February 23, 2026
Home » ନୂଆପଡ଼ା ଜିଲ୍ଲା ୯୯ ପ୍ରତିଶତ ଧାନ କ୍ରୟ କରି ସମଗ୍ର ରାଜ୍ୟରେ ପ୍ରଥମ ସ୍ଥାନ ଅଧିକାର

ନୂଆପଡ଼ା ଜିଲ୍ଲା ୯୯ ପ୍ରତିଶତ ଧାନ କ୍ରୟ କରି ସମଗ୍ର ରାଜ୍ୟରେ ପ୍ରଥମ ସ୍ଥାନ ଅଧିକାର

0
WhatsApp Image 2025-01-31 at 5.23.49 PM (1)

l
ନୂଆପଡ଼ା: ନୂଆପଡା ଜିଲ୍ଲାରେ ଚଳିତ ୨୦୨୪-୨୫ ଖରିଫ ଋତୁରେ ୩୯ ଗୋଟି ସୋସାଇଟୀ ମାଧ୍ୟମରେ ୪୬୩୪୬ ଜଣ ଚାଷୀ ଧାନ ବିକ୍ରି ପାଇଁ ପଞ୍ଜୀକୃତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ଏ ପର୍ଯ୍ୟନ୍ତ ୪୪୩୬୮ ଚାଷୀଙ୍କ ଠାରୁ ୨୨୮୯୪୦୧.୨୨କୁଇଣ୍ଟାଲ ଧାନ ସଂଗ୍ରହ କରାଯାଇଛି ଏବଂ ୪୪୧୧୭ ଚାଷୀଙ୍କୁ ୭୦୪.୯୧ କୋଟି ଟଙ୍କା ପ୍ରଦାନ କରାଯାଇଅଛି । ଚଳିତ ବର୍ଷ ଧାନ କିଣା ପ୍ରକ୍ରିୟାରେ ଜିଲ୍ଲାର ୩୧ ଗୋଟି ମିଲର୍ ଅଂଶ ଗ୍ରହଣ କରିଥିଲେ ।ପ୍ରକାଶ ଥାଉ କି,ଗତ ୨୦୨୩ -୨୪ ଖରିଫ ଋତୁରେ ଧାନ ବିକ୍ରି ପାଇଁ ୪୪୩୩୪ ଜଣ ଚାଷୀ ପଞ୍ଜୀକୃତ ହୋଇଥିଲେ ଏବଂ ୩୬୨୩୨ ଜଣ ଚାଷୀଙ୍କ ଠାରୁ ୧୭୮୭୬୮୯.୭୦ କୁଇଣ୍ଟାଲ ଧାନ ସଂଗ୍ରହ କରଯାଇଥିଲା।

ବର୍ତ୍ତମାନ ସୁଦ୍ଧା ନିର୍ଦ୍ଧାରିତ ଧାର୍ଯ୍ୟ ଲକ୍ଷ ଏବଂ ଲକ୍ଷ ସାଧନ ହାରରେ ନୂଆପଡ଼ା ଜିଲ୍ଲା, ଓଡ଼ିଶା ରେ ଏକ ନମ୍ବର ସ୍ଥାନ ଅଧିକାର କରିଛି।ସୂଚନାଯୋଗ୍ୟ ଯେ ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲାର ବରିଷ୍ଠ ପ୍ରଶାସନିକ ଅଧିକାରୀ ମାନେ ଧାନ ସଂଗ୍ରହ ପ୍ରକ୍ରିୟାକୁ ତଦାରଖ କରିଥିଲେ।ଯୋଗାଣ ଅଧିକାରୀ ,ସମବାୟ ସମିତିର କର୍ମକର୍ତ୍ତା ଓ ଆର ଏମ ସି ଓ ମିଲର୍ ମାନଙ୍କ ପକ୍ଷରୁ କୃଷକ ମାନଙ୍କୁ ସମସ୍ତ ସହଯୋଗ ଯୋଗାଇ ଦେବାକୁ ଜିଲ୍ଲାପାଳ ସମସ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।ଜିଲ୍ଲାର କୃଷକ ମାନେ ଧାନ ବିକ୍ରି ସମୟରେ ଯେପରି କୌଣସି ସମସ୍ୟାର ସମ୍ମୁଖୀନ ନ ହୁଅନ୍ତି ସେଥିପାଇଁ ଜିଲ୍ଲାପାଳ ଘନ ଘନ ମଣ୍ଡି ଗସ୍ତ କରୁଥିଲେ l ଜିଲ୍ଲା ଯୋଗାଣ ବିଭାଗ ଅଧିକାରୀ,
ଡି ଆର ସି ଏସ,ଏ ଆର ସି ଏସ , ଆର୍ ଏମ୍ ସି ସମ୍ପାଦକ ଓ ଅନ୍ୟ କର୍ମଚାରୀ ମାନଙ୍କ କାର୍ଯ୍ୟାବଳୀ ବାରମ୍ବାର ସମୀକ୍ଷା କରୁଥିଲେ। ସମସ୍ତ ମଣ୍ଡିରେ ବିଦ୍ୟୁତ୍ ସଂଯୋଗ ଓ ଶୌଚାଳୟ ବ୍ୟବସ୍ଥା କରିବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ l ଶାନ୍ତି ଶୃଙ୍ଖଳାରେ ଧାନ କ୍ରୟ ପ୍ରାୟତ ସରି ଆସିଥିବାରୁ ଜିଲ୍ଲାପାଳ ସଂପୃକ୍ତ ସମସ୍ତ ଅଧିକାରୀ , କୃଷକ ଏଵଂ ମିଲର୍ ମାନଙ୍କୁ ଧନ୍ୟବାଦ୍ ଜଣାଇଛନ୍ତି l

Leave a Reply

Your email address will not be published. Required fields are marked *

You may have missed

ମିଶନ ଶକ୍ତି ବିଭାଗର ସମୀକ୍ଷା ବୈଠକ : ସ୍ଵୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ଉଦ୍ୟୋଗି ଭାବେ ଗଢ଼ି ତୋଳିବାକୁ ପ୍ରାଥମିକତା ଭୁବନେଶ୍ୱର, ୨୨.୦୨.୨୦୨୬ : ଭୁବନେଶ୍ୱରସ୍ଥିତ ମିଶନ ଶକ୍ତି ଭବନଠାରେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କ ଅଧ୍ୟକ୍ଷତାରେ ମିଶନ ଶକ୍ତି ବିଭାଗ ଏବଂ ଓଡ଼ିଶା ଜୀବିକା ମିଶନର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ବିଭାଗର ସମସ୍ତ ଶାଖାର କାର୍ଯ୍ୟକଳାପ ଓ ଜିଲ୍ଲାଭିତ୍ତିକ ପ୍ରଗତି ଉପରେ ସମୀକ୍ଷା କରାଯାଇଛି । ମାନ୍ୟବର ଉପମୁଖ୍ୟମନ୍ତ୍ରୀ ପ୍ରତ୍ୟେକ ଜିଲ୍ଲାର କାର୍ଯ୍ୟକଳାପ ଉପରେ ସମୀକ୍ଷା କରିଛନ୍ତି। ଚଳିତ ଆର୍ଥିକ ବର୍ଷର ସଫଳତା, ବିଭିନ୍ନ ଯୋଜନାର ପ୍ରଗତି, ବ୍ଯାଙ୍କ ଋଣ, ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ସୁଧ ଫେରସ୍ତ, ମହିଳାମାନଙ୍କୁ ଉଦ୍ୟୋଗପତି ଭାବେ ଗଢି ସେମାନଙ୍କ ଆୟବୃଦ୍ଧି କରିବା ସମ୍ପର୍କିତ ପଦକ୍ଷେପଗୁଡ଼ିକୁ ସେ ପର୍ଯ୍ୟବେକ୍ଷଣ କରିଛନ୍ତି । ଜିଲ୍ଲା ସ୍ତରୀୟ କର୍ମକର୍ତ୍ତା ମାନଙ୍କୁ ସମ୍ବୋଧିତ କରି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ମିଶନ ଶକ୍ତି ବିଭାଗ ମାଧ୍ୟମରେ ଓଡ଼ିଶାର ଲକ୍ଷାଧିକ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସହିତ ଯୋଡ଼ି ଆର୍ଥିକ, ସାମାଜିକ ଓ ଡିଜିଟାଲ ଭାବେ ସଶକ୍ତ ହୋଇପାରିଛନ୍ତି । ଏହି ବିଭାଗ ମହିଳାମାନଙ୍କୁ କେବଳ ଆତ୍ମନିର୍ଭର କରିବାରେ ସୀମିତ ରହିନାହିଁ, ସେମାନଙ୍କୁ ସଫଳ ଉଦ୍ୟୋଗୀ ଓ ସମାଜର ଅଗ୍ରଗାମୀ ନେତୃତ୍ୱ ଭାବେ ଗଢ଼ି ତୋଳିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଅଛି । ମିଶନ ଶକ୍ତି ଆଜି ମହିଳା ସଶକ୍ତିକରଣର ଏକ ଶକ୍ତିଶାଳୀ ଆନ୍ଦୋଳନରେ ପରିଣତ ହୋଇଛି, ଯାହା ମହିଳାମାନଙ୍କ ଜୀବନମାନ ଉନ୍ନତି ସହିତ ରାଜ୍ୟର ଆର୍ଥିକ ଉନ୍ନତିରେ ମଧ୍ୟ ମୂଲ୍ୟବାନ ଅବଦାନ ରଖୁଛି। ମହିଳାମାନଙ୍କୁ ଉଦ୍ୟୋଗୀ ଭାବେ ଗଢି ଅଧିକରୁ ଅଧିକ ‘ଲକ୍ଷପତି ଦିଦି’ ଏବଂ ‘ମହାଲକ୍ଷପତି ଦିଦି’ ପରିଣତ କରିବା ସରକାରଙ୍କ ପ୍ରାଥମିକ ଲକ୍ଷ୍ୟ ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ମତ ରଖିଛନ୍ତି । ଏଥି ପାଇଁ ଆସନ୍ତା ଆର୍ଥିକ ବର୍ଷରେ ବଜାର ସଂଯୋଗ, ଦକ୍ଷତା ବୃଦ୍ଧି, ପ୍ରଶିକ୍ଷଣ, ଆର୍ଥିକ ସହାୟତା ଓ ଡିଜିଟାଲ ସଶକ୍ତିକରଣ ଉପରେ ବିଶେଷ ଗୁରୁତ୍ୱ ଦିଆଯିବ । ଏହି ପଦକ୍ଷେପଗୁଡ଼ିକ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ମହିଳାମାନଙ୍କୁ ସ୍ଥାୟୀ ଜୀବିକା ଓ ସୁଦୃଢ଼ ଆର୍ଥିକ ସ୍ଥିତି ପ୍ରଦାନ କରିବ । ବୈଠକରେ ଚଳିତ ଆର୍ଥିକ ବର୍ଷର ଲକ୍ଷ୍ୟ ପୂରଣ ସହ ଆସନ୍ତା ଆର୍ଥିକ ବର୍ଷ ପାଇଁ ନିର୍ଦ୍ଧାରିତ ପ୍ରଥମିକତା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା, ଯାହା ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ଆର୍ଥିକ ଭାବେ ଆହୁରି ସଶକ୍ତ କରିବା ସହିତ ଉଦ୍ୟୋଗୀ ଭାବେ ପ୍ରତିଷ୍ଠିତ କରିବ । ଏହି ସମୀକ୍ଷା ବୈଠକରେ ମିଶନ ଶକ୍ତି ବିଭାଗର କମିଶନର-ତଥା-ସଚିବ ସୁଶ୍ରୀ ମାନସୀ ନିମ୍ବାଲ, ନିର୍ଦ୍ଦେଶିକା ଡ଼. ମୋନିକା ପ୍ରିୟଦର୍ଶିନୀଙ୍କ ସମେତ ମିଶନ ଶକ୍ତି ବିଭାଗ ଏବଂ ଓଡ଼ିଶା ଜୀବିକା ମିଶନର ବରିଷ୍ଠ ଅଧିକାରୀ ଏବଂ ସମସ୍ତ ଜିଲ୍ଲାର ଅଧିକାରୀମାନେ ଉପସ୍ଥିତ ଥିଲେ । ମହିଳା ସଶକ୍ତିକରଣ, ମହିଳା ନେତୃତ୍ୱାଧୀନ ବିକାଶ ଏବଂ ମହିଳାମାନଙ୍କୁ ଆର୍ଥିକ ଭାବେ ସ୍ୱାବଳମ୍ବୀ କରିବା ଦିଗରେ ମିଶନ ଶକ୍ତି ବିଭାଗର ଏହି ସମୀକ୍ଷା ବୈଠକ ଏକ ଦୃଢ଼ ପଦକ୍ଷେପ ବୋଲି ଆଶା କରାଯାଇଛି ।