August 21, 2026
Home » ଜୟପାଟଣା ବ୍ଲକ କର୍ମଚାରୀଙ୍କ ଅଂଶୁଘାତ ରେ ମୃତ୍ୟୁ ଅଭିଯୋଗ।

ଜୟପାଟଣା ବ୍ଲକ କର୍ମଚାରୀଙ୍କ ଅଂଶୁଘାତ ରେ ମୃତ୍ୟୁ ଅଭିଯୋଗ।

0
WhatsApp Image 2026-05-02 at 4.37.56 PM

କୋକସରା: କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଲକ ଆର ଏଚ ସେକ୍ସନରେ ବିପିସି (BPC) ଭାବେ କାର୍ଯ୍ୟରତ ଚନ୍ଦନ ସାହୁ(୪୧) ଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି।ସ୍ଵର୍ଗତ ସାହୁ କୋକସରା ବ୍ଲକ ଅନ୍ତର୍ଗତ ଚିକିଲି ଗ୍ରାମର ସହଦେବ ସାହୁଙ୍କ ପୁଅ ଅଟନ୍ତି। ଅଫିସ ଛୁଟି ପରେ ଗତ ୩୦ ତାରିଖ ଦିନ ସେ ମଟର ସାଇକେଲ ପ୍ରବଳ ଖରାରେ ଜୟପାଟଣା ରୁ ନିଜ ଗ୍ରାମ ଚିକିଲି କୁ ଫେରିଥିଲେ ଓ ଅସୁସ୍ଥ ଅନୁଭବ କରିଥିଲେ। ଗତକାଲି ସକାଳୁ ତାଙ୍କୁ ଭବାନୀପାଟଣା ମୁଖ୍ୟ ଡାକ୍ତରଖାନାକୁ ନିଆ ଯାଇଥିଲା। ଟିକେ ସୁସ୍ଥ ଅନୁଭବ କରିବାରୁ ତାଙ୍କୁ ଘରକୁ ଅଣାଯାଇଥିଲା। ସନ୍ଧ୍ୟାରେ ସେ ପୁଣି ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ କୋକସରା ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ର ଓ ପରେ ଜୁନାଗଡ ର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ରାତି ସାଢ଼େ ଗୋଟାଏ ବେଳେ ତାଙ୍କର ପରଲୋକ ଘଟିଥିଲା। ତାଙ୍କୁ ଅଂଶୁଘାତ ଜନିତ ଚିକିତ୍ସା ହିଁ କରାଯାଉଥିଲା ବୋଲି ସମ୍ପର୍କୀୟ ଙ୍କ ଠାରୁ ପ୍ରକାଶ।ସେ ଜଣେ ନିଷ୍ଠାବାନ ଅଧିକାରୀ ଭାବେ ପରିଚିତ ଥିଲେ।ସ୍ଵର୍ଗତ ଚନ୍ଦନ ସାହୁ ଙ୍କ ବିୟୋଗରେ ଦକ୍ଷିଣୀ ଶୌଣ୍ଢିକ ମହାସଂଘ ମହଲରେ ଶୋକର ଛାୟା ଖେଳିଯାଇଛି।ସ୍ଵର୍ଗତ ସାହୁ ନିଜର ଚାକିରୀ କ୍ଷେତ୍ର ଜୟପାଟଣା ବ୍ଲକରେ ନିଷ୍ଠାର ସହ କାମ କରି ସମସ୍ତ ଙ୍କର ବେଶ୍ ପ୍ରିୟ ଥିଲେ। ତାଙ୍କର ପୈତୃକ ଗ୍ରାମ ଚିକିଲୀ ଠାରେ ଆଜି ଆତ୍ମୀୟ ସ୍ବଜନ ଓ ଗ୍ରାମବାସୀଙ୍କ ଉପସ୍ଥିତିରେ ଏକ ଶୋକାକୁଳ ପରିବେଶ ମଧ୍ୟରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ସ୍ଵର୍ଗତ ସାହୁ ଙ୍କ ପରିବାରକୁ ମିଲିବାକୁଥିବା ସମସ୍ତ ସରକାରୀ ସହଯୋଗ ସହିତ ଅଂଶୁଘାତ ଜନିତ ମୃତ୍ୟୁର କ୍ଷତିପୂରଣ ଦିଆଯାଉ ବୋଲି ଦକ୍ଷିଣୀ ଶୌଣ୍ଢିକ ମହାସଂଘ କଳାହାଣ୍ଡି ଓ ଟିଟଲାଗଡ ସବ ଡିଭିଜନ ପକ୍ଷରୁ ଦାବୀ କରଯାଇଛି।

ବ୍ୟୁରୋ ରିପୋର୍ଟ…..

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed