September 12, 2026
Home » ନୟାଗଡ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଭାବେ କାର୍ଯ୍ୟଭାର ଗ୍ରହଣ କଲେ ପ୍ରଦୀପ୍ତ କୁମାର ସେନାପତି

ନୟାଗଡ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଭାବେ କାର୍ଯ୍ୟଭାର ଗ୍ରହଣ କଲେ ପ୍ରଦୀପ୍ତ କୁମାର ସେନାପତି

0
1001281595
ନୟାଗଡ଼( ଇପିଏ ) ନୟାଗଡ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟରେ ନୂତନ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ଶ୍ରୀ ପ୍ରଦୀପ୍ତ କୁମାର ସେନାପତି l ଏହି ଅବସରରେ ତାଙ୍କୁ କାର୍ଯ୍ୟାଳୟ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା l ଏହା ପୂର୍ବରୁ ଶ୍ରୀ ସେନାପତି ପୁରୀ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିଲେ l ତା ୩୧.୫.୨୦୨୬ ରିଖରେ ନୟାଗଡରେ ଥିବା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଜ୍ୟୋତ୍ସ୍ନାମୟୀ ଆଚାର୍ଯ୍ୟ ଅବସର ନେବାପରେ, ଜିଲ୍ଲା କ୍ରୀଡ଼ା ଅଧିକାରୀ ସୁଜାତା କୁମାରୀ ସାହୁ ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଭାବେ, ଅତିରିକ୍ତ ଦାୟୀତ୍ବ ନିର୍ବାହ କରୁଥିଲେ ।
ଦୀର୍ଘ ତିନି ମାସ ୧୦ ଦିନ ପରେ ନୂତନ ଜିଲ୍ଲା ସୂଚନା ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ପ୍ରଦୀପ୍ତ କୁମାର ସେନାପତି ନୟାଗଡ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଭାବେ କାର୍ଯ୍ୟଭାର ଗ୍ରହଣ କରିଥିବାରୁ, ସାମ୍ବାଦିକ ବନ୍ଧୁଗଣ ଓ ଜିଲ୍ଲାବାସୀଙ୍କ ମନରେ ଆନନ୍ଦ ପ୍ରକାଶ ପାଇଛି ।
ଇ ପି ଏ ରୁ ଗୋକୁଳ କୁମାର ଷଡ଼ଙ୍ଗୀ ଜିଲ୍ଲା ପ୍ରତିନିଧି ନୟାଗଡ଼ ।

Leave a Reply

Your email address will not be published. Required fields are marked *