August 20, 2026
Home » ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ

ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ

0
WhatsApp Image 2026-08-20 at 4.35.35 PM (1)

ଭୁବନେଶ୍ୱର: ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତ ରତ୍ନ ସ୍ୱର୍ଗତ ରାଜୀବ ଗାନ୍ଧୀଙ୍କର ଜୟନ୍ତୀ ଉତ୍ସବ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ଭକ୍ତ ଚରଣ ଦାସଙ୍କ ଅଧ୍ୟକ୍ଷତାରେ କଂଗ୍ରେସ ଭବନ, ଭୁବନେଶ୍ୱର ଠାରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସକାଳେ ପିସିସି ସଭାପତି ଶ୍ରୀ ଦାସଙ୍କ ସମେତ କଂଗ୍ରେସ ନେତୃବୃନ୍ଦ ଭୁବନେଶ୍ୱର ରାଜୀବ ଭବନ ପରିସର ସ୍ଥିତ ରାଜୀବ ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ ।

ପରେ କଂଗ୍ରେସ ଭବନରେ ରାଜୀବ ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧାରୀ ଗମାଙ୍ଗୋ, କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ, କଂଗ୍ରେସ ନେତା ସର୍ବଶ୍ରୀ ଜୟଦେବ ଜେନା, ପ୍ରସାଦ ହରିଚନ୍ଦନ, ଶିବାନନ୍ଦ ରାୟ, ସୁରେଶ କୁମାର ରାଉତରାୟ, ମିନାକ୍ଷୀ ବାହିନୀପତି, ଚିନ୍ମୟ ପ୍ରସାଦ ବେହୁରା, ଅରବିନ୍ଦ ଦାସ, ଅମୀୟ ପଟ୍ଟନାୟକ, ଅଭୟ ସାହୁ, ମନୋରଞ୍ଜନ ଦାଶ, ପ୍ରକାଶ ଜେନା, ମାନସ ଆଚାର୍ଯ୍ୟ, ପୃଥିବୀ ବଲ୍ଲଭ ପଟ୍ଟନାୟକ, ରଜନୀ ମହାନ୍ତି, ପ୍ରକାଶ ମିଶ୍ର, ସଂଜୟ ମିଶ୍ର, ଲିଙ୍ଗରାଜ ସାହୁ, ଜୟସ୍ମିତା ମହାନ୍ତି, ବିଣାପାଣି ସାମଲ, ସୁଧିର ପଣ୍ଡା, ଭୁବନ ବିହାରି ସାହୁ, ମିହିର ଆଚାର୍ଯ୍ୟ, ଦେଓ ପ୍ରସାଦ, ପ୍ରଣତୀ ମିଶ୍ର, ପ୍ରଦୀପ ମହାପାତ୍ର, ମୋଟରାଜ ଡୁଙ୍ଗଡୁଙ୍ଗ, ଶ୍ରୀୟା ମହାନ୍ତି, ଆଶିଷ ମଲ୍ଲିକ, ସଂଜୟ ମଣ୍ଡଳ, ବସନ୍ତ ପଣ୍ଡା, ଭାସ୍କର ସେଠୀ, ଉଷାରାଣୀ ବେହେରା, ଏସଏନ ଅଲ୍ଲି, ଏମଡି ସାହାଦୁଲ୍ଲା, ଖଗେଶ୍ୱର ମଲ୍ଲିକ, ଅମିଷା ସାମନ୍ତରାୟ, ପ୍ରମୁଖ ବହୁ ନେତା ଓ କର୍ମୀ ଉପସ୍ଥିତ ଥିଲେ ।

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed