February 5, 2026
Home » ନୂଆପଡ଼ା ଉପନିର୍ବାଚନ; ସସ୍‌ପେଣ୍ଡ ହେଲେ ୨ ଜଣ ପ୍ରିଜାଇଡିଂ ଅଫିସର

ନୂଆପଡ଼ା ଉପନିର୍ବାଚନ; ସସ୍‌ପେଣ୍ଡ ହେଲେ ୨ ଜଣ ପ୍ରିଜାଇଡିଂ ଅଫିସର

0
WhatsApp Image 2025-11-11 at 9.42.41 PM

 

ଭୁବନେଶ୍ବର: ନୂଆପଡ଼ା ଉପନିର୍ବାଚନ ଚାଲିଥିବାବେଳେ ଜଣେ ପ୍ରିଜାଇଡିଂ ଅଫିସରଙ୍କୁ ସସ୍‌ପେଣ୍ଡ କରାଯାଇଥିଲା। କୁଳିଆବନ୍ଧ ୩୬ ନଂ ବୁଥର ପ୍ରିଜାଇଡିଂ ଅଫିସର ଧନଞ୍ଜୟ ମଲ୍ଲିକଙ୍କୁ ସସ୍‌ପେଣ୍ଡ କରାଯାଇଛି। ସସ୍‌ପେଣ୍ଡ୍‌ ପରେ ବିଭାଗ ଦ୍ବାରା ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ହେବ। ମତଦାନବେଳେ ଗୋପନୀୟତା ଉଲ୍ଲଂଘନ କରିଥିବାରୁ କାର୍ଯ୍ୟାନୁଷ୍ଠାନ ନିଆଯାଇଛି।ସେହିପରି ଆଉ ଜଣେ ପ୍ରିଜାଇଡିଂ ଅଫିସରଙ୍କୁ ସସ୍‌ପେଣ୍ଡ ହୋଇଛନ୍ତି। ନୂଆପଡ଼ା ଜିଲା ସିନାପାଲ୍ଲୀ ୪୬ ନଂ ବୁଥ୍‌ର ପ୍ରିଜାଇଡିଂ ଅଫିସର ସନ୍ଦୀପ ସ୍ବାଇଁଙ୍କୁ ସସ୍‌ପେଣ୍ଡ କରାଯାଇଛି। ତେବେ ସନ୍ଦୀପ ଭୋଟରଙ୍କ ଗୋପନୀୟତା ଉଲ୍ଲଙ୍ଘନ କରିଥିବାରୁ ତାଙ୍କ ପ୍ରତି ଏପରି କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ପ୍ରେସମିଟ୍‌ରେ ସୂଚନା ଦେଇଛନ୍ତି।
ଇପିଏରୁ ବିରଞ୍ଚିନାରାୟଣ ପତ୍ରୀ ଙ୍କ ରିପୋର୍ଟ, ଇଷ୍ଟଣ୍ଣ ପ୍ରେସ ଏଜେନ୍ସି, ଭୁବନେଶ୍ୱର

Leave a Reply

Your email address will not be published. Required fields are marked *