August 21, 2026
Home » ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା

ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା

0
WhatsApp Image 2026-07-06 at 9.47.37 AM

ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଇସ୍ତଫା ଦେଇଛନ୍ତି । ଏହି ସୂଚନାକୁ ସ୍ପଷ୍ଟ କରିଛନ୍ତି ରାଜ୍ୟ । ଡିଜିପିଙ୍କ ଅନୁସାରେ, ୨୦୧୩ ବ୍ୟାଚ୍‌ର IPS ଅଧିକାରୀ ଜଗମୋହନ ମୀନା ବ୍ୟକ୍ତିଗତ କାରଣରୁ ନିଜ ପଦରୁ ପଦତ୍ୟାଗ କରିଛନ୍ତି ।ଭୁବନେଶ୍ୱର: ପୁଲିସ ମହାନିର୍ଦ୍ଦେଶକ ଓ୍ବାଇ .ବି ଖୁରାନିଆ ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଇସ୍ତଫା ଦେଇଥିବା ସ୍ପଷ୍ଟ କରିଛନ୍ତି ।ଡିଜିପିଙ୍କ ଅନୁସାରେ, ୨୦୧୩ ବ୍ୟାଚ୍‌ର IPS ଅଧିକାରୀ ଜଗମୋହନ ମୀନା ବ୍ୟକ୍ତିଗତ କାରଣରୁ ନିଜ ପଦରୁ ପଦତ୍ୟାଗ କରିଛନ୍ତି । ଭୁବନେଶ୍ୱରର ଆଇନ-ଶୃଙ୍ଖଳା ଦାୟିତ୍ୱ ରଖୁଥିବା ଡିସିପି ଭାବେ ସେ କାର୍ଯ୍ୟରତ ଥିଲେ ।ପୂର୍ବରୁ ସେ କଟକ ଡିସିପି, ଅନୁଗୁଳ ଏସ୍‌ପି ଏବଂ ଗଞ୍ଜାମ ଏସ୍‌ପି ଭାବେ ମଧ୍ୟ ଦାୟିତ୍ୱ ସଫଳତାର ସହିତ ନିଭାଇଥିଲେ । ତାଙ୍କର ଇସ୍ତଫା ପରେ ପ୍ରଶାସନିକ ମହଲରେ ଆଲୋଚନା ଆରମ୍ଭ ହୋଇଛି । ତଥାପି ଡିଜିପି ସ୍ପଷ୍ଟ କରିଛନ୍ତି ଯେ, ଏହା ସଂପୂର୍ଣ୍ଣ ଭାବେ ବ୍ୟକ୍ତିଗତ କାରଣରୁ ନିଆଯାଇଥିବା ନିଷ୍ପତ୍ତି । ସରକାରଙ୍କ ପାଖକୁ ତାଙ୍କର ଇସ୍ତଫା ପତ୍ର ପଠାଯାଇଥିବା ନେଇ ବି ସୂଚନା ଦେଇଛନ୍ତି ପୁଲିସ ମହାନିର୍ଦ୍ଦେଶକ ଡିଜିପି ଓ୍ବାଇ .ବି ଖୁରାନିଆ । ଏଣେ ସେ ଏକ ଘରୋଇ କଂପାନିରେ ଯୋଗ ଦେବେ ବୋଲି ଚର୍ଚ୍ଚା ହେଉଛି।

ଇପିଏରୁ ବିରଞ୍ଚିନାରାୟଣ ପତ୍ରୀ ଙ୍କ ରିପୋର୍ଟ, ଇଷ୍ଟଣ୍ଣ ପ୍ରେସ ଏଜେନ୍ସି, ଭୁବନେଶ୍ୱର

Leave a Reply

Your email address will not be published. Required fields are marked *

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।