May 27, 2026
Home » ପରଲୋକରେ ବରିଷ୍ଠ ବିଜେପି ନେତା ସମୀର ଦେ

ପରଲୋକରେ ବରିଷ୍ଠ ବିଜେପି ନେତା ସମୀର ଦେ

0
WhatsApp Image 2024-11-18 at 5.10.10 PM

କଟକ : ବରିଷ୍ଠ ବିଜେପି ନେତା ସମୀର ଦେ’ଙ୍କ ପରଲୋକ । ୬୭ ବର୍ଷରେ କଟକରଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି । ସମୀର ଦେ’ଙ୍କ ପରଲୋକ ନେଇ ଘରୋଇ ହସ୍ପିଟାଲ ଡାକ୍ତର ସୂଚନା ଦେଇଛନ୍ତି । ଫୁସଫୁସ, କିଡ୍‌ନୀ, ରକ୍ତଚାପ ଜନିତ ରୋଗରେ ଆକ୍ରାନ୍ତ ଥିଲେ ବରିଷ୍ଠ ବିଜେପି ନେତା ସମୀର ଦେ’। ଦୀର୍ଘଦିନରୁ ଅସୁସ୍ଥ ହୋଇ ଶ୍ରୀ ଦେ ଚିକିତ୍ସିତ ଥିଲେ।

କଟକ ସହରରୁ ଲଗାତର ତିନି ଥର ନିର୍ବାଚିତ ହୋଇଥିଲେ ସମୀର। ୧୯୯୫ ମସିହାରେ ସେ ପ୍ରଥମ ଥର ପାଇଁ ବିଧାୟକ ହୋଇଥିଲେ । ଏହାପରେ ୨୦୦୦ ଓ ୨୦୦୪ରେ ମଧ୍ୟ ସେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ୨୦୦୦ ମସିହାରେ ସେ ନଗର ଉନ୍ନୟନ ମନ୍ତ୍ରୀ ଓ ୨୦୦୪ରେ ମସିହାରେ ଉଚ୍ଚଶିକ୍ଷା ମନ୍ତ୍ରୀ ହୋଇଥିଲେ । ସେ ଉଚ୍ଚ ଶିକ୍ଷା ମନ୍ତ୍ରୀ ଥିବା ବେଳେ ରେଭେନ୍ସା କଲେଜକୁ ବିଶ୍ୱବିଦ୍ୟାଳୟ ମାନ୍ୟତା ମିଳିଥିବ ବେଳେ କଟକରେ ଅନେକ ବିଶ୍ବବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ସେ ବିଜେପିର ଜଣେ ଟାଣୁଆ ସଂଗଠକ ଥିଲେ । ଛାତ୍ର ଜୀବନରୁ ସେ ବହୁ ସାମାଜିକ ଅନୁଷ୍ଠାନ ଓ ସଂଗଠନ ସହ ଜଡ଼ିତ ଥିଲେ । ବିଭିନ୍ନ କ୍ରୀଡା ସଂଗଠନର ନେତୃତ୍ୱ ନେବା ସହିତ ଓଡ଼ିଶା ଅଲମ୍ପିକ୍ସ ଆସୋସିଏସନ୍‌ର ସଭାପତି ଥିଲେ। ତାଙ୍କ ବିୟୋଗରେ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି ।

ସମୀର ଦେଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସୋସିଆଲ ମିଡ଼ିଆ ହ୍ୟାଣ୍ଡେଲ ଏକ୍ସରେ ଶୋକ ପ୍ରକାଶ କରିବା ସହ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଛନ୍ତି।

ସେହିପରି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସେ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଲେଖିଛନ୍ତି, ‘ରାମ ଜନ୍ମଭୂମି ଆନ୍ଦୋଳନ ସମୟରୁ କଟକ ସହର ଏବଂ ଆଖପାଖ ଅଞ୍ଚଳରେ ବ୍ୟକ୍ତିଗତ ଭାବରେ ପହଞ୍ଚାଇ ଆମ ଦଳ ପାଇଁ ଏକ ମଡେଲ ଭାବରେ ପ୍ରସ୍ତୁତ କରିଥିଲେ । ୧୯୯୫ ମସିହାରେ ବିଧାନସଭାରେ ପ୍ରବେଶ କରି ଓଡ଼ିଆଙ୍କ ଜନ ଆକାଂକ୍ଷାକୁ ବଡ଼ ରୂପ ଦେଇ ଦଳ ବିକାଶର ଭିତ୍ତି ପ୍ରସ୍ତର ପକାଇ ଥିଲେ । ୨୦୦୦ ଓ ୨୦୦୪ରେ ମନ୍ତ୍ରୀ ଭାବରେ ନିଜର ଦକ୍ଷତାକୁ ପ୍ରତିପାଦିତ କରିଥିଲେ । ତାଙ୍କର ବିୟୋଗ କେବଳ ଆମ ଦଳ ପାଇଁ ନୁହେଁ, ସମଗ୍ର ଓଡ଼ିଶା ପାଇଁ ଏକ ବିରାଟ କ୍ଷତି । ଏହି ଦୁଃଖକୁ ସହ୍ୟ କରିବାପାଇଁ ତାଙ୍କ ପରିବାରକୁ ମହାପ୍ରଭୁ ଅସୀମ ଶକ୍ତି ଦିଅନ୍ତୁ। ଏହା ହିଁ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା’ ବୋଲି ପ୍ରଭାତୀ ପରିଡ଼ା ଲେଖିଛନ୍ତି।

ସୂଚନାଯୋଗ୍ୟ, କଟକ ସିଡିଏ ସ୍ଥିତ ବାସ ଭବନରେ ତାଙ୍କର ମର ଶରୀର ପହଞ୍ଚିଛି। ବହୁ ବିଶିଷ୍ଟ ବ୍ୟକ୍ତି ମାନେ ତାଙ୍କର ଶେଷ ଦର୍ଶନ କରୁଥିବା ବେଳେ କିଛି ସମୟ ପରେ ତାଙ୍କର ରାଷ୍ଟ୍ରୀୟ ମର୍ଯ୍ୟାଦା ଅନୁସାରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ।
ଇପିଏରୁ ବିରଞ୍ଚିନାରାୟଣ ପତ୍ରୀ ଙ୍କ ରିପୋର୍ଟ, ଇଷ୍ଟଣ୍ଣ ପ୍ରେସ ଏଜେନ୍ସି, ଭୁବନେଶ୍ୱର

ଆଗାମୀ ରଥଯାତ୍ରା ରେ ଶ୍ରଦ୍ଧାଳୁ ଙ୍କୁ ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଉଛି। ଏ ନେଇ ଏକ ସମୀକ୍ଷା ବୈଠକ ପୁରୀ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି। ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମେତ ୩୦ ଟି ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଓ ୮ ଟି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଅତିରିକ୍ତ ବ୍ୟବସ୍ଥା କରାଯାଉଛି। ଏଥି ସହିତ ୧୦ ଶଯ୍ୟା ବିଶିଷ୍ଟ ୮ ଟି ଅତିରିକ୍ତ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରହିବ। ଏଥିରେ ଅତିରିକ୍ତ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀ ନିୟୋଜିତ ରହିବେ। ବଡଦାଣ୍ଡ ସମେତ ପୁରୀ ସହର ର ପ୍ରମୁଖ ସ୍ଥାନ ଗୁଡିକରେ ଆଶୁ ଚିକିତ୍ସା କେନ୍ଦ୍ର ଖୋଲାଯିବ।୫୦ ରୁ ଅଧିକ ଆମ୍ବୁଲାନ୍ସ ବିଭିନ୍ନ ସ୍ଥାନରେ ମୁତୟନ କରାଯିବ। ବିଭିନ୍ନ ସ୍ୱେଚ୍ଛାସେବି ସଂଗଠନ ଙ୍କ ସହାୟତା ନିଆଯିବ। ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀ ଉପସ୍ଥିତ ରହି ସ୍ୱାସ୍ଥ୍ୟ ସେବାର ତଦାରଖ କରିବେ। ଆଇ ସି ୟୁ, ଟ୍ରମା କେୟାର କେନ୍ଦ୍ର ପ୍ରସ୍ତୁତ କରି ରଖାଯିବ। ପୁରୀ ରେ ଥିବା ସବୁ ସହରାଞ୍ଚଳ ସ୍ୱାସ୍ଥ୍ୟ କେନ୍ଦ୍ର କୁ ପ୍ରସ୍ତୁତ ରଖାଯିବ। ରେଲୱେ ଷ୍ଟେସନ, ବସଷ୍ଟାଣ୍ଡ ରେ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲିବ। ଗୁରୁତର ରୋଗୀ ଙ୍କୁ କଟକ, ଭୁବନେଶ୍ୱର ସ୍ଥାନାନ୍ତର ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ହେବ। ଆମ୍ବୁଲାନ୍ସ ଗୁଡ଼ିକ ଯେଭଳି ସୁରୁଖୁରୁରେ ଯାତାୟାତ କରିପାରିବ ସେ ନେଇ ସ୍ୱତନ୍ତ୍ର ବ୍ୟବସ୍ଥା ହେବ। ରଥଯାତ୍ରା ସମୟରେ ଲୋକ ଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ୨ ଶହ ଡାକ୍ତର ଙ୍କୁ ନିୟୋଜିତ କରାଯିବ। ଅପମିଶ୍ରିତ ଓ ବାସୀ ଖାଦ୍ୟ ବିକ୍ରି ବନ୍ଦ ପାଇଁ ଖାଦ୍ୟ ନିରାପତ୍ତା ଅଧିକାରୀ ମାନେ ଯାଞ୍ଜ କରିବେ। ରଥଯାତ୍ରା ସ୍ୱାସ୍ଥ୍ୟ ସେବାକୁ ଶୃଙ୍ଖଳିତ କରିବା ପାଇଁ ଅନୁଷ୍ଠିତ ହୋଇଥିବା ବୈଠକ ରେ ପୁରୀ ମହାନଗର ନିଗମ ର କମିଶନର, ଅତିରିକ୍ତ ଜିଲ୍ଲାପାଳ, ଏସପି, ସ୍ୱାସ୍ଥ୍ୟ ବିଭାଗର ଅଧିକାରୀ, ବିଭିନ୍ନ ସ୍ୱେଚ୍ଛାସେବୀ ସଂଗଠନ ସାମିଲ ହୋଇଥିଲେ। ରଥଯାତ୍ରା ର ଭକ୍ତ ଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେଉଥିବା ସ୍ୱେଚ୍ଛାସେବୀ ଦେବାଶିଶ ମିଶ୍ର କୁହନ୍ତି, ରଥଯାତ୍ରା ଭିଡ଼ରେ ବଡ ଆମ୍ବୁଲାନ୍ସ ଯାତାୟାତ ରେ ବହୁତ୍ ସମସ୍ୟା ସୃଷ୍ଟି କରୁଛି। ଏଣୁ ଆମେ ଜିଲାପାଳ ଙ୍କୁ ପ୍ରସ୍ତାବ ଦେଲୁ କିଛି ଛୋଟ ଆମ୍ବୁଲାନ୍ସ ନିୟୋଜିତ କରାଯାଉ। ଏହା ଦ୍ଵାରା ଆମ୍ବୁଲାନ୍ସ ଯାତାୟାତ ରେ ସୁବିଧା ହେବା ସହ ଲୋକ ମାନେ ତ୍ୱରିତ ଚିକିତ୍ସା ସେବା ପାଇପାରିବେ। ଆଉ ଏକ ପ୍ରସ୍ତାବ ରହିଚି ବଡ ଦାଣ୍ଡ ରେ ଅଧିକ ଶୀତତାପ ନିୟନ୍ତ୍ରିତ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲାଯାଉ। ଏହା ଦ୍ଵାରା ଅଯଥା ରେ ଲୋକ ଙ୍କୁ ମୁଖ୍ୟ ଚିକିତ୍ସାଳୟ କୁ ନିଆନଯାଇ ଏହି ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ତ୍ୱରିତ ଚିକିତ୍ସା ସେବା ଯୋଗାଇ ହେବ । ଆମେ ଜିଲାପାଳ ଙ୍କୁ ଅନୁରୋଧ କରିଛୁ ଗୁଣ୍ଡିଚା ମନ୍ଦିର ନିକଟ ରେ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲାଯିବା ନେଇ ଅନୁମତି ଦିଆଯାଉ। ଏହା ହେଲେ ମନ୍ଦିର ଭିତରେ ଅବା ବାହାରେ କିଛି ଅଘଟଣ ଘଟିଲେ ସଙ୍ଗେ ସଙ୍ଗେ ଚିକିତ୍ସା ସେବା ଲୋକ ଙ୍କୁ ଓ ସେବାୟତ ଙ୍କୁ ଚିକିତ୍ସା ସେବା ଦେଇହେବ। ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା ନିଜ ପ୍ରତିକ୍ରିୟାରେ କହିଛନ୍ତି, ଚଳିତ ରଥଯାତ୍ରା ରେ ଲୋକ ଙ୍କୁ କିଭଳି ତ୍ୱରିତ ଚିକିତ୍ସା ସେବା ଯୋଗାଇ ହେବ ସେ ନେଇ ଏକ ମାର୍ଗଦର୍ଶିକା କରାଯାଇଛି। ବଡଦାଣ୍ଡ ସମେତ ବିଭିନ୍ନ ଗୁରୁତ୍ଵପୂର୍ଣ୍ଣ ସ୍ଥାନରେ ୮ ଟି ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରହିବ । ମୋଟ ୮୦ ବେଡ ବିଶିଷ୍ଟ ଏହି ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ସବୁ ପ୍ରକାର ଚିକିତ୍ସା ସେବା ବ୍ୟବସ୍ଥା ରହିବ। ସବୁ ପ୍ରକାର ଅତ୍ୟାଧୁନିକ ସ୍ୱାସ୍ଥ୍ୟ ସେବା ଉପକରଣ ଓ ସ୍ପେଶଲିଷ୍ଟ ଡାକ୍ତର ରହିବେ। ଏ ନେଇ ଆଜିର ବୈଠକ ରେ ଆଲୋଚୋନା ହେଲା। ଆମ୍ବୁଲାନ୍ସ କିଭଳି ଯାତାୟାତ କରିବ, ସ୍ୱେଚ୍ଛାସେବୀ ଙ୍କୁ ତାଲିମ ପ୍ରଦାନ ସେ ନେଇ ସବିଶେଷ ଆଲୋଚନା ହୋଇଛି। ମାର୍ଗଦର୍ଶିକା ଅନୁଯାୟୀ ରଥଯାତ୍ରା, ସୁନାବେଶ, ବାହୁଡ଼ା ରେ ସ୍ୱାସ୍ଥ୍ୟ ସେବା ଲୋକ ଙ୍କୁ ଯୋଗାଇ ଦିଆଯିବ। ଆଗାମୀ ଜୁନ ୨୯ ରେ ମହାପ୍ରଭୁ ଙ୍କ ସ୍ନାନଯାତ୍ରା ଓ ଜୁଲାଇ ୧୬ ରେ ରଥଯାତ୍ରା ଅନୁଷ୍ଠିତ ହେବ। ଏହି ଦୁଇ ଯାତ୍ରାରେ ଦଇତାପତି ସେବକ ଙ୍କ ଗୁରୁ ଦାୟିତ୍ୱ ରହିଛି । ଦଇତାପତି ସେବକମାନେ ମହାପ୍ରଭୁ ଙ୍କୁ ସ୍ନାନଯାତ୍ରାରେ ରତ୍ନସିଂହାସନ ରୁ ପହଣ୍ଡି ରେ ଆଣି ସ୍ନାନ ବେଦୀ କୁ ଆଣିବେ। ସେହିପରି ଆଗାମୀ ରଥଯାତ୍ରାରେ ମଧ୍ୟ ଦଇତାପତି ସେବକ ମାନେ ମହାପ୍ରଭୁ ଙ୍କୁ ପହଣ୍ଡି ଆଣି ରଥ ଉପରେ ଠାକୁର ଙ୍କୁ ବିରାଜମାନ କରାଇବେ। ତେବେ ଠାକୁର ଙ୍କ ପହଣ୍ଡି କିଭଳି ଶୃଙ୍ଖଳିତ ଓ ସୁରକ୍ଷିତ ଢଙ୍ଗରେ ହୋଇ ପାରିବ ସେ ନେଇ ସମୀକ୍ଷା କରିଛନ୍ତି ପୁରୀ ଜିଲ୍ଲାପାଳ ତଥା ଶ୍ରୀମନ୍ଦିର ଉପ ମୁଖ୍ୟପ୍ରଶାସକ ଦିବ୍ୟଜ୍ୟୋତି ପରିଡା। ଶ୍ରୀମନ୍ଦିର କାର୍ଯ୍ୟାଳୟ ରେ ଅନୁଷ୍ଠିତ ହୋଇଥିବା ବୈଠକ ରେ ଶ୍ରୀମନ୍ଦିର ଦଇତାପତି ନିଯୋଗ ର କର୍ମକର୍ତ୍ତା ଯୋଗ ଦେଇଥିଲେ।୨୦୨୪ ରଥଯାତ୍ରା ରେ ଆଡ଼ପ ମଣ୍ଡପ ବିଜେ ବେଳେ ବଡ ଠାକୁର ଶ୍ରୀବଳଭଦ୍ର ରଥ ରୁ ଚାରମାଳ କୁ ଖସି ପଡ଼ିଥିଲେ। ଏଣୁ ଏଭଳି ଅଘଟଣ କିଭଳି ଆଗାମୀ ଦିନରେ ହେବ ନାହିଁ ଏବଂ ଶୃଙ୍ଖଳିତ ଢଙ୍ଗରେ ପହଣ୍ଡି କାର୍ଯ୍ୟ ସମାପନ ହେବ ସେ ନେଇ ଜିଲ୍ଲାପାଳ ଆଲୋଚନା କରିଥିଲେ। ପହଣ୍ଡି ପାଇଁ ପ୍ରଶାସନ ଦ୍ୱାରା ନିର୍ଦ୍ଧାରିତ ସଂଖ୍ୟାରୁ ଯେଭଳି ଅଧିକ ସେବକ ନ ରହିବେ ସେ ନେଇ ଆଲୋଚନା ହୋଇଥିଲା। ସେହିପରି ନିର୍ଦ୍ଧାରିତ ସମୟ ଅନୁସାରେ ସମସ୍ତ ନୀତି ଯେଭଳି ପାଳନ ହେବ ସେ ନେଇ ମଧ୍ୟ ଆଲୋଚାନା ହୋଇଛି। ତେବେ ମହାପ୍ରଭୁ ସ୍ନାନଯାତ୍ରା, ଅଣସର, ନବଯୌବନ, ନେତ୍ରୋତ୍ସବ ସମସ୍ତ ନୀତି ଶୃଙ୍ଖଳିତ କରିବାକୁ ବାଡଗ୍ରାହୀ ସେବକ ମତ ରଖିଛନ୍ତି। ଦଇତାପତି ସେବକ ଭବାନୀ ଦାସ ମହାପାତ୍ର ନିଜ ପ୍ରତିକ୍ରିୟାରେ କୁହନ୍ତି, ଆଗାମୀ ରଥଯାତ୍ରା ରେ କିଭଳି ମହାପ୍ରଭୁ ଙ୍କ ସମସ୍ତ ନିତିକାନ୍ତି, ଭକ୍ତ ଙ୍କ ଦର୍ଶନ ସୁରୁଖୁରୁରେ ଶୃଙ୍ଖଳିତ ଭାବରେ ହୋଇପାରିବ ସେ ନେଇ ଜିଲ୍ଲାପାଳ ଙ୍କ ସହ ଆଲୋଚନା ହୋଇଛି। ସେବାୟତ ଙ୍କ ମଧ୍ୟରେ ଯେଭଳି ଏକ ସମନ୍ଵୟ ରହିବ ସେ ନେଇ ଆଲୋଚନା ହୋଇଥିଲା। ମହାପ୍ରଭୂ ଙ୍କ ପହଣ୍ଡି କିଭଳି ଶୃଙ୍ଖଳିତ ଢଙ୍ଗରେ ହୋଇପାରିବ ସେ ନେଇ ମଧ୍ୟ ଆଲୋଚନା ହୋଇଥିଲା। ତେବେ ମହାପ୍ରଭୁ ଙ୍କ କାର୍ଯ୍ଯ କୁ ଶୃଙ୍ଖଳିତ ଭାବରେ କରିବା ପାଇଁ ଦଇତାପତି ସେବକ ସମ୍ପୂର୍ଣ ପ୍ରସ୍ତୁତ ରହିଚନ୍ତି। ଏହି ଭରସା ଆମେ ପ୍ରଶାସନ କୁ ଦେଇଛୁ। ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ନିଜ ପ୍ରତିକ୍ରିୟାରେ କହିଛନ୍ତି, ଆଗାମୀ ରଥଯାତ୍ରା କୁ ଶୃଙ୍ଖଳିତ ଭାବେ ଆୟୋଜନ ନେଇ ସବୁ ସେବାୟତ ବିଯୋଗ ସହ ଆଲୋଚନା କରାଯାଉଛି। ମହାପ୍ରଭୁ ଙ୍କ ଶୃଙ୍ଖଳିତ ନୀତି କାନ୍ତି ଓ ପହଣ୍ଡି ପ୍ରସଙ୍ଗ ରେ ମଧ୍ୟ ଦଇତାପତି ସେବକ ଙ୍କ ସହ ଆଲୋଚନା ହୋଇଛି। ଆମର ଆଶା ରହିଛି ମହାପ୍ରଭୁ ଙ୍କ କୃପାରୁ ରଥଯାତ୍ରା ସୁରୁଖୁରୁରେ ସମାପନ ହେବ।

Leave a Reply

Your email address will not be published. Required fields are marked *

You may have missed