May 27, 2026
Home » ପେନକାମ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ

ପେନକାମ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ

0
WhatsApp Image 2025-01-30 at 1.44.01 PM

ରାମନାଗୁଡା:ରାୟଗଡା ଜିଲ୍ଲା ରାମନାଗୁଡା ବ୍ଲକ ଅନ୍ତର୍ଗତ ପେନକାମ ପଞ୍ଚାୟତ ଅଧୀନରେ ଥିବା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ରେ ବୁଧବାର ଦିନ ପ୍ରଥମ କରି ବାର୍ଷିକ ଉତ୍ସବ ପାଳିତ ହୋଇଥିଲା।ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ଶକ୍ତି ପ୍ରସାଦ ବେହେରା ଙ୍କ ସଭାପତିତ୍ୱ ରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ରାମନାଗୁଡା ତହସିଲଦାର ଶ୍ରୀ ପ୍ରାଣକୃଷ୍ଣ ପ୍ରାଣିଗ୍ରାହୀ ମଞ୍ଚାସୀନ ହୋଇଥିବା ବେଳେ ସ୍ୱତନ୍ତ୍ର ଅତିଥି ଭାବେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ସୁଜନ ମଲ୍ଲିକ, ମୁଖ୍ୟବକ୍ତା ଭାବେ ମଣ୍ଡଳ ସାଧନ ସଂଯୋଜକ ଶ୍ରୀ ରମେଶ ମୁଦୁଲି ପ୍ରମୁଖ ମଞ୍ଚାସୀନ ହୋଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ପୂର୍ବତନ ବ୍ଲକ ଅଧ୍ୟକ୍ଷ ଶ୍ରୀ ନବୀନ ପିପ୍ପଳୀ, ପେନକାମ ଗ୍ରାମ ପଞ୍ଚାୟତ ପୂର୍ବତନ ସରପଞ୍ଚ ଶ୍ରୀ ସମ୍ବରା ଶବର, ସମାଜସେବୀ ଶ୍ରୀ ଉପେନ୍ଦ୍ର ନିମାଲପୁରୀ ଯୋଗ ଦେଇଥିଲେ ।ନିମନ୍ତ୍ରିତ ଅତିଥି ମାନଙ୍କୁ ବିଦ୍ୟାଳୟ ପକ୍ଷରୁ ପୁଷ୍ପଗୁଚ୍ଛ ସହ ଉପଢୌକନ ଦେଇ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ଶ୍ରୀ ଅଶ୍ୱିନୀ ତ୍ରିପାଠୀ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ।କାର୍ଯ୍ୟକ୍ରମ ପ୍ରାରରମ୍ଭରେ ଅତିଥି ମାନଙ୍କ ଦ୍ୱାରା ଜଗତର ନାଥ ଜଗନ୍ନାଥଙ୍କ ଫୋଟଚିତ୍ରରେ ପୁଷ୍ପମାଲ୍ୟ ଦେଇ ଦୀପ ପ୍ରଜ୍ଜ୍ୱଳନ କରାଯାଇଥିଲା।ବରିଷ୍ଠ ଶିକ୍ଷକ ଶ୍ରୀ ତ୍ରିପାଠୀ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଅନୁରୋଧ କ୍ରମେ ଅନୁଷ୍ଠାନର ବିବରଣୀ ପାଠ କରିଥିଲେ।ଏହି ବାର୍ଷିକ ଉତ୍ସବରେ ବିଦ୍ୟାଳୟର ପରିଚାଳନା କମିଟିର ସମସ୍ତ ସଦସ୍ୟ, ସଦସ୍ୟା ଉପସ୍ଥିତ ଥିଲେ।ବିଦ୍ୟାଳୟ ନିର୍ମାଣ ନିମନ୍ତେ ଯେଉଁମାନେ ଜମି ଦାନ କରିଥିଲେ ସେମାନଙ୍କର ନାମ କୁ ବିଦ୍ୟାଳୟ ପରିସରରେ ନାମଫଳକ ସ୍ଥାପିତ କରିବା ପାଇଁ ମୁଖ୍ୟ ଅତିଥି ତହସିଲଦାର ଶ୍ରୀ ପାଣିଗ୍ରାହୀ ବିଦ୍ୟାଳୟ ପରିଚାଳନା କମିଟିକୁ ପ୍ରସ୍ତାବ ଦେଇଥିବା ବେଳେ ସ୍ୱତନ୍ତ୍ର ଅତିଥି ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ମଲ୍ଲିକ ତହସିଲଦାରଙ୍କ ପ୍ରସ୍ତାବ କୁ ସମର୍ଥନ କରି ବିଦ୍ୟାଳୟ ପରିଚାଳନା କମିଟି ସହିତ ଆଲୋଚନା କରି କିପରି ଖୁବଶୀଘ୍ର କାର୍ଯ୍ୟ ଟି ସମ୍ପାଦନା ହୋଇ ପାରିବ ସେ ସମ୍ପର୍କରେ ମତ ଦେଇଥିଲେ।।ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟ କୋଠା ନିର୍ମାଣ ନିମନ୍ତେ ଜମି ଦାନ କରିଥିବା ବଦାନ୍ୟ ବ୍ୟକ୍ତି ନବୀନ ପିପ୍ପଳୀ, ସମ୍ବରା ଶବର, ଉପେନ୍ଦ୍ର ନିମାଲପୁରୀ ଙ୍କୁ ବିଦ୍ୟାଳୟ ପକ୍ଷରୁ ପୁଷ୍ପଗୁଚ୍ଛ ପ୍ରଦାନ କରି ଉପଢୌକନ ଦେଇ ସମ୍ବର୍ଦ୍ଧିତ କରିଥିଲେ।ସେହିପରି ଏହି ବାର୍ଷିକ ଉତ୍ସବରେ ବିଦ୍ୟାଳୟର ଶିକ୍ଷକ ଲଷ୍ମୀ ପାଣିଗ୍ରାହୀ, ଦାମନ ପାଟଯୋଶୀ,ଶିବ ପ୍ରସାଦ ଭରଦ୍ବାଜ, ଶିକ୍ଷୟିତ୍ରୀ ଚନ୍ଦ୍ରିକା ରୀନାଙ୍କୁ ବରିଷ୍ଠ ସାମ୍ବାଦିକ ଶିବ ପ୍ରସାଦ ବ୍ରହ୍ମା, ଶୁଭଜିତ ପଟ୍ଟନାୟକ ,ଆନନ୍ଦ ପରିଚ୍ଛା, ନିର୍ମଳ ଖାମ୍ବାଙ୍କୁ ଉପଢୌକନ ଦେଇ ସମ୍ବର୍ଦ୍ଧନା କରାଯାଇଥିଲା।ଉପସ୍ଥିତ ଅତିଥିମାନେ ନିଜ ଅବିଭାଷଣରେ ଶିକ୍ଷାର ପ୍ରସାର ସୂତ୍ରରେ ପେନକାମ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ର କାର୍ଯ୍ୟ କୁ ଖୁବ ପ୍ରଶଂସା କରିଥିଲେ। ଏଥି ପୂର୍ବରୁ ଚିତ୍ରାଙ୍କନ, ବକୃତା, ପ୍ରବନ୍ଧ ଲିଖନ, କବିତା ପଠନ ନାଚ, ଗୀତ କଳା ଆଦି ସହ କ୍ରୀଡା କ୍ଷେତ୍ରରେ ଉତ୍ତୀର୍ଣ୍ଣ ହୋଇଥିବା କୃତି ଛାତ୍ର ଛାତ୍ରୀ ମାନଙ୍କୁ ନିମନ୍ତ୍ରିତ ଟ୍ରଫି, ମାନପତ୍ର ସହ ପୁରସ୍କାର ପ୍ରଦାନ କରାଯାଇଥିଲା।କାର୍ଯ୍ୟକ୍ରମରେ ଏହି ଅନୁଷ୍ଠାନର ପୂର୍ବତନ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସମେତ ପୁରାତନ ଛାତ୍ର ଛାତ୍ରୀ ମାନେ ଯୋଗ ଦେଇଥିଲେ। ପରିଶେଷରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ମଞ୍ଚ ପରିଚାଳନା ବରିଷ୍ଠ ଶିକ୍ଷକ ଅଶ୍ୱିନୀ ତ୍ରିପାଠୀ କରିଥିବା ବେଳେ ପ୍ରଧାନ ଶିକ୍ଷକ ଶ୍ରୀ ବେହେରା ଧନ୍ୟବାଦ ଅର୍ପଣ କରି ସଭା ସାଙ୍ଗ କରିଥିଲେ।

ରାମନାଗୁଡାରୁ ନରସିଂହ ପରିଛା ଙ୍କ ରିପୋର୍ଟ ଇପିଏ ଉଇକ୍କି ଖବର।

ଆଗାମୀ ରଥଯାତ୍ରା ରେ ଶ୍ରଦ୍ଧାଳୁ ଙ୍କୁ ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଉଛି। ଏ ନେଇ ଏକ ସମୀକ୍ଷା ବୈଠକ ପୁରୀ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି। ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମେତ ୩୦ ଟି ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଓ ୮ ଟି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଅତିରିକ୍ତ ବ୍ୟବସ୍ଥା କରାଯାଉଛି। ଏଥି ସହିତ ୧୦ ଶଯ୍ୟା ବିଶିଷ୍ଟ ୮ ଟି ଅତିରିକ୍ତ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରହିବ। ଏଥିରେ ଅତିରିକ୍ତ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀ ନିୟୋଜିତ ରହିବେ। ବଡଦାଣ୍ଡ ସମେତ ପୁରୀ ସହର ର ପ୍ରମୁଖ ସ୍ଥାନ ଗୁଡିକରେ ଆଶୁ ଚିକିତ୍ସା କେନ୍ଦ୍ର ଖୋଲାଯିବ।୫୦ ରୁ ଅଧିକ ଆମ୍ବୁଲାନ୍ସ ବିଭିନ୍ନ ସ୍ଥାନରେ ମୁତୟନ କରାଯିବ। ବିଭିନ୍ନ ସ୍ୱେଚ୍ଛାସେବି ସଂଗଠନ ଙ୍କ ସହାୟତା ନିଆଯିବ। ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀ ଉପସ୍ଥିତ ରହି ସ୍ୱାସ୍ଥ୍ୟ ସେବାର ତଦାରଖ କରିବେ। ଆଇ ସି ୟୁ, ଟ୍ରମା କେୟାର କେନ୍ଦ୍ର ପ୍ରସ୍ତୁତ କରି ରଖାଯିବ। ପୁରୀ ରେ ଥିବା ସବୁ ସହରାଞ୍ଚଳ ସ୍ୱାସ୍ଥ୍ୟ କେନ୍ଦ୍ର କୁ ପ୍ରସ୍ତୁତ ରଖାଯିବ। ରେଲୱେ ଷ୍ଟେସନ, ବସଷ୍ଟାଣ୍ଡ ରେ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲିବ। ଗୁରୁତର ରୋଗୀ ଙ୍କୁ କଟକ, ଭୁବନେଶ୍ୱର ସ୍ଥାନାନ୍ତର ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ହେବ। ଆମ୍ବୁଲାନ୍ସ ଗୁଡ଼ିକ ଯେଭଳି ସୁରୁଖୁରୁରେ ଯାତାୟାତ କରିପାରିବ ସେ ନେଇ ସ୍ୱତନ୍ତ୍ର ବ୍ୟବସ୍ଥା ହେବ। ରଥଯାତ୍ରା ସମୟରେ ଲୋକ ଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ୨ ଶହ ଡାକ୍ତର ଙ୍କୁ ନିୟୋଜିତ କରାଯିବ। ଅପମିଶ୍ରିତ ଓ ବାସୀ ଖାଦ୍ୟ ବିକ୍ରି ବନ୍ଦ ପାଇଁ ଖାଦ୍ୟ ନିରାପତ୍ତା ଅଧିକାରୀ ମାନେ ଯାଞ୍ଜ କରିବେ। ରଥଯାତ୍ରା ସ୍ୱାସ୍ଥ୍ୟ ସେବାକୁ ଶୃଙ୍ଖଳିତ କରିବା ପାଇଁ ଅନୁଷ୍ଠିତ ହୋଇଥିବା ବୈଠକ ରେ ପୁରୀ ମହାନଗର ନିଗମ ର କମିଶନର, ଅତିରିକ୍ତ ଜିଲ୍ଲାପାଳ, ଏସପି, ସ୍ୱାସ୍ଥ୍ୟ ବିଭାଗର ଅଧିକାରୀ, ବିଭିନ୍ନ ସ୍ୱେଚ୍ଛାସେବୀ ସଂଗଠନ ସାମିଲ ହୋଇଥିଲେ। ରଥଯାତ୍ରା ର ଭକ୍ତ ଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେଉଥିବା ସ୍ୱେଚ୍ଛାସେବୀ ଦେବାଶିଶ ମିଶ୍ର କୁହନ୍ତି, ରଥଯାତ୍ରା ଭିଡ଼ରେ ବଡ ଆମ୍ବୁଲାନ୍ସ ଯାତାୟାତ ରେ ବହୁତ୍ ସମସ୍ୟା ସୃଷ୍ଟି କରୁଛି। ଏଣୁ ଆମେ ଜିଲାପାଳ ଙ୍କୁ ପ୍ରସ୍ତାବ ଦେଲୁ କିଛି ଛୋଟ ଆମ୍ବୁଲାନ୍ସ ନିୟୋଜିତ କରାଯାଉ। ଏହା ଦ୍ଵାରା ଆମ୍ବୁଲାନ୍ସ ଯାତାୟାତ ରେ ସୁବିଧା ହେବା ସହ ଲୋକ ମାନେ ତ୍ୱରିତ ଚିକିତ୍ସା ସେବା ପାଇପାରିବେ। ଆଉ ଏକ ପ୍ରସ୍ତାବ ରହିଚି ବଡ ଦାଣ୍ଡ ରେ ଅଧିକ ଶୀତତାପ ନିୟନ୍ତ୍ରିତ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲାଯାଉ। ଏହା ଦ୍ଵାରା ଅଯଥା ରେ ଲୋକ ଙ୍କୁ ମୁଖ୍ୟ ଚିକିତ୍ସାଳୟ କୁ ନିଆନଯାଇ ଏହି ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ତ୍ୱରିତ ଚିକିତ୍ସା ସେବା ଯୋଗାଇ ହେବ । ଆମେ ଜିଲାପାଳ ଙ୍କୁ ଅନୁରୋଧ କରିଛୁ ଗୁଣ୍ଡିଚା ମନ୍ଦିର ନିକଟ ରେ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲାଯିବା ନେଇ ଅନୁମତି ଦିଆଯାଉ। ଏହା ହେଲେ ମନ୍ଦିର ଭିତରେ ଅବା ବାହାରେ କିଛି ଅଘଟଣ ଘଟିଲେ ସଙ୍ଗେ ସଙ୍ଗେ ଚିକିତ୍ସା ସେବା ଲୋକ ଙ୍କୁ ଓ ସେବାୟତ ଙ୍କୁ ଚିକିତ୍ସା ସେବା ଦେଇହେବ। ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା ନିଜ ପ୍ରତିକ୍ରିୟାରେ କହିଛନ୍ତି, ଚଳିତ ରଥଯାତ୍ରା ରେ ଲୋକ ଙ୍କୁ କିଭଳି ତ୍ୱରିତ ଚିକିତ୍ସା ସେବା ଯୋଗାଇ ହେବ ସେ ନେଇ ଏକ ମାର୍ଗଦର୍ଶିକା କରାଯାଇଛି। ବଡଦାଣ୍ଡ ସମେତ ବିଭିନ୍ନ ଗୁରୁତ୍ଵପୂର୍ଣ୍ଣ ସ୍ଥାନରେ ୮ ଟି ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରହିବ । ମୋଟ ୮୦ ବେଡ ବିଶିଷ୍ଟ ଏହି ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ସବୁ ପ୍ରକାର ଚିକିତ୍ସା ସେବା ବ୍ୟବସ୍ଥା ରହିବ। ସବୁ ପ୍ରକାର ଅତ୍ୟାଧୁନିକ ସ୍ୱାସ୍ଥ୍ୟ ସେବା ଉପକରଣ ଓ ସ୍ପେଶଲିଷ୍ଟ ଡାକ୍ତର ରହିବେ। ଏ ନେଇ ଆଜିର ବୈଠକ ରେ ଆଲୋଚୋନା ହେଲା। ଆମ୍ବୁଲାନ୍ସ କିଭଳି ଯାତାୟାତ କରିବ, ସ୍ୱେଚ୍ଛାସେବୀ ଙ୍କୁ ତାଲିମ ପ୍ରଦାନ ସେ ନେଇ ସବିଶେଷ ଆଲୋଚନା ହୋଇଛି। ମାର୍ଗଦର୍ଶିକା ଅନୁଯାୟୀ ରଥଯାତ୍ରା, ସୁନାବେଶ, ବାହୁଡ଼ା ରେ ସ୍ୱାସ୍ଥ୍ୟ ସେବା ଲୋକ ଙ୍କୁ ଯୋଗାଇ ଦିଆଯିବ। ଆଗାମୀ ଜୁନ ୨୯ ରେ ମହାପ୍ରଭୁ ଙ୍କ ସ୍ନାନଯାତ୍ରା ଓ ଜୁଲାଇ ୧୬ ରେ ରଥଯାତ୍ରା ଅନୁଷ୍ଠିତ ହେବ। ଏହି ଦୁଇ ଯାତ୍ରାରେ ଦଇତାପତି ସେବକ ଙ୍କ ଗୁରୁ ଦାୟିତ୍ୱ ରହିଛି । ଦଇତାପତି ସେବକମାନେ ମହାପ୍ରଭୁ ଙ୍କୁ ସ୍ନାନଯାତ୍ରାରେ ରତ୍ନସିଂହାସନ ରୁ ପହଣ୍ଡି ରେ ଆଣି ସ୍ନାନ ବେଦୀ କୁ ଆଣିବେ। ସେହିପରି ଆଗାମୀ ରଥଯାତ୍ରାରେ ମଧ୍ୟ ଦଇତାପତି ସେବକ ମାନେ ମହାପ୍ରଭୁ ଙ୍କୁ ପହଣ୍ଡି ଆଣି ରଥ ଉପରେ ଠାକୁର ଙ୍କୁ ବିରାଜମାନ କରାଇବେ। ତେବେ ଠାକୁର ଙ୍କ ପହଣ୍ଡି କିଭଳି ଶୃଙ୍ଖଳିତ ଓ ସୁରକ୍ଷିତ ଢଙ୍ଗରେ ହୋଇ ପାରିବ ସେ ନେଇ ସମୀକ୍ଷା କରିଛନ୍ତି ପୁରୀ ଜିଲ୍ଲାପାଳ ତଥା ଶ୍ରୀମନ୍ଦିର ଉପ ମୁଖ୍ୟପ୍ରଶାସକ ଦିବ୍ୟଜ୍ୟୋତି ପରିଡା। ଶ୍ରୀମନ୍ଦିର କାର୍ଯ୍ୟାଳୟ ରେ ଅନୁଷ୍ଠିତ ହୋଇଥିବା ବୈଠକ ରେ ଶ୍ରୀମନ୍ଦିର ଦଇତାପତି ନିଯୋଗ ର କର୍ମକର୍ତ୍ତା ଯୋଗ ଦେଇଥିଲେ।୨୦୨୪ ରଥଯାତ୍ରା ରେ ଆଡ଼ପ ମଣ୍ଡପ ବିଜେ ବେଳେ ବଡ ଠାକୁର ଶ୍ରୀବଳଭଦ୍ର ରଥ ରୁ ଚାରମାଳ କୁ ଖସି ପଡ଼ିଥିଲେ। ଏଣୁ ଏଭଳି ଅଘଟଣ କିଭଳି ଆଗାମୀ ଦିନରେ ହେବ ନାହିଁ ଏବଂ ଶୃଙ୍ଖଳିତ ଢଙ୍ଗରେ ପହଣ୍ଡି କାର୍ଯ୍ୟ ସମାପନ ହେବ ସେ ନେଇ ଜିଲ୍ଲାପାଳ ଆଲୋଚନା କରିଥିଲେ। ପହଣ୍ଡି ପାଇଁ ପ୍ରଶାସନ ଦ୍ୱାରା ନିର୍ଦ୍ଧାରିତ ସଂଖ୍ୟାରୁ ଯେଭଳି ଅଧିକ ସେବକ ନ ରହିବେ ସେ ନେଇ ଆଲୋଚନା ହୋଇଥିଲା। ସେହିପରି ନିର୍ଦ୍ଧାରିତ ସମୟ ଅନୁସାରେ ସମସ୍ତ ନୀତି ଯେଭଳି ପାଳନ ହେବ ସେ ନେଇ ମଧ୍ୟ ଆଲୋଚାନା ହୋଇଛି। ତେବେ ମହାପ୍ରଭୁ ସ୍ନାନଯାତ୍ରା, ଅଣସର, ନବଯୌବନ, ନେତ୍ରୋତ୍ସବ ସମସ୍ତ ନୀତି ଶୃଙ୍ଖଳିତ କରିବାକୁ ବାଡଗ୍ରାହୀ ସେବକ ମତ ରଖିଛନ୍ତି। ଦଇତାପତି ସେବକ ଭବାନୀ ଦାସ ମହାପାତ୍ର ନିଜ ପ୍ରତିକ୍ରିୟାରେ କୁହନ୍ତି, ଆଗାମୀ ରଥଯାତ୍ରା ରେ କିଭଳି ମହାପ୍ରଭୁ ଙ୍କ ସମସ୍ତ ନିତିକାନ୍ତି, ଭକ୍ତ ଙ୍କ ଦର୍ଶନ ସୁରୁଖୁରୁରେ ଶୃଙ୍ଖଳିତ ଭାବରେ ହୋଇପାରିବ ସେ ନେଇ ଜିଲ୍ଲାପାଳ ଙ୍କ ସହ ଆଲୋଚନା ହୋଇଛି। ସେବାୟତ ଙ୍କ ମଧ୍ୟରେ ଯେଭଳି ଏକ ସମନ୍ଵୟ ରହିବ ସେ ନେଇ ଆଲୋଚନା ହୋଇଥିଲା। ମହାପ୍ରଭୂ ଙ୍କ ପହଣ୍ଡି କିଭଳି ଶୃଙ୍ଖଳିତ ଢଙ୍ଗରେ ହୋଇପାରିବ ସେ ନେଇ ମଧ୍ୟ ଆଲୋଚନା ହୋଇଥିଲା। ତେବେ ମହାପ୍ରଭୁ ଙ୍କ କାର୍ଯ୍ଯ କୁ ଶୃଙ୍ଖଳିତ ଭାବରେ କରିବା ପାଇଁ ଦଇତାପତି ସେବକ ସମ୍ପୂର୍ଣ ପ୍ରସ୍ତୁତ ରହିଚନ୍ତି। ଏହି ଭରସା ଆମେ ପ୍ରଶାସନ କୁ ଦେଇଛୁ। ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ନିଜ ପ୍ରତିକ୍ରିୟାରେ କହିଛନ୍ତି, ଆଗାମୀ ରଥଯାତ୍ରା କୁ ଶୃଙ୍ଖଳିତ ଭାବେ ଆୟୋଜନ ନେଇ ସବୁ ସେବାୟତ ବିଯୋଗ ସହ ଆଲୋଚନା କରାଯାଉଛି। ମହାପ୍ରଭୁ ଙ୍କ ଶୃଙ୍ଖଳିତ ନୀତି କାନ୍ତି ଓ ପହଣ୍ଡି ପ୍ରସଙ୍ଗ ରେ ମଧ୍ୟ ଦଇତାପତି ସେବକ ଙ୍କ ସହ ଆଲୋଚନା ହୋଇଛି। ଆମର ଆଶା ରହିଛି ମହାପ୍ରଭୁ ଙ୍କ କୃପାରୁ ରଥଯାତ୍ରା ସୁରୁଖୁରୁରେ ସମାପନ ହେବ।

Leave a Reply

Your email address will not be published. Required fields are marked *

You may have missed