August 21, 2026
Home » ପି . ଏମ . ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ 2025-26 ଶିକ୍ଷା ବର୍ଷର ବାର୍ଷିକ ଉତ୍ସବ

ପି . ଏମ . ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ 2025-26 ଶିକ୍ଷା ବର୍ଷର ବାର୍ଷିକ ଉତ୍ସବ

0
WhatsApp Image 2026-02-16 at 4.23.57 PM

ଛତ୍ରପୁର ସ୍ଥିତ ପି . ଏମ . ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ 2025-26 ଶିକ୍ଷା ବର୍ଷର ବାର୍ଷିକ ଉତ୍ସବ ଓ ଅନ୍ତଃହାଉସ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଥିଲା I ଏଥିରେ ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀଯୁକ୍ତ ଅଜୟ କୁମାର ତ୍ରିପାଠୀ ମୁଖ୍ୟବକ୍ତା ଏବଂ ଉଚ୍ଚଶିକ୍ଷା ବିଭାଗ ଯୁଗ୍ମ ନିର୍ଦେଶକ ଶ୍ରୀମତୀ ବିନୀତା ସେନାପତି , ଗୋଷ୍ଠୀ ଶିକ୍ଷା ଅଧିକାରୀ, ଚିଲିକା ଶ୍ରୀ ଦ୍ୱାରିକାନାଥ ବେହେରା , ବିଦ୍ୟାଳୟର ପରିଚାଳନା କମିଟି ସଭାପତି ଶ୍ରୀଯୁକ୍ତ ବନଜ କୁମାର ପାଣିଗ୍ରାହୀ ସମ୍ମାନିତ ଅତିଥି ରୂପେ ଯୋଗ ଦେଇଥିଲେ I

ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ସୁଶ୍ରୀ ସୁଚିତ୍ରା ପାଣିଗ୍ରାହୀ ଓ ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ମଧୁସ୍ମିତା ଯାଦବଙ୍କ ମିଳିତ ପ୍ରୟାସରେ ଏହି କାର୍ଯ୍ୟକ୍ରମ ସଂଗଠିତ ହୋଇଥିଲା I ବିଦ୍ୟାଳୟର ବାର୍ଷିକ ବିବରଣୀ ପାଠ ସହିତ ଅତିଥିମାନଙ୍କ ଅଭିଭାଷଣ ଛାତ୍ର ଛାତ୍ରୀଙ୍କୁ ଶିକ୍ଷା ସହିତ ଉତ୍ତମ ମାନବ ସମାଜ ଗଠନରେ ପ୍ରୟାସ ପାଇଁ ପ୍ରେରଣା ଦେଇଥିଲା I

ଏଥିସହିତ ବିଦ୍ୟାଳୟରେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତକାର୍ଯ୍ୟ ଛାତ୍ର ଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରାଯିବା ସହିତ ଚଳିତ ଶିକ୍ଷାବର୍ଷର ଶ୍ରେଷ୍ଠ ଛାତ୍ରୀ ଭାବେ ଏନ ଲଷ୍ମୀପ୍ରିୟା ରେଡ଼ିଙ୍କୁ ସମ୍ମାନିତ କରି ଆସନ୍ତା ପିଢିଙ୍କ ପାଇଁ ଉଦାହରଣ ସୃଷ୍ଟି କରାଯାଇଥିଲା I ଏବଂ ଗତବର୍ଷ ଦଶମ ଶ୍ରେଣୀର ସର୍ବଶ୍ରେଷ୍ଠ ଛାତ୍ରୀ ସୁଶ୍ରୀ ଆଦ୍ୟାଶା ପାଢ଼ୀଙ୍କୁ କରତାଳି ସହ ସମ୍ମାନିତ କରାଯାଇଥିଲା I

ଏହି ଉତ୍ସବରେ ବିଦ୍ୟଳୟର ଛାତ୍ରଛାତ୍ରୀଙ୍କ ଦ୍ୱାରା ପ୍ରସ୍ତୁତ ବିଭିନ୍ନ ସାସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା ସେଥିମଧ୍ୟରୁ ଶିକ୍ଷୟତ୍ରୀ ଶ୍ରୀମତୀ ପ୍ରେରଣା ମହାପାତ୍ର ଏବଂ ଶ୍ରୀମତୀ ଲୋପିତା ମହାନ୍ତି ଙ୍କ ନିର୍ଦେଶିତ ଗଣେଶ ଗୀତିନାଟ୍ୟ ବେଶ ଉଚ୍ଚକୋଟୀର ଥିଲା I ବିଦ୍ୟାଳୟର ସମସ୍ତ ଶିକ୍ଷକ , ଶିକ୍ଷୟତ୍ରୀ ଓ କର୍ମଚାରୀଙ୍କ ମିଳିତ ସହଯୋଗରେ କାର୍ଯ୍ୟକ୍ରମଟି ସୁଚାରୁ ରୂପେ ସମ୍ପୂର୍ଣ ହୋଇଥିଲା I

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed