August 21, 2026
Home » ପ୍ରକାଶ ପାଇଲା ଆଇ ସି ଏସ ଇ ରେଜଲ୍ଟ,ସୋନପୁର ସେଣ୍ଟ ଆନିସ କନଭେଣ୍ଟ ସ୍କୁଲ ଛାତ୍ର ଛାତ୍ରୀ ଙ୍କ ସଫଳତା

ପ୍ରକାଶ ପାଇଲା ଆଇ ସି ଏସ ଇ ରେଜଲ୍ଟ,ସୋନପୁର ସେଣ୍ଟ ଆନିସ କନଭେଣ୍ଟ ସ୍କୁଲ ଛାତ୍ର ଛାତ୍ରୀ ଙ୍କ ସଫଳତା

0
WhatsApp Image 2026-04-30 at 2.54.39 PM

ସୁବର୍ଣ୍ଣପୁର —ପ୍ରକାଶ ପାଇଲା ଆଇ ସି ଏସ ଇ ମାଟ୍ରିକ ବୋର୍ଡ଼ ପରୀକ୍ଷା ଫଳାଫଳ l ସୋନପୁର ସେଣ୍ଟ ଆନିସ କନଭେଣ୍ଟ ସ୍କୁଲର ଶତ ପ୍ରତିଶତ ଫଳାଫଳ l ଏ 1ରେ ସ୍କୁଲର ପାଞ୍ଚଜଣ ଛାତ୍ର ଛାତ୍ରୀ ଉତୀର୍ଣ୍ଣ ହୋଇଥିବା ବେଳେ ସାତ ଜଣ ଛାତ୍ର ଛାତ୍ରୀ 80 ପ୍ରତିଶତରୁ ଅଧିକ ମାର୍କ ରଖିଛନ୍ତି l

ବିଦ୍ୟାଳୟର ଛାତ୍ରୀ ଲକ୍ଷ୍ମୀପ୍ରିୟା ପାଣିଗ୍ରାହୀ 95 % ମାର୍କ ରଖି ପ୍ରଥମ ସ୍ଥାନ ହୋଇଥବା ବେଳେ 94%ମାର୍କ ରଖି ଅର୍ଜୁନ ବଘାର ଦ୍ଵିତୀୟ ଓ 92.80%ମାର୍କ ରଖି ଶିବାନୀ ସାହୁ ତୃତୀୟ ସ୍ଥାନ ରେ ଅଛନ୍ତି l

ଏ ନେଇ ସ୍କୁଲ ର ଅଧ୍ୟକ୍ଷା ସିଷ୍ଟର ସିନ୍ଥିଆ ସ୍କୁଲ ର ଫଳ ପ୍ରକାଶନରେ ଖିସି ପ୍ରକାଶ କରିଛନ୍ତି l

ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ…

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed