November 25, 2026
Home » ନିଖୋଜ ଯୁବକଙ୍କ ମୃତ ଦେହ ଉଦ୍ଧାର l

ନିଖୋଜ ଯୁବକଙ୍କ ମୃତ ଦେହ ଉଦ୍ଧାର l

0
WhatsApp Image 2026-11-25 at 2.31.01 PM

ସୁବର୍ଣ୍ଣପୁର — ୪ ଦିନ ପରେ ଜଙ୍ଗଲରୁ ମିଳିଲା ନିଖୋଜ ଯୁବକଙ୍କ ମୃତଦେହ l ହତ୍ୟା ନା ଆତ୍ମହତ୍ୟା ତାହା ସନ୍ଦେହ ଘେରରେ ରହିଛି l
​ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଅଞ୍ଚଳରେ ଚାଞ୍ଚଲ୍ୟ ଘଟିଛି ଏହି ଅଭାବନୀୟ ଘଟଣା l ଦୀର୍ଘ ଚାରି ଦିନ ଧରି ନିଖୋଜ ଥିବା ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଦିନ କଳାପଥର ଜଙ୍ଗଲରୁ ଉଦ୍ଧାର କରାଯାଇଛି। ମୃତ ଯୁବକ ଜଣକ ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଅନ୍ତର୍ଗତ କାଦୋଦର ଗ୍ରାମପଞ୍ଚାୟତ ର ( ବିରସିଂହପୁର )ବିଷ୍ଣୁପୁର ଗ୍ରାମର ଚନ୍ଦନ କୁମାର ପଧାନ ବୋଲି ଜଣାପଡ଼ିଛି।
​ସୂଚନା ଅନୁଯାୟୀ, ଚନ୍ଦନ ଗତ ୨୧ ତାରିଖ ଦିନ ୧୨ଟା ୩୦ ମିନିଟ୍‌ରୁ ନିଖୋଜ ଥିଲେ। ପରିବାର ଲୋକେ ବହୁ ଖୋଜାଖୋଜି କରିବା ପରେ ମଧ୍ୟ ତାଙ୍କର କୌଣସି ପତ୍ତା ମିଳିନଥିଲା। ମଙ୍ଗଳବାର ଦିନ କଳାପଥର ଜଙ୍ଗଲରେ ତାଙ୍କର ମୃତଦେହ ପଡ଼ିଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ।
​ଖବର ପାଇ ବୀରମହାରାଜପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି। ତେବେ ଚନ୍ଦନଙ୍କୁ କେହି ହତ୍ୟା କରି ଜଙ୍ଗଲରେ ଫିଙ୍ଗି ଦେଇଛି ନା ସେ ଆତ୍ମହତ୍ୟା କରିଛନ୍ତି, ତାହା ଏବେ ବି ଅସ୍ପଷ୍ଟ ରହିଛି। ପୋଲିସର ତଦନ୍ତ ଏବଂଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ l

ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ…

Leave a Reply

Your email address will not be published. Required fields are marked *