ଟ୍ରକ୍କୁ ପଛରୁ ପିଟିଲା ଯାତ୍ରୀବାହୀ ବସ୍; ଝରୀଗାଁ ବ୍ଲକ ରେ କାର୍ଯ୍ୟରତ ଯନ୍ତ୍ରୀ ଙ୍କ ମୃତ୍ୟୁ, ୫ ଗୁରୁତର

ଟ୍ରକ୍କୁ ପଛରୁ ପିଟିଲା ଯାତ୍ରୀବାହୀ ବସ୍ । ଏହି ଦୁର୍ଘଟଣାରେ ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ ରେ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ ବିନୋଦ କୁମାର ବେହେରାଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ୫ ଜଣ ଗୁରୁତର ହୋଇଛନ୍ତି। ବସ୍ଟି ଭୁବନେଶ୍ୱରରୁ ଉମରକୋଟ ଯାଉଥିବା ବେଳେ କଳାହାଣ୍ଡି ଜିଲ୍ଲା ଜାତୀୟ ରାଜପଥ ୨୬ କୋକସରା ଥାନା ଅନ୍ତର୍ଗତ ଚାରବାହଲ ନିକଟରେ ଏଭଳି ଘଟଣା ଘଟିଛି । ସୂଚନା ମୁତାବକ, ଭୁବନେଶ୍ୱରରୁ ଉମରକୋଟ ଯାଉଥିଲା ରଘୁନାଥ ନାମକ ଯାତ୍ରୀବାହୀ ବସ୍ ।
ବସ୍ଟି କଳାହାଣ୍ଡି ଜିଲ୍ଲା ଜାତୀୟ ରାଜପଥ ୨୬ କୋକସରା ଥାନା ଅନ୍ତର୍ଗତ ଚାରବାହଲ ନିକଟରେ ଆଜି ଭୋର ସମୟରେ ରାସ୍ତାରେ ଛିଡା ହୋଇଥିବା ଏକ ଟ୍ରକ୍କୁ ପଛ ପଟୁ ଧକ୍କା ଦେଇଥିଲା । ଏହି ଦୁର୍ଘଟଣାରେ ବସ୍ର ଆଗ ପଟ ଚୁରମାର ହୋଇଥିବା ବେଳେ ବସ୍ରେ ଥିବା ଅନେକ ଯାତ୍ରୀ ବସ୍ ମଧ୍ୟରେ ଫସି ରହିଥିଲେ। କିଛି ସ୍ଥାନୀୟଲୋକ ଓ କୋକସରା ଅଗ୍ନିଶମ କର୍ମଚାରୀ ମିଶି ଫସି ରହିଥିବା ଯାତ୍ରୀଙ୍କୁ ଉଦ୍ଧାର କରିଥିଲେ । ତେବେ ସେମାନଙ୍କ ମଧ୍ୟରୁ ଜଣେ ଯାତ୍ରୀଙ୍କ ଜୁନାଗଡ଼ ଡାକ୍ତରଖାନାରେ ମୃତ୍ୟୁ ହୋଇଛି ଓ ଅନ୍ୟ ୫ ଜଣ ଜଟିଳ ଭାବେ ଗୁରୁତର ଥିବା ଜଣାପଡିଛି। ଘଟଣା ସମ୍ପର୍କରେ ଖବର ପାଇ କୋକସରା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
କଳାହାଣ୍ଡି ଜିଲ୍ଲା ଇପିଏ ରୁ ବିଦ୍ୟାଧର ସାହୁ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ ଏଜେନ୍ସି )