August 20, 2026
Home » ତରଭା ଏ.ଇ. ଏସ. କଲେଜ ରେ ଶମ୍ଭୁ ପ୍ରସାଦଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ତରଭା ଏ.ଇ. ଏସ. କଲେଜ ରେ ଶମ୍ଭୁ ପ୍ରସାଦଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

0
WhatsApp Image 2026-07-06 at 2.53.01 PM

ସୁବର୍ଣ୍ଣପୁର ଜିଲ୍ଲା ତରଭା ଏ.ଇ.ଏସ୍. କଲେଜରେ ଅଧ୍ୟକ୍ଷ କୃଷ୍ଣଚନ୍ଦ୍ର ମିଶ୍ରଙ୍କ ସଭାପତିତ୍ବରେ କଲେଜର ରାତ୍ର ଜଗୁଆଳିଙ୍କ ଉଦ୍ଦେଶ୍ୟରେ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅର୍ଥନୀତି ବିଭାଗର ପ୍ରଫେସର ବିନତୀ ମିଶ୍ର ଓ ରାତ୍ର ଜଗୁଆଳି ଶମ୍ଭୁ ପ୍ରସାଦ ମିଶ୍ର ବିଶିଷ୍ଟ ଅତିଥିଭାବରେ ମଞ୍ଚାସୀନ ଥିଲେ। ପ୍ରଫେସର ଡ଼. ସବିତା ମିଶ୍ର, ଦେବାଶିଷ ଶତପଥୀ, ରୋହିତ ପଧାନ, ଡ଼. ସରୋଜିନୀ ପଧାନ, ମୋନାଲିସା ପ୍ରଧାନ, ଅଣଶିକ୍ଷକ କର୍ମଚାରୀ ଶଙ୍କର ବଘାର ତଥା ପୂର୍ବତନ ଲାଇବ୍ରେରୀଏନ୍ ଦେବେନ୍ଦ୍ର କୁମାର ନାଏକ ପ୍ରମୁଖ ଶ୍ରୀ ମିଶ୍ରଙ୍କ କର୍ମମୟ ଜୀବନର ଅଭୁଲା ସ୍ମୃତି ଚାରଣ କରିଥିଲେ। ଚାକିରୀ ଜୀବନରେ ସମସ୍ତ ଘାତ ପ୍ରତିଘାତକୁ ସମ୍ମୁଖୀନ କରି କର୍ତ୍ତବ୍ୟ ପଥରେ ଅଗ୍ରସର ହେବା ବିଧେୟ ବୋଲି ପ୍ରତ୍ୟୁତ୍ତରରେ ଶ୍ରୀ ମିଶ୍ର କହିଥିଲେ ।ପରେ ଅଧ୍ୟକ୍ଷ ସମସ୍ତ ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀବୃନ୍ଦଙ୍କୁ ଅଙ୍ଗବସ୍ତ୍ର ଓ ପୁଷ୍ପଗୁଚ୍ଛ ଦେଇ ରାତ୍ର ଜଗୁଆଳି ଶ୍ରୀ ମିଶ୍ରଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ସଭା ଶେଷରେ ଖେଳ ଶିକ୍ଷକ ସଞ୍ଜୀବ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।

ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ…

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed