲ୍ଳା ସ୍ତରୀୟ ପିଏମଶ୍ରୀ ଉତ୍ସବ ଉଦଘାଟିତ

0
WhatsApp Image 2026-03-13 at 5.16.19 PM

ସୁବର୍ଣ୍ଣପୁର ଜିଲ୍ଳା ସ୍ତରୀୟ ପିଏମଶ୍ରୀ ଉତ୍ସବ କୁଶଳେଶ୍ୱର ଉଚ୍ଚ ବିଦ୍ୟାଳୟ ଡୁଙ୍ଗୁରିପାଲି ଠାରେ ଅନୁଷ୍ଠିତ ହୋଇ ଯାଇଛି l ଉଦଘାଟନୀ ସଭାରେ ଅତିରିକ୍ତ ଜିଲ୍ଲାଶିକ୍ଷାଧିକାରୀ ଘନଶ୍ୟାମ ମେହେର ଙ୍କ ସଭାପତିତ୍ୱ ରେ ମୁଖ୍ୟ ଅତିଥି ରୂପେ ଜିଲ୍ଲାପାଳ ଡ଼ଃ. ନୃପରାଜ ସାହୁ ଯୋଗଦେଇଥିବା ବେଳେ ସୋନପୁର ଗୋଷ୍ଠୀ ଶିକ୍ଷାଧିକାରୀ ଲକ୍ଷ୍ମଣ ମିଶ୍ର ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିଲେ l ସମ୍ମାନିତ ଅତିଥି ରୂପେ ଜିଲ୍ଳା ପରିଷଦ ସଭ୍ୟ ମଧୁସୂଦନ ଓତା,ଜିଲ୍ଳା ପଞ୍ଚସଖା ଶିକ୍ଷସେତୁ ର ସହଯୋଗୀ ପ୍ରଭାତ ଦାଶ, ଉଲୁଣ୍ଡା ଗୋଷ୍ଠୀଶିକ୍ଷାଧିକାରୀ ଅଜୟ ଲୁହା ଯୋଗଦେଇଥିଲେ l ଆୟୋଜକ ସମ୍ପାଦକ ପଦ୍ମନାଭ କର୍ଣ୍ଣ ଧନ୍ୟବାଦ ଜ୍ଞାପନ କରିଥିଲେ l ଜିଲ୍ଳା ର ମୋଟ ୧୫ ଗୋଟି ପିଏମଶ୍ରୀ ବିଦ୍ୟାଳୟ ରୁ ୩୪୭ ଜଣ ଛାତ୍ରଛାତ୍ରୀ ଯୋଗଦେଇ ଆକାଂକ୍ଷୀ ମେଳା, ଦୋକାନ ଯାତ୍ରା ଓ ଆକାଂକ୍ଷୀ ଛାତ୍ରପରିଷଦ ବିଭାଗରେ ନିଜର ପ୍ରତିଭା ପ୍ରଦର୍ଶନ କରିଥିଲେ l ନିମନ୍ତ୍ରିତ ଅତିଥି ବୃନ୍ଦ ସମସ୍ତ ଷ୍ଟଲ ବୁଲି ଆନନ୍ଦ ବ୍ୟକ୍ତ କରିଥିଲେ l

ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ…

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed