August 20, 2026
Home » ନୟାଗଡ଼ ଜିଲ୍ଲା ଅଙ୍ଗନବାଡି ସଭାନେତ୍ରୀ ଜ୍ୟୋତ୍ସ୍ନାମୟୀ ପଣ୍ଡାଙ୍କ ପରଲୋକ

ନୟାଗଡ଼ ଜିଲ୍ଲା ଅଙ୍ଗନବାଡି ସଭାନେତ୍ରୀ ଜ୍ୟୋତ୍ସ୍ନାମୟୀ ପଣ୍ଡାଙ୍କ ପରଲୋକ

0
unnamed
ନୟାଗଡ଼ :ନୟାଗଡ଼ ଜିଲ୍ଲା ଅଙ୍ଗନବାଡ଼ି ସଂଘ ସଭାନେତ୍ରୀ ଜ୍ୟୋତ୍ସାମୟୀ ପଣ୍ଡାଙ୍କ ସୋମବାର ସଂନ୍ଧ୍ୟାରେ ପରଲୋକ ଘଟିଛି । ସେ ନୟାଗଡ଼ ସଦରବ୍ଲକ କ୍ରିଦାଶପୁର ଗ୍ରାମର ଅଙ୍ଗନୱାଡ଼ି କର୍ମୀ ଭାବେ କାର୍ଯ୍ୟ କରୁଥିଲେ । ନୟାଗଡ଼ର ପ୍ରମୂଖ କୃଷକ ନେତା ସ୍ବର୍ଗତ ଜଗନ୍ନାଥ ପଣ୍ଡାଙ୍କ କନ୍ୟା ତଥା ପୂର୍ବତନ ଛାତ୍ର ବିଜେଡି ସଭାପତି ନୀଳମାଧବ ପଣ୍ଡାଙ୍କ ଭଉଣୀ । ସେ ପୂର୍ବାହ୍ନରେ କ୍ରିଦାଶପୁର ସ୍ଥିତ ବାସଭବନରୁ ତାଙ୍କ ସ୍ୱାମୀ ମାନସ କୁମାର ପଣ୍ଡାଙ୍କ ବାଇକରେ ନୟାଗଡ଼ ଆସୁଥିଲା ବେଳେ ଅସାବଧାନତା ବଶତଃ ବାଇକରୁ ସେ ଖସି ପଡ଼ିଥିଲେ । ତାଙ୍କୁ ଗୁରୁତର ଅବସ୍ଥାରେ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ପରେ ଭୁବନେଶ୍ୱର ଏମ୍ସ ସ୍ଥାନାନ୍ତରିତ କରାଯାଇଥିଲା । ସେଠାରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ଏମ୍ସଠାରେ ଉପସ୍ଥିତ ରହିଥିବା ବେଳେ ପରିବାର ବର୍ଗଙ୍କୁ ଶାନ୍ତ୍ୱନା ଜଣାଇଛନ୍ତି। ତେବେ ମଙ୍ଗଳବାର ଭୁବନେଶ୍ବରରେ ତାଙ୍କର ଶବ ବ୍ୟବଚ୍ଛେଦ ହେବା ପରେ ନୟାଗଡ଼ର ନିଜ ଗ୍ରାମ କ୍ରିଦାଶପୁରକୁ ଅଣାଯାଇ ଗାଁ ଶ୍ମଶାନରେ ଶବଦାହ କରାଯାଇଥିଲା। ନୟାଗଡ଼ ସମନ୍ନିତ ମହିଳା ଓ ଶିଶୁ ବିକାଶ କାର୍ଯାଳୟ ନିକଟରେ ଜିଲ୍ଲାର ସମସ୍ତ ଅଙ୍ଗନବାଡି କର୍ମୀ ଓ ସହାୟିକା ତାଙ୍କର ଶେଷ ଦର୍ଶନ କରିଥିଲେ। ତାଙ୍କ ମୃତ୍ୟୁରେ ନୟାଗଡ଼ ଅଞ୍ଚଳରେ ତଥା ନୟାଗଡ଼ ଜିଲ୍ଲା ଅଙ୍ଗନବାଡି କର୍ମୀଙ୍କ ମହଲରେ ଗଭୀର ଶୋକ ପ୍ରକାଶ ପାଇଛି।
ଇ ପି ଏ ରୁ ଗୋକୁଳ କୁମାର ଷଡ଼ଙ୍ଗୀ ଜିଲ୍ଲା ପ୍ରତିନିଧି ନୟାଗଡ଼ ।

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed