April 13, 2026
Home » ଡୁଙ୍ଗୁରିପାଲି ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ଡୁଙ୍ଗୁରିପାଲି ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

0
WhatsApp Image 2026-04-13 at 5.08.05 PM

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଡୁଙ୍ଗୁରିପାଲି ପଞ୍ଚାୟତ ସମିତି ଅନ୍ତର୍ଗତ ତମାମରା ଗ୍ରାମ କାର୍ଯ୍ୟାଳୟ ସ୍ଥିତ ସେବା ସମବାୟ ସମିତି କେନ୍ଦ୍ର ଠାରେ ଅନୁଷ୍ଠିତ ହୋଇଯାଇଛି l ଏହି ଯୁଗ୍ମ ଅଭିଯୋଗ ଶୁଣାଣିରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼. ନୃପରାଜ ସାହୁ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ପ୍ରତାପ କୁମାର ରଣା ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ସର୍ବମୋଟ ୧୩୩ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରୁ ୧୦୬ ଗୋଟି ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ୨୭ ଗୋଟି ସାମୁହିକ ଦରଖାସ୍ତ ହସ୍ତଗତ ହୋଇଥିଲା। କେବଳ ଗୋଟିଏ ମାତ୍ର ଆର୍ଥିକ ସହାୟତା ନିମନ୍ତେ ଦରଖାସ୍ତ ହସ୍ତଗତ ହୋଇଥିଲା ଏବଂ ୦୧ ଦରଖାସ୍ତ ଅଭିଯୋଗ ଶୁଣାଣୀ ଶିବିରରେ ଫାଇସଲା କରାଯାଇଥିଲା। ସମସ୍ତ ସାମୁହିକ ଓ ବ୍ୟକ୍ତିଗତ ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ଡୁଙ୍ଗୁରିପାଲି ଗୋଷ୍ଠୀ ଉନ୍ନୟନ ଅଧିକାରୀ ସଂଜୀବ କୁମାର ସାହୁ ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଥିବା ଏହି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ ) ସୁବର୍ଣ୍ଣପୁର ରାଜେନ୍ଦ୍ର ମାଝୀ, ଅତିରିକ୍ତ ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ସୁବର୍ଣ୍ଣପୁର କାଳିଆ ମଲ୍ଲିକ, ଉପ ଜିଲ୍ଲାପାଳ, ସୋନପୁରଙ୍କ ପ୍ରତିନିଧି ସହକାରୀ ଜିଲ୍ଲାପାଳ, ଶ୍ରୀ ଅଜିତ କୁମାର ତ୍ରିପାଠୀ, ଡେପୁଟି କଲେକ୍ଟର, ଅଭିଯୋଗ ଶୁଣାଣୀ ସୁଶ୍ରୀ ପ୍ରିୟଦର୍ଶିନୀ ସାହୁଙ୍କ ସମେତ ତହସିଲଦାର, ଶ୍ରୀ ବିମଳ କିଶୋର ପତ୍ର, ଊପାଧ୍ୟକ୍ଷ, ଡୁଙ୍ଗୁରିପାଲି ପଞ୍ଚାୟତ ସମିତି, ଶ୍ରୀ ମକରଧ୍ବଜ ସାହୁ ସରପଞ୍ଚ,ତମାମରା ଗ୍ରାମ ପଞ୍ଚାୟତ ମିତା ତ୍ରିପାଠୀ ତଥା ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ,କର୍ମଚାରୀ ବୃନ୍ଦ ଙ୍କ ସମେତ ବିଭିନ୍ନ ସମ୍ବାଦ ପତ୍ରର ସାମ୍ବାଦିକ ଓ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧି ମାନେ ଯୋଗଦାନ କରିଥିଲେ। ଯୁଗ୍ମ ଅଭିଯୋଗ ଶୁଣାଣୀ ପୂର୍ବରୁ ତମାମରା ଗ୍ରାମ ପଞ୍ଚାୟତ ଦ୍ଵାରା ଓଡ଼ିଆ ପକ୍ଷ ପାଳନ ଅବସରରେ ତମାମରା ଗ୍ରାମ ପଞ୍ଚାୟତର ବିଭିନ୍ନ ସ୍ୱୟଂ ସହାୟକ ଗୋଷ୍ଠୀ ମାନଙ୍କ ଦ୍ୱାରା ପାରମ୍ପରିକ ଖାଦ୍ୟ ପ୍ରସ୍ତୁତ କରି ପ୍ରଦର୍ଶନ ଓ ଖାଦ୍ୟ ପରିବେଷଣ କାର୍ଯ୍ୟକ୍ରମରେ ସର୍ବପ୍ରଥମେ ଜିଲ୍ଲାପାଳ ସୁବର୍ଣ୍ଣପୁର ଯୋଗଦାନ କରିଥିଲେ । ଏହା ପରେ ତମାମାରା ଗ୍ରାମ ପଞ୍ଚାୟତ ଦ୍ଵାରା ନୂତନ ଭାବେ ନିର୍ମିତ ମହିଳା ମାନଙ୍କ ବିଶ୍ରାମ ଗୃହ ଓ ସ୍ତନ୍ୟପାନ ଗୃହର ଶୁଭ ଉଦଘାଟନ ଜିଲ୍ଲାପାଳ ସୁବର୍ଣ୍ଣପୁର ଙ୍କ ଦ୍ଵାରା କରାଯାଇଥିଲା। ଏହି ଉଦଘାଟନ ସମୟରେ ସରପଞ୍ଚ, ତମାମରା, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଡୁଙ୍ଗୁରିପାଲି, ଜିଲ୍ଲା ପଞ୍ଚାୟତ ଅଧିକାରୀ, ସୁବର୍ଣ୍ଣପୁର, ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଡୁଙ୍ଗୁରିପାଲି,ତମାମରା ଗ୍ରାମ ପଞ୍ଚାୟତର ୱାର୍ଡ ସଭ୍ୟ ସଭ୍ୟା ସମେତ ପଞ୍ଚାୟତ ନିର୍ବାହୀ ଅଧିକାରୀ, ତାମାମରା ଗ୍ରାମ ପଞ୍ଚାୟତ ଉପସ୍ଥିତ ଥିଲେ। ଏହି ଅବସରରେ ଜିଲ୍ଲାପାଳ, ସୁବର୍ଣ୍ଣପୁର ଙ୍କ ଦ୍ଵାରା ଡୁଙ୍ଗୁରିପାଲି ପଞ୍ଚାୟତ ସମିତି ର ୨୪ ଟି ମହିଳା ସ୍ୱୟଂ ସହାୟକ ଗୋଷ୍ଠୀକୁ ମିଶନ ଶକ୍ତି ମାଧ୍ୟମରେଏକ ଲକ୍ଷ ଟଙ୍କା ଲେଖାଏଁ ସି.ଆଇ.ଏଫ୍ ଅନୁଦାନ ରାଶି ପ୍ରଦାନ କରାଯାଇଥିଲା।

ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ…

Leave a Reply

Your email address will not be published. Required fields are marked *