August 22, 2026
Home » ଦିବ୍ଯାଙ୍ଗ ମାନେ ସମାଜ ପାଇଁ ବୋଝ ନୁହନ୍ତି

ଦିବ୍ଯାଙ୍ଗ ମାନେ ସମାଜ ପାଇଁ ବୋଝ ନୁହନ୍ତି

0
WhatsApp Image 2026-01-16 at 5.09.04 PM

ପୁରୀ : ଦିବ୍ଯାଙ୍ଗ ମାନେ ସମାଜର ଏକ ଅଙ୍ଗ।ସେମାନ ସମାଜ ପାଇଁ ବୋଝ ନୁହନ୍ତି ବରଂ ସମାନ ଙ୍କୁ ଉପଯୁକ୍ତ ସହାୟତା ପ୍ରଦାନ କଲେ ସେମାନେ ସମାଜର ସମ୍ବଳ ପାଲଟିବେ।ସେମାନଙ୍କ ଦକ୍ଷତା ଓ ପ୍ରତିଭାର ବିକାଶ ପାଇଁ ଆମେ ସାମୁହିକ ପ୍ରଚେଷ୍ଟା କରିବା ଆବଶ୍ୟକ ବୋଲି କହିଛନ୍ତି ପୌର ନିର୍ବାହୀ ଅଧିକାରୀ ଅଭିମନ୍ୟୁ ବେହେରା।ଆଜି ପୂର୍ବାହ୍ନରେ ଟାଉନ ହଲ ଠାରେ ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଓ ସଶକ୍ତିକରଣ ମନ୍ତ୍ରଣାଳାୟ ପକ୍ଷରୁ ଏସଭିନିରତାର ସହାୟତାରେ ପର୍ପଲ ଫେୟାର ଅନୁଷ୍ଠିତ ହୋଇଥିଲା।ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପୌର ନିର୍ବାହୀ ଅଧିକାରୀ ଶ୍ରୀ ବେହେରା ପ୍ରତ୍ୟେକ ଙ୍କ ମଧ୍ୟରେ କିଛି ନା କିଛି ପ୍ରତିଭା ରହିଛି।

ଏହାର ଉପଯୁକ୍ତ ବିକାଶ ହେଲେ ସେମାନେ ସମାଜର ସମ୍ବଳ ପାଲଟନ୍ତି।ଦିବ୍ଯାଙ୍ଗ ମାନଙ୍କ ମଧ୍ୟରେ ଥିବା ଲୁକ୍କାୟିତ ପ୍ରତିଭା କୁ ପରିପ୍ରକାଶ ପାଇଁ ଏହି ଭଳି ମଞ୍ଚ ହିଁ ବଡ ପ୍ଲାଟଫର୍ମ ବୋଲି ସେ କହିଥିଲେ।ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା ଅକ୍ଷୟ କୁମାର ଶତପଥୀ, ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ,ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ମନୋଜ କୁମାର ତ୍ରିପାଠୀ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ନମିତା ଚାନ୍ଦ ନାୟକ, ଜିଲ୍ଲାଦକ୍ଷତା ବିକାଶ ଓ ନିୟୋଜନ ଅଧିକାରୀ ପ୍ରଭାତ କୁମାର ବସ୍ତିଆ ପ୍ରମୁଖ ଯୋଗ ଦେଇ ଦିବ୍ଯାଙ୍ଗ ମାନଙ୍କର ସାମଗ୍ରିକ ବିକାଶ ପାଇଁ ସମସ୍ତଙ୍କ ସହଯୋଗ ସମ୍ପର୍କରେ ଆଲୋକପାତ କରିଥିଲେ।

ନିରତାର ର ଉପ ନିର୍ଦ୍ଦେଶକ ସତ୍ଯଜିତ ପଟ୍ଟନାୟକ ସମସ୍ତଙ୍କୁ ସ୍ବାଗତ କରିବା ସହ ଭାରତ ସରକାରଙ୍କ ସାମାଜିକ ନ୍ୟାୟ ମନ୍ତ୍ରାଣାଳୟ ପକ୍ଷରୁ ନିରତାର ମାଧ୍ୟମରେ ରାଜ୍ୟର ସମସ୍ତ ଜିଲ୍ଲାରେ ଏହି ପର୍ପଲ ମେଳା ଆୟୋଜିତ କରାଯାଉଛି।ବଲାଙ୍ଗୀର ଓ ଢେଙ୍କାନାଳ ଜିଲ୍ଲାରେ ଏହା ସରିଥିବା ବେଳେ ଆଜି ପୁରୀ ରେ ହେଉଛି।ଆଗାମୀ ଦିନରେ ସମସ୍ତ ଜିଲ୍ଲା ମାନଙ୍କ ରେ ଏହା ଆୟୋଜନ କରାଯିବା ସହ ଦିବ୍ଯାଙ୍ଗ ପ୍ରତିଭା ମାନଙ୍କୁ ଉତ୍ସାହିତ କରାଯିବ ବୋଲି ସେ କହିଥିଲେ।ପରେ ଅତିଥି ମାନେ ପ୍ରଦର୍ଶନୀ ମେଳା କୁ ଉଦଘାଟନ ଓ ପରିଦର୍ଶନ ସହ ଝୋଟି ପ୍ରତିଯୋଗିତା କୁ ନିରୀକ୍ଷଣ କରିଥିଲେ। ପରେ ଦିବ୍ଯାଙ୍ଗ ପ୍ରତିଭାଧାରୀ ମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ।

 

ପୁରୀ ଇପିଏ ରୁ ସୌଭାଗ୍ୟ ପଟ୍ଟନାୟକ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ ଏଜେନ୍ସି )

Leave a Reply

Your email address will not be published. Required fields are marked *

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।