August 21, 2026
Home » ବରିଷ୍ଠ ନାଗରିକ ତୀର୍ଥଯାତ୍ରୀ ଯୋଜନା ପ୍ରସ୍ତୁତି ବୈଠକ

ବରିଷ୍ଠ ନାଗରିକ ତୀର୍ଥଯାତ୍ରୀ ଯୋଜନା ପ୍ରସ୍ତୁତି ବୈଠକ

0
WhatsApp Image 2025-08-22 at 9.08.56 PM

ଭୁବନେଶ୍ୱର: ବରିଷ୍ଠ ନାଗରିକ ତୀର୍ଥଯାତ୍ରୀ ଯୋଜନା ଅନ୍ତର୍ଗତ ଚଳିତ ଆର୍ଥିକ ବର୍ଷର ପ୍ରଥମ ପର୍ଯ୍ୟାୟରେ ତୀର୍ଥଯାତ୍ରୀମାନେ ଭୁବନେଶ୍ୱରରୁ ଅଯୋଧ୍ୟା ଓ ବାରଣାସୀ ବୁଲି ଦେଖିବାର କାର୍ଯ୍ୟକ୍ରମ ରହିଛି । ଏଥି ନିମନ୍ତେ ଖୋର୍ଦ୍ଧାର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ଚନ୍ଦ୍ର ବେଉରାଙ୍କ ଅଧ୍ୟକ୍ଷତାରେ ଭୁବନେଶ୍ୱରର ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି । ଏହି ଯୋଜନାରେ କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଢେଙ୍କାନାଳର ୭୭୫ ଜଣ ତୀର୍ଥଯାତ୍ରୀ ଏବଂ ସେମାନଙ୍କୁ ସହଯୋଗ କରିବାକୁ ୨୫ ଜଣ ଅଧିକାରୀ ଏହି ପ୍ରଥମ ପର୍ଯ୍ୟାୟରେ ସାମିଲ ହେବେ । ଆସନ୍ତା ସେପ୍ଟେମ୍ବର ୧୦ରୁ ତୀର୍ଥଯାତ୍ରୀମାନେ ଭୁବନେଶ୍ୱର ଷ୍ଟେସନରୁ ବାହାରି ଅଯୋଧ୍ୟା ଓ ବାରଣାସୀ ଦର୍ଶନ କରି ସେପ୍ଟେମ୍ବର ୧୫ ତାରିଖରେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିବେ ।ଏହି ପ୍ରସ୍ତୁତି ବୈଠକରେ ତୀର୍ଥଯାତ୍ରାରେ ସାମିଲ ହେଉଥିବା ବରିଷ୍ଠ ନାଗରିକମାନଙ୍କର ସୁରକ୍ଷା,ଖାଦ୍ୟପେୟ, ସ୍ୱାସ୍ଥ୍ୟ ଆଦି ସଂପର୍କରେ ବିଶଦ ଭାବେ ଆଲୋଚନା କରାଯାଇଥିଲା । ସଂପୃକ୍ତ ତୀର୍ଥଯାତ୍ରୀମାନେ ସେପ୍ଟେମ୍ବର ୯ ତାରିଖରେ ସଂପୃକ୍ତ ଜିଲ୍ଲାରୁ ବାହାରି ଭୁବନେଶ୍ୱରରେ ପହଞ୍ଚିବେ । ସେମାନଙ୍କ ନିମନ୍ତେ ଭୁବନେଶ୍ୱରର ବିଭିନ୍ନ ସରକାରୀ ଅନୁଷ୍ଠାନରେ ଅସ୍ଥାୟୀ ରହଣି ସ୍ଥଳର ବ୍ୟବସ୍ଥା କରାଯିବ । ଏହି ରହଣି ସ୍ଥଳରେ ବରିଷ୍ଠ ନାଗରିକଙ୍କ ସୁରକ୍ଷା, ସ୍ୱାସ୍ଥ୍ୟ ଯାଞ୍ଚ, ଖାଦ୍ୟପାନୀୟ ଏବଂ ଆନୁଷଙ୍ଗିକ ବ୍ୟବସ୍ଥା ସଂପର୍କରେ ବିହିତ ପଦକ୍ଷେପ ଗ୍ରହଣ କରିବାକୁ ସଂପୃକ୍ତ ଅଧିକାରୀମାନଙ୍କୁ ଶ୍ରୀ ବେଉରା ନିର୍ଦ୍ଦେଶ ଦେଇଛନ୍ତି । ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଭୁବନେଶ୍ୱର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରୁଦ୍ର ନାରାୟଣ ମହାନ୍ତି, ଉପଜିଲ୍ଲାପାଳ ଡ. ମନୋରଞ୍ଜନ ସାହୁ, ପର୍ଯ୍ୟଟନ ସହନିର୍ଦ୍ଦେଶକ ଶ୍ରୀ ଅଞ୍ଜନ କୁମାର ବାରିକ, ଖୋର୍ଦ୍ଧା ପର୍ଯ୍ୟଟନ ଉନ୍ନୟନ ଅଧିକାରୀ ମୀରା ବେହେରା, ଜିଲ୍ଲା ସଂସ୍କୃତି ଅଧିକାରୀ ଚୌଧୁରୀ ଅରବିନ୍ଦ ଦାସ, ଜିଲ୍ଲା କ୍ରୀଡ଼ା ଅଧିକାରୀ, ପୁଲିସ, ଅଗ୍ନିଶମ ଓ ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନର କାର୍ଯ୍ୟକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ ।

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed