February 5, 2026
Home » ବରପାଲିରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର

ବରପାଲିରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର

0
WhatsApp Image 2026-01-06 at 9.34.25 PM

ବରପାଲି:ବରପାଲି ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଆଜି ବରଗଡ଼ ଜିଲ୍ଲା ପ୍ରଶାସନ ତରଫରୁ ଏକ ମିଳିତ ଜନଅଭିଯୋଗ ଶୁଣାଣି ଶିବିର ଆୟୋଜନ କରାଯାଇଥିଲା। ଏହି ଶିବିରର ଅଧ୍ୟକ୍ଷତା ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧୀକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନା କରିଥିଲେ।ଏହା ସହିତ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଏବଂ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ଲଲାଟ କୁମାର ଲୁହା, ବରଗଡ଼ ଉପଜିଲ୍ଲାପାଳ ପ୍ରସନ୍ନ ପାଣ୍ଡେ, ବରପାଲି ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ସୁମନ୍ତ କୁମ୍ଭାରଙ୍କ ସମେତ ଅନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ରହି ଜନସାଧାରଣଙ୍କ ଅଭିଯୋଗ ଶୁଣିଥିଲେ ।

ଶିବିର ସମୟରେ ଚାଷୀଙ୍କ ଟୋକନ ସମସ୍ୟା, ଧାନ ଲିପିଟିଂ, ରାସ୍ତା କାର୍ଯ୍ୟ, ରାସନ କାର୍ଡ ସମସ୍ୟା, ପାନୀୟ ଜଳ ଭଳି ବିଭିନ୍ନ ଅଭିଯୋଗ ଉଠିଥିଲା। ମୋଟ ୭୧ ଅଭିଯୋଗ ରେକର୍ଡ ହୋଇଥିଲା, ଯାହା ମଧ୍ୟରୁ ୫୮ଟି ବ୍ୟକ୍ତିଗତ ଏବଂ ୧୩ଟି ଗୋଷ୍ଠୀଗତ ଅଭିଯୋଗ ଥିଲା । ସମସ୍ତ ଅଭିଯୋଗକୁ ଗୁରୁତ୍ୱ ସହ ଶୁଣି ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ ସମ୍ବନ୍ଧିତ ବିଭାଗୀୟ ଅଧିକାରୀମାନଙ୍କୁ ସମାଧାନମୂଖୀ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଇପିଏରୁ ବରଗଡ଼ ଜିଲ୍ଳା ପ୍ରତିନିଧି କ୍ଷମା ନିଧି ବଣ୍ଡୁକିଙ୍କ ରିପୋର୍ଟ( ଇଷ୍ଟର୍ଣ୍ଣ ପ୍ରେସ୍‌ ଏଜେନ୍ସୀ)

Leave a Reply

Your email address will not be published. Required fields are marked *