August 21, 2026
Home » ପୁରୀ ରେ ପ୍ରଥମ ପାରା ଆଥଲେଟିକ୍ସ ଚମ୍ପିୟାନସିପ ଅନୁଷ୍ଠିତ

ପୁରୀ ରେ ପ୍ରଥମ ପାରା ଆଥଲେଟିକ୍ସ ଚମ୍ପିୟାନସିପ ଅନୁଷ୍ଠିତ

0
WhatsApp Image 2026-02-01 at 4.11.21 PM

ପୁରୀ: ତାଳବଣିଆ ସ୍ପୋର୍ଟ୍ସ କମ୍ପ୍ଲେକ୍ସ ଠାରେ ପ୍ରଥମ ପାରା ଆଥଲେଟିକ୍ସ ଚମ୍ପିୟାନସିପ ର ଆୟୋଜନ କରାଯାଇଥିଲା।ଏହାକୁ ଉଦଘାଟନ କରି ରାଜ୍ୟସଭା ସାଂସଦ ଶୁଭାଶିଷ ଖୁଣ୍ଟିଆ ଦିବ୍ଯାଙ୍ଗ ମାନେ ଆମ ସମାଜର ଏକ ଅଙ୍ଗ।ସେମାନଙ୍କ ମଧ୍ୟରେ ଅନେକ ପ୍ରତିଭା ଭରି ରହିଛି।ସେହି ପ୍ରତିଭା ର ବିକାଶ ସମାଜ ପାଇଁ ସମ୍ବଳ ସୃଷ୍ଟି କରି ପାରିବ।ପ୍ରଥମ ଥର ପାଇଁ ପୁରୀ ରେ ପାରା ଆଥଲେଟିକ ର ଆୟୋଜନ ଏକ ସୁନ୍ଦର ପଦକ୍ଷେପ।

ଏହି ଆଥଲେଟ ମାନଙ୍କୁ ଆବଶ୍ୟକୀୟ ସହଯୋଗ ଯୋଗାଇ ଦିଆଯିବ ବୋଲି ସେ କହିଥିଲେ।ପୁରୀ ପୌର ନିର୍ବାହୀ ଅଧିକାରୀ ଅଭିମନ୍ୟୁ ବେହେରା, ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ,କ୍ରୀଡା ସଂସଦର ପ୍ରାକ୍ତନ ସମ୍ପାଦକ ରବି ଶଙ୍କର ପ୍ରତିହାରୀ ପ୍ରମୁଖ ଯୋଗ ଦେଇ ଦିବ୍ଯାଙ୍ଗ ଙ୍କ ପ୍ରତିଭା, ସେମାନଙ୍କ ପ୍ରତି ରହିଥିବା ସରକାରୀ ବ୍ୟବସ୍ଥା, କ୍ରୀଡା କ୍ଷେତ୍ରରେ ସେମାନଙ୍କୁ ସହଯୋଗ ସମ୍ପର୍କରେ ଆଲୋକପାତ କରିଥିଲେ।ପାରା ଆଥଲେଟିକ୍ସ ର ରାଜ୍ୟ ସଭାପତି କମଳାକାନ୍ତ ରଥ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ଗଜଲକ୍ଷ୍ମୀ ରାୟ,ପାରା ଆଥଲେଟ ଇଣ୍ଡିଆ ର କୋଷାଧ୍ୟକ୍ଷ ସୁନିଲ କୁମାର ପରିଡା, ପ୍ରଶିକ୍ଷକ ବିଷ୍ଣୁ ପ୍ରସାଦ ମିଶ୍ର,ପାରା କ୍ରୀଡାବିତ ଜୟନ୍ତୀ ବେହେରା, ମାର୍କଣ୍ଡ ରେଡି,କମଳାକାନ୍ତ ନାୟକ ପ୍ରମୁଖ ଯୋଗ ଦେଇ ଥିଲେ।ପରେ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।

 

ପୁରୀ ଇପିଏ ରୁ ସୌଭାଗ୍ୟ ପଟ୍ଟନାୟକ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ ଏଜେନ୍ସି )

Leave a Reply

Your email address will not be published. Required fields are marked *

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।