ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ଶପଥ ପାଠ କାର୍ଯ୍ୟକ୍ରମ ।
ନୟାଗଡ଼( ଇପିଏ ) ନୟାଗଡ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ଏବଂ ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରସ୍ଥିତ ସଦଭାବନା ସଭା ଗୃହ ଠାରେ ଏକ ଦୁର୍ନୀତି ନିବାରଣ ଶପଥପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି।

ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମସ୍ତ ଡେପୁଟି କଲେକ୍ଟର, ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ରହି ଦେଶର ପ୍ରଗତି ପାଇଁ ଦୁର୍ନୀତି ବିରୋଧରେ ଲଢ଼ିବାକୁ ସଂକଳ୍ପ ନେଇଥିଲେ । ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ଵ) ଶ୍ରୀ ବିଜୟାନନ୍ଦ ନାୟକ ସମସ୍ତଙ୍କୁ ଶପଥ ପାଠ କରାଇଥିଲେ ଏବଂ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ପ୍ରଦୀପ୍ତ କୁମାର ସେନାପତି ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।
ଇ ପି ଏ ରୁ ଗୋକୁଳ କୁମାର ଷଡ଼ଙ୍ଗୀ ଜିଲ୍ଲା ପ୍ରତିନିଧି ନୟାଗଡ଼ ।
