February 23, 2026
Home » ଧର୍ମଗଡ଼ ଦେଶୀ ମଦ ଭାଟି ରୁ ସଶସ୍ତ୍ର ଡକାୟତି। ଦୁଇ ଅଟକ…. ତଦନ୍ତ ଜାରୀ

ଧର୍ମଗଡ଼ ଦେଶୀ ମଦ ଭାଟି ରୁ ସଶସ୍ତ୍ର ଡକାୟତି। ଦୁଇ ଅଟକ…. ତଦନ୍ତ ଜାରୀ

0
WhatsApp Image 2025-01-31 at 12.53.22 PM (1)

ଧର୍ମଗଡ଼ ସହର ଭୀମଖୋଜ ପଡା ଦେଶୀ ମଦ ଭାଟିରୁ ଗତକାଲି ବିଳମ୍ବିତ ରାତ୍ରୀରେ ସଶସ୍ତ୍ର ଡକାୟତି ହୋଇଛି। ଡକାୟତମାନେ ଭାଟି କର୍ମଚାରୀଙ୍କୁ ପିସ୍ତଲ,ବନ୍ଧୁକ ଓ ଛୁରୀ ଦେଖାଇ ୫/୭ଲକ୍ଷ ଟଙ୍କା ଡକାୟତି କରିଥିବା ନେଇ ପୁଲିସ ଥାନାରେ ଅଭିଯୋଗ ହୋଇଛି।
ଖବର ପାଇ କଳାହାଣ୍ଡି ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜି ଓ ଧର୍ମଗଡ଼ ପୁଲିସ ଘଟଣାସ୍ଥଳରେ ପହଞ୍ଚି ସନ୍ଧାନୀ କୁକୁର ସାହାଯ୍ୟରେ ତଦନ୍ତ ଆରମ୍ଭ କରିଛି।

ପୁଲିସ ଏହି ମାମଲାରେ ଦୁଇ ଜଣଙ୍କୁ ଅଟକ ରଖିଥିବା ଜଣାପଡିଛି। ତେବେ ତାଙ୍କ ପରିଚୟ ପ୍ରକାଶ ପାଇନାହିଁ। ସୁଚନା ଅନୁଯାୟୀ ଗତକାଲି ରାତ୍ରି ପ୍ରାୟ ୧୧.୩୦ରୁ ୧୨ଟା ମଧ୍ୟରେ ଆନୁମାନିକ ୧୦ଜଣ ଲୋକ ଭାଟି ଭିତରକୁ ପ୍ରବେଶ କରିଥିଲେ। ଭାଟିରେ ୨୫ଜଣ କର୍ମଚାରୀ ଥିବାବେଳେ ଅଧିକାଂଶ କର୍ମଚାରୀ କାମ ସାରି ନିଜ ନିଜ କୋଠରୀକୁ ଶୋଇବାକୁ ଯାଇଥିଲେ ଏବଂ କିଛି କର୍ମଚାରୀ ହିସାବ କିତାବ କରୁଥିଲେ।

ଏହି ସମୟରେ ସଶସ୍ତ୍ର ଡକାୟତଦଳ ବିଭିନ୍ନ ମାରଣାସ୍ତ୍ର ଦେଖାଇ ସେମାନଙ୍କୁ ଭୟଭୀତ କରିବା ସହ ପଛପଟୁ ସମସ୍ତଙ୍କୁ ରଶିରେ ବାନ୍ଧି ଦେଇ ଟଙ୍କା ଲୁଟି ନେଇଥିଲେ। ଲୁଟ ସାରି ଡକାୟତମାନେ ଯିବାପରେ ଭାଟି କର୍ମଚାରୀମାନେ ପୁଲିସକୁ ସୂଚନା ଦେଇଥିଲେ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Leave a Reply

Your email address will not be published. Required fields are marked *

You may have missed

ମିଶନ ଶକ୍ତି ବିଭାଗର ସମୀକ୍ଷା ବୈଠକ : ସ୍ଵୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ଉଦ୍ୟୋଗି ଭାବେ ଗଢ଼ି ତୋଳିବାକୁ ପ୍ରାଥମିକତା ଭୁବନେଶ୍ୱର, ୨୨.୦୨.୨୦୨୬ : ଭୁବନେଶ୍ୱରସ୍ଥିତ ମିଶନ ଶକ୍ତି ଭବନଠାରେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କ ଅଧ୍ୟକ୍ଷତାରେ ମିଶନ ଶକ୍ତି ବିଭାଗ ଏବଂ ଓଡ଼ିଶା ଜୀବିକା ମିଶନର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ବିଭାଗର ସମସ୍ତ ଶାଖାର କାର୍ଯ୍ୟକଳାପ ଓ ଜିଲ୍ଲାଭିତ୍ତିକ ପ୍ରଗତି ଉପରେ ସମୀକ୍ଷା କରାଯାଇଛି । ମାନ୍ୟବର ଉପମୁଖ୍ୟମନ୍ତ୍ରୀ ପ୍ରତ୍ୟେକ ଜିଲ୍ଲାର କାର୍ଯ୍ୟକଳାପ ଉପରେ ସମୀକ୍ଷା କରିଛନ୍ତି। ଚଳିତ ଆର୍ଥିକ ବର୍ଷର ସଫଳତା, ବିଭିନ୍ନ ଯୋଜନାର ପ୍ରଗତି, ବ୍ଯାଙ୍କ ଋଣ, ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ସୁଧ ଫେରସ୍ତ, ମହିଳାମାନଙ୍କୁ ଉଦ୍ୟୋଗପତି ଭାବେ ଗଢି ସେମାନଙ୍କ ଆୟବୃଦ୍ଧି କରିବା ସମ୍ପର୍କିତ ପଦକ୍ଷେପଗୁଡ଼ିକୁ ସେ ପର୍ଯ୍ୟବେକ୍ଷଣ କରିଛନ୍ତି । ଜିଲ୍ଲା ସ୍ତରୀୟ କର୍ମକର୍ତ୍ତା ମାନଙ୍କୁ ସମ୍ବୋଧିତ କରି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ମିଶନ ଶକ୍ତି ବିଭାଗ ମାଧ୍ୟମରେ ଓଡ଼ିଶାର ଲକ୍ଷାଧିକ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସହିତ ଯୋଡ଼ି ଆର୍ଥିକ, ସାମାଜିକ ଓ ଡିଜିଟାଲ ଭାବେ ସଶକ୍ତ ହୋଇପାରିଛନ୍ତି । ଏହି ବିଭାଗ ମହିଳାମାନଙ୍କୁ କେବଳ ଆତ୍ମନିର୍ଭର କରିବାରେ ସୀମିତ ରହିନାହିଁ, ସେମାନଙ୍କୁ ସଫଳ ଉଦ୍ୟୋଗୀ ଓ ସମାଜର ଅଗ୍ରଗାମୀ ନେତୃତ୍ୱ ଭାବେ ଗଢ଼ି ତୋଳିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଅଛି । ମିଶନ ଶକ୍ତି ଆଜି ମହିଳା ସଶକ୍ତିକରଣର ଏକ ଶକ୍ତିଶାଳୀ ଆନ୍ଦୋଳନରେ ପରିଣତ ହୋଇଛି, ଯାହା ମହିଳାମାନଙ୍କ ଜୀବନମାନ ଉନ୍ନତି ସହିତ ରାଜ୍ୟର ଆର୍ଥିକ ଉନ୍ନତିରେ ମଧ୍ୟ ମୂଲ୍ୟବାନ ଅବଦାନ ରଖୁଛି। ମହିଳାମାନଙ୍କୁ ଉଦ୍ୟୋଗୀ ଭାବେ ଗଢି ଅଧିକରୁ ଅଧିକ ‘ଲକ୍ଷପତି ଦିଦି’ ଏବଂ ‘ମହାଲକ୍ଷପତି ଦିଦି’ ପରିଣତ କରିବା ସରକାରଙ୍କ ପ୍ରାଥମିକ ଲକ୍ଷ୍ୟ ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ମତ ରଖିଛନ୍ତି । ଏଥି ପାଇଁ ଆସନ୍ତା ଆର୍ଥିକ ବର୍ଷରେ ବଜାର ସଂଯୋଗ, ଦକ୍ଷତା ବୃଦ୍ଧି, ପ୍ରଶିକ୍ଷଣ, ଆର୍ଥିକ ସହାୟତା ଓ ଡିଜିଟାଲ ସଶକ୍ତିକରଣ ଉପରେ ବିଶେଷ ଗୁରୁତ୍ୱ ଦିଆଯିବ । ଏହି ପଦକ୍ଷେପଗୁଡ଼ିକ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ମହିଳାମାନଙ୍କୁ ସ୍ଥାୟୀ ଜୀବିକା ଓ ସୁଦୃଢ଼ ଆର୍ଥିକ ସ୍ଥିତି ପ୍ରଦାନ କରିବ । ବୈଠକରେ ଚଳିତ ଆର୍ଥିକ ବର୍ଷର ଲକ୍ଷ୍ୟ ପୂରଣ ସହ ଆସନ୍ତା ଆର୍ଥିକ ବର୍ଷ ପାଇଁ ନିର୍ଦ୍ଧାରିତ ପ୍ରଥମିକତା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା, ଯାହା ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ଆର୍ଥିକ ଭାବେ ଆହୁରି ସଶକ୍ତ କରିବା ସହିତ ଉଦ୍ୟୋଗୀ ଭାବେ ପ୍ରତିଷ୍ଠିତ କରିବ । ଏହି ସମୀକ୍ଷା ବୈଠକରେ ମିଶନ ଶକ୍ତି ବିଭାଗର କମିଶନର-ତଥା-ସଚିବ ସୁଶ୍ରୀ ମାନସୀ ନିମ୍ବାଲ, ନିର୍ଦ୍ଦେଶିକା ଡ଼. ମୋନିକା ପ୍ରିୟଦର୍ଶିନୀଙ୍କ ସମେତ ମିଶନ ଶକ୍ତି ବିଭାଗ ଏବଂ ଓଡ଼ିଶା ଜୀବିକା ମିଶନର ବରିଷ୍ଠ ଅଧିକାରୀ ଏବଂ ସମସ୍ତ ଜିଲ୍ଲାର ଅଧିକାରୀମାନେ ଉପସ୍ଥିତ ଥିଲେ । ମହିଳା ସଶକ୍ତିକରଣ, ମହିଳା ନେତୃତ୍ୱାଧୀନ ବିକାଶ ଏବଂ ମହିଳାମାନଙ୍କୁ ଆର୍ଥିକ ଭାବେ ସ୍ୱାବଳମ୍ବୀ କରିବା ଦିଗରେ ମିଶନ ଶକ୍ତି ବିଭାଗର ଏହି ସମୀକ୍ଷା ବୈଠକ ଏକ ଦୃଢ଼ ପଦକ୍ଷେପ ବୋଲି ଆଶା କରାଯାଇଛି ।