May 28, 2026
Home » ବର୍ଷା ଓ କେନାଲ ପାଣି ଜମିବା ପ୍ରତିବାଦ ରେ ଅଭିଭାବକ ଓ ଛାତ୍ର ଛାତ୍ରୀ ଙ୍କ ରାସ୍ତାରୋକ : ଜିଲ୍ଲାପାଳ ଙ୍କ ପ୍ରତିଶୃତି ପରେ ହଟିଲା ରାସ୍ତା ରୋକ

ବର୍ଷା ଓ କେନାଲ ପାଣି ଜମିବା ପ୍ରତିବାଦ ରେ ଅଭିଭାବକ ଓ ଛାତ୍ର ଛାତ୍ରୀ ଙ୍କ ରାସ୍ତାରୋକ : ଜିଲ୍ଲାପାଳ ଙ୍କ ପ୍ରତିଶୃତି ପରେ ହଟିଲା ରାସ୍ତା ରୋକ

0
WhatsApp Image 2025-08-01 at 1.53.29 PM

ସୁବର୍ଣ୍ଣପୁର– ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଳକ ମହାଦେବପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବର୍ଷା ଓ କେନାଲ ପାଣି ପଶି ସ୍କୁଲ ପରିସରରେ ଆଣ୍ଠୁଏ ପାଣି ଜମା ହୋଉଛି l ସାମାନ୍ୟ ବର୍ଷା ହେଲେ ପୂର୍ବରୁ ବିଦ୍ୟାଳୟରେ ଏଭଳି ପାଣି ଜମି ରହୁଥିବାରୁ ବାରମ୍ବାର ବିଭାଗୀୟ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ମଧ୍ୟ କେହି ଶୁଣୁ ନଥିବାରୁ ଗୁରୁବାର ଦିନ ପୁଣି ବିଦ୍ୟାଳୟ ପରିସରରେ ପାଣି ଜମି ରହିଥିଲା l ସ୍କୁଲ ଭିତରେ ପାଣି ରହି ଥିବାରୁ ପାଣିରେ ସାପ ଆସି ସ୍କୁଲ ଭିତରେ ଥିବା ଦେଖିବାକୁ ମିଳିଥିଲା l ଯାହା ଫଳରେ ଛାତ୍ର ଛାତ୍ରୀ ମାନେ ଭୟଭୀତ ଅବସ୍ଥାରେ ରହୁଛନ୍ତି l ପୂର୍ବରୁ ବିଦ୍ୟାଳୟରେ ଲାଗି ରହିଥିବା ସମସ୍ୟାର ସମାଧାନ ନ ହେବାରୁ ଆଜି ଛାତ୍ର ଛାତ୍ରୀ ବାଧ୍ୟ ହୋଇ ରାଜ ରାସ୍ତାକୁ ଆସି ବିନିକା – ସୋନପୁର ମୁଖ୍ୟ ରାସ୍ତା କୁ ବାଧ୍ୟ ହୋଇ ଛାତ୍ରଛାତ୍ରୀ ଅଭିଭାବକ ରାସ୍ତା ରୋକ କରିଥିଲେ । ରାସ୍ତା ରୋକ ଖବର ପାଇ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼. ନୃପରାଜ ସାହୁ ପହଞ୍ଚି ସ୍ଥିତି ଅନୁଧ୍ୟାନ କରି ସନ୍ତୋଷ ଜନକ ପଦକ୍ଷେପ ନେବା ପାଇଁ ପ୍ରତିଶୃତି ଦେବା ପରେ ରାସ୍ତା ରୋକ ପ୍ରତ୍ୟାହୃତ ହେବା ସହ ସ୍ଥିତି ସ୍ବାଭାବିକ ହୋଇଥିଲା । ସୂଚନା ଯୋଗ୍ୟ ଯେ , ୧୯୫୮ ମସିହାରେ ସ୍ଥାପିତ ମହାଦେବପାଲି ବିଦ୍ୟାଳୟ ,   ପ୍ରାଥମିକ , ଉଚ୍ଚ ପ୍ରାଥମିକରେ ପରି ବର୍ଦ୍ଧିତ ହୋଇ ବର୍ତ୍ତମାନ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଏବଂ ବାଳବାଟିକା ମିଶାଇ ୯ଟି ଶ୍ରେଣୀର ୧୧୦ ଛାତ୍ରଛାତ୍ରୀଙ୍କ ପାଇଁ ଦୁଇ ଜଣ ସ୍ଥାୟୀ ଶିକ୍ଷକ ଓ ଜଣେ ଡେପୁଟେସନ ଶିକ୍ଷକ ନିଯୁକ୍ତ ହୋଇଛନ୍ତି l

କେବଳ ଦୁଇଟି ଛାତ ଘର ରହିଛି l ବର୍ତ୍ତମାନ ମଧ୍ୟ ୧୯୫୮ ମସିହାର ମାଟିକାନ୍ଥ ଆଜବେଷ୍ଟର ଛାଉଣି ଫଟା ଚଟାଣ କୁ କାନ୍ଥରେ ଫାଟରେ ଅନେକ ସମୟରେ ବିଷଧର ସାପ ବାହାରିବା ଭଳି ବିପଦ ସଂକୁଳ କୋଠରୀରେ ପାଠ ପଢୁଛନ୍ତି ଛାତ୍ରଛାତ୍ରୀ । ଉକ୍ତ ବିଦ୍ୟାଳୟ ପରିସରରେ ରହିଛି ଅଙ୍ଗନବାଡି କେନ୍ଦ୍ର ଯେଉଁଠି ୧୦ ଜଣ କୋମଳମତି ଶିଶୁ ଅଛନ୍ତି । ଅଙ୍ଗନବାଡି କେନ୍ଦ୍ରର ଛାତରୁ ସିମେଣ୍ଟ ଅତଡା ଖସି ଛଡ ବାହାରି ଗଲାଣି l ବର୍ଷା ହେଲେ ଅବସ୍ଥା ଅତ୍ୟନ୍ତ ଶୋଚନୀୟ । ଏତତ ବ୍ୟତୀତ ଅନେକ ସମୟରେ ବର୍ଷା ହେଲେ ଏବଂ କେନାଲ ପାଣି ବିଦ୍ୟାଳୟ ଭିତରେ ପଶି ଆଣ୍ଠୁଏ ଜମି ରହିବା ସହ କୋଠରୀକୁ ପାଣି ପଶି ଯାଇଥାଏ  । ଆଜି ପୁଣିଥରେ କେନାଲ ପାଣି ବିଦ୍ୟାଳୟ ଭିତରେ ପଶି ଆଣ୍ଠୁଏ ଜମି ରହିଥିଲା l ଛାତ୍ରଛାତ୍ରୀ ରାସ୍ତାରେ ରହିଯାଇଥିଲେ । ତେବେ ନିକଟରେ ଏଭଳି ପରିସ୍ଥିତି ହୋଇଥିଲା, ଯାହାକି ଅନେକ ଗଣମାଧ୍ୟମରେ ପ୍ରକାଶ ପାଇଥିଲେ ମଧ୍ୟ ପ୍ରଶାସନିକ ଅବହେଳାରୁ କୌଣସି ପ୍ରକାର ସମାଧାନର ବ୍ଯବସ୍ଥା ହୋଇ ନ ଥିଲା । ପରେ ଅବିଭାବକ ତଥା ଜନସାଧାରଣ  ତୀବ୍ର ଅସନ୍ତୋଷ ପ୍ରକାଶ କରି ବିନିକା – ସୋନପୁର ମୁଖ୍ୟରାସ୍ତା ବିଦ୍ୟାଳୟ ସମ୍ମୁଖରେ ରାସ୍ତାରୋକ କରିଥିଲେ । ରାସ୍ତାର ଉଭୟ ପଟରେ ଅନେକ ଯାନବାହାନ ଅଟକି ରହିଥିଲା । ପରେ ଜିଲ୍ଲାପାଳ ଡ଼. ସାହୁ ଘଟଣା ସ୍ଥଳରେ ପହଞ୍ଚି ସମସ୍ଯାର ଯଥାସମ୍ଭବ ତତ୍ କାଳ ପଦକ୍ଷେପ ନେଇ ବିନିକା ବିଡିଓ, ବିନିକା ବିଇଓ, ପିଡବ୍ଲୁଡି ଜେଇ, ସରପଞ୍ଚ ସମସ୍ତଙ୍କୁ ଡାକି ସମଧାନ ପାଇଁ ନିର୍ଦ୍ଦେଶ ତଥା ସନ୍ତୋଷ ଜନକ ପ୍ରତିଶୃତି ଦେଇଥିଲେ । ରାସ୍ତାରୋକ ପ୍ରତ୍ୟାହୃତ ହେବା ପରେ ପରିସ୍ଥିତି ସ୍ବାଭାବିକ ହୋଇଥିଲା । ଆଜି ପାଇଁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ବିଦ୍ୟାଳୟ ଛୁଟି କରାଯାଇଥିଲା ଏବଂ ରଘୁନାଥ ଯୁବକ ସଂଘର ସଦସ୍ୟଙ୍କ ପ୍ରସ୍ତାବ ଗ୍ରହଣ କରି ଯୁବକ ସଂଘ ସଭା ଗୃହରେ ଶିକ୍ଷାଦାନ କରିବାକୁ ଶିକ୍ଷକମାନଙ୍କୁ ନିର୍ଦ୍ଦେଶ ଦେବାସହ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଫଟୋ ଉଠାଇ ବିଦ୍ଯା ଅଧ୍ଯୟନ ନେଇ ଉତ୍ସାହିତ କରିଥିଲେ । କୌଣସି ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ନ ହେବା ପାଇଁ ବିନିକା ଥାନା ଓ ମହାଦେବପାଲି ଫାଣ୍ଡି ର ପୁଲିସ ଷ୍ଟାଫ ମୃତୟନ ହୋଇଥିଲେ l

ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ..

ଆଗାମୀ ରଥଯାତ୍ରା ରେ ଶ୍ରଦ୍ଧାଳୁ ଙ୍କୁ ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଉଛି। ଏ ନେଇ ଏକ ସମୀକ୍ଷା ବୈଠକ ପୁରୀ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି। ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମେତ ୩୦ ଟି ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଓ ୮ ଟି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଅତିରିକ୍ତ ବ୍ୟବସ୍ଥା କରାଯାଉଛି। ଏଥି ସହିତ ୧୦ ଶଯ୍ୟା ବିଶିଷ୍ଟ ୮ ଟି ଅତିରିକ୍ତ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରହିବ। ଏଥିରେ ଅତିରିକ୍ତ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀ ନିୟୋଜିତ ରହିବେ। ବଡଦାଣ୍ଡ ସମେତ ପୁରୀ ସହର ର ପ୍ରମୁଖ ସ୍ଥାନ ଗୁଡିକରେ ଆଶୁ ଚିକିତ୍ସା କେନ୍ଦ୍ର ଖୋଲାଯିବ।୫୦ ରୁ ଅଧିକ ଆମ୍ବୁଲାନ୍ସ ବିଭିନ୍ନ ସ୍ଥାନରେ ମୁତୟନ କରାଯିବ। ବିଭିନ୍ନ ସ୍ୱେଚ୍ଛାସେବି ସଂଗଠନ ଙ୍କ ସହାୟତା ନିଆଯିବ। ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀ ଉପସ୍ଥିତ ରହି ସ୍ୱାସ୍ଥ୍ୟ ସେବାର ତଦାରଖ କରିବେ। ଆଇ ସି ୟୁ, ଟ୍ରମା କେୟାର କେନ୍ଦ୍ର ପ୍ରସ୍ତୁତ କରି ରଖାଯିବ। ପୁରୀ ରେ ଥିବା ସବୁ ସହରାଞ୍ଚଳ ସ୍ୱାସ୍ଥ୍ୟ କେନ୍ଦ୍ର କୁ ପ୍ରସ୍ତୁତ ରଖାଯିବ। ରେଲୱେ ଷ୍ଟେସନ, ବସଷ୍ଟାଣ୍ଡ ରେ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲିବ। ଗୁରୁତର ରୋଗୀ ଙ୍କୁ କଟକ, ଭୁବନେଶ୍ୱର ସ୍ଥାନାନ୍ତର ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ହେବ। ଆମ୍ବୁଲାନ୍ସ ଗୁଡ଼ିକ ଯେଭଳି ସୁରୁଖୁରୁରେ ଯାତାୟାତ କରିପାରିବ ସେ ନେଇ ସ୍ୱତନ୍ତ୍ର ବ୍ୟବସ୍ଥା ହେବ। ରଥଯାତ୍ରା ସମୟରେ ଲୋକ ଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ୨ ଶହ ଡାକ୍ତର ଙ୍କୁ ନିୟୋଜିତ କରାଯିବ। ଅପମିଶ୍ରିତ ଓ ବାସୀ ଖାଦ୍ୟ ବିକ୍ରି ବନ୍ଦ ପାଇଁ ଖାଦ୍ୟ ନିରାପତ୍ତା ଅଧିକାରୀ ମାନେ ଯାଞ୍ଜ କରିବେ। ରଥଯାତ୍ରା ସ୍ୱାସ୍ଥ୍ୟ ସେବାକୁ ଶୃଙ୍ଖଳିତ କରିବା ପାଇଁ ଅନୁଷ୍ଠିତ ହୋଇଥିବା ବୈଠକ ରେ ପୁରୀ ମହାନଗର ନିଗମ ର କମିଶନର, ଅତିରିକ୍ତ ଜିଲ୍ଲାପାଳ, ଏସପି, ସ୍ୱାସ୍ଥ୍ୟ ବିଭାଗର ଅଧିକାରୀ, ବିଭିନ୍ନ ସ୍ୱେଚ୍ଛାସେବୀ ସଂଗଠନ ସାମିଲ ହୋଇଥିଲେ। ରଥଯାତ୍ରା ର ଭକ୍ତ ଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେଉଥିବା ସ୍ୱେଚ୍ଛାସେବୀ ଦେବାଶିଶ ମିଶ୍ର କୁହନ୍ତି, ରଥଯାତ୍ରା ଭିଡ଼ରେ ବଡ ଆମ୍ବୁଲାନ୍ସ ଯାତାୟାତ ରେ ବହୁତ୍ ସମସ୍ୟା ସୃଷ୍ଟି କରୁଛି। ଏଣୁ ଆମେ ଜିଲାପାଳ ଙ୍କୁ ପ୍ରସ୍ତାବ ଦେଲୁ କିଛି ଛୋଟ ଆମ୍ବୁଲାନ୍ସ ନିୟୋଜିତ କରାଯାଉ। ଏହା ଦ୍ଵାରା ଆମ୍ବୁଲାନ୍ସ ଯାତାୟାତ ରେ ସୁବିଧା ହେବା ସହ ଲୋକ ମାନେ ତ୍ୱରିତ ଚିକିତ୍ସା ସେବା ପାଇପାରିବେ। ଆଉ ଏକ ପ୍ରସ୍ତାବ ରହିଚି ବଡ ଦାଣ୍ଡ ରେ ଅଧିକ ଶୀତତାପ ନିୟନ୍ତ୍ରିତ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲାଯାଉ। ଏହା ଦ୍ଵାରା ଅଯଥା ରେ ଲୋକ ଙ୍କୁ ମୁଖ୍ୟ ଚିକିତ୍ସାଳୟ କୁ ନିଆନଯାଇ ଏହି ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ତ୍ୱରିତ ଚିକିତ୍ସା ସେବା ଯୋଗାଇ ହେବ । ଆମେ ଜିଲାପାଳ ଙ୍କୁ ଅନୁରୋଧ କରିଛୁ ଗୁଣ୍ଡିଚା ମନ୍ଦିର ନିକଟ ରେ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲାଯିବା ନେଇ ଅନୁମତି ଦିଆଯାଉ। ଏହା ହେଲେ ମନ୍ଦିର ଭିତରେ ଅବା ବାହାରେ କିଛି ଅଘଟଣ ଘଟିଲେ ସଙ୍ଗେ ସଙ୍ଗେ ଚିକିତ୍ସା ସେବା ଲୋକ ଙ୍କୁ ଓ ସେବାୟତ ଙ୍କୁ ଚିକିତ୍ସା ସେବା ଦେଇହେବ। ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା ନିଜ ପ୍ରତିକ୍ରିୟାରେ କହିଛନ୍ତି, ଚଳିତ ରଥଯାତ୍ରା ରେ ଲୋକ ଙ୍କୁ କିଭଳି ତ୍ୱରିତ ଚିକିତ୍ସା ସେବା ଯୋଗାଇ ହେବ ସେ ନେଇ ଏକ ମାର୍ଗଦର୍ଶିକା କରାଯାଇଛି। ବଡଦାଣ୍ଡ ସମେତ ବିଭିନ୍ନ ଗୁରୁତ୍ଵପୂର୍ଣ୍ଣ ସ୍ଥାନରେ ୮ ଟି ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରହିବ । ମୋଟ ୮୦ ବେଡ ବିଶିଷ୍ଟ ଏହି ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ସବୁ ପ୍ରକାର ଚିକିତ୍ସା ସେବା ବ୍ୟବସ୍ଥା ରହିବ। ସବୁ ପ୍ରକାର ଅତ୍ୟାଧୁନିକ ସ୍ୱାସ୍ଥ୍ୟ ସେବା ଉପକରଣ ଓ ସ୍ପେଶଲିଷ୍ଟ ଡାକ୍ତର ରହିବେ। ଏ ନେଇ ଆଜିର ବୈଠକ ରେ ଆଲୋଚୋନା ହେଲା। ଆମ୍ବୁଲାନ୍ସ କିଭଳି ଯାତାୟାତ କରିବ, ସ୍ୱେଚ୍ଛାସେବୀ ଙ୍କୁ ତାଲିମ ପ୍ରଦାନ ସେ ନେଇ ସବିଶେଷ ଆଲୋଚନା ହୋଇଛି। ମାର୍ଗଦର୍ଶିକା ଅନୁଯାୟୀ ରଥଯାତ୍ରା, ସୁନାବେଶ, ବାହୁଡ଼ା ରେ ସ୍ୱାସ୍ଥ୍ୟ ସେବା ଲୋକ ଙ୍କୁ ଯୋଗାଇ ଦିଆଯିବ। ଆଗାମୀ ଜୁନ ୨୯ ରେ ମହାପ୍ରଭୁ ଙ୍କ ସ୍ନାନଯାତ୍ରା ଓ ଜୁଲାଇ ୧୬ ରେ ରଥଯାତ୍ରା ଅନୁଷ୍ଠିତ ହେବ। ଏହି ଦୁଇ ଯାତ୍ରାରେ ଦଇତାପତି ସେବକ ଙ୍କ ଗୁରୁ ଦାୟିତ୍ୱ ରହିଛି । ଦଇତାପତି ସେବକମାନେ ମହାପ୍ରଭୁ ଙ୍କୁ ସ୍ନାନଯାତ୍ରାରେ ରତ୍ନସିଂହାସନ ରୁ ପହଣ୍ଡି ରେ ଆଣି ସ୍ନାନ ବେଦୀ କୁ ଆଣିବେ। ସେହିପରି ଆଗାମୀ ରଥଯାତ୍ରାରେ ମଧ୍ୟ ଦଇତାପତି ସେବକ ମାନେ ମହାପ୍ରଭୁ ଙ୍କୁ ପହଣ୍ଡି ଆଣି ରଥ ଉପରେ ଠାକୁର ଙ୍କୁ ବିରାଜମାନ କରାଇବେ। ତେବେ ଠାକୁର ଙ୍କ ପହଣ୍ଡି କିଭଳି ଶୃଙ୍ଖଳିତ ଓ ସୁରକ୍ଷିତ ଢଙ୍ଗରେ ହୋଇ ପାରିବ ସେ ନେଇ ସମୀକ୍ଷା କରିଛନ୍ତି ପୁରୀ ଜିଲ୍ଲାପାଳ ତଥା ଶ୍ରୀମନ୍ଦିର ଉପ ମୁଖ୍ୟପ୍ରଶାସକ ଦିବ୍ୟଜ୍ୟୋତି ପରିଡା। ଶ୍ରୀମନ୍ଦିର କାର୍ଯ୍ୟାଳୟ ରେ ଅନୁଷ୍ଠିତ ହୋଇଥିବା ବୈଠକ ରେ ଶ୍ରୀମନ୍ଦିର ଦଇତାପତି ନିଯୋଗ ର କର୍ମକର୍ତ୍ତା ଯୋଗ ଦେଇଥିଲେ।୨୦୨୪ ରଥଯାତ୍ରା ରେ ଆଡ଼ପ ମଣ୍ଡପ ବିଜେ ବେଳେ ବଡ ଠାକୁର ଶ୍ରୀବଳଭଦ୍ର ରଥ ରୁ ଚାରମାଳ କୁ ଖସି ପଡ଼ିଥିଲେ। ଏଣୁ ଏଭଳି ଅଘଟଣ କିଭଳି ଆଗାମୀ ଦିନରେ ହେବ ନାହିଁ ଏବଂ ଶୃଙ୍ଖଳିତ ଢଙ୍ଗରେ ପହଣ୍ଡି କାର୍ଯ୍ୟ ସମାପନ ହେବ ସେ ନେଇ ଜିଲ୍ଲାପାଳ ଆଲୋଚନା କରିଥିଲେ। ପହଣ୍ଡି ପାଇଁ ପ୍ରଶାସନ ଦ୍ୱାରା ନିର୍ଦ୍ଧାରିତ ସଂଖ୍ୟାରୁ ଯେଭଳି ଅଧିକ ସେବକ ନ ରହିବେ ସେ ନେଇ ଆଲୋଚନା ହୋଇଥିଲା। ସେହିପରି ନିର୍ଦ୍ଧାରିତ ସମୟ ଅନୁସାରେ ସମସ୍ତ ନୀତି ଯେଭଳି ପାଳନ ହେବ ସେ ନେଇ ମଧ୍ୟ ଆଲୋଚାନା ହୋଇଛି। ତେବେ ମହାପ୍ରଭୁ ସ୍ନାନଯାତ୍ରା, ଅଣସର, ନବଯୌବନ, ନେତ୍ରୋତ୍ସବ ସମସ୍ତ ନୀତି ଶୃଙ୍ଖଳିତ କରିବାକୁ ବାଡଗ୍ରାହୀ ସେବକ ମତ ରଖିଛନ୍ତି। ଦଇତାପତି ସେବକ ଭବାନୀ ଦାସ ମହାପାତ୍ର ନିଜ ପ୍ରତିକ୍ରିୟାରେ କୁହନ୍ତି, ଆଗାମୀ ରଥଯାତ୍ରା ରେ କିଭଳି ମହାପ୍ରଭୁ ଙ୍କ ସମସ୍ତ ନିତିକାନ୍ତି, ଭକ୍ତ ଙ୍କ ଦର୍ଶନ ସୁରୁଖୁରୁରେ ଶୃଙ୍ଖଳିତ ଭାବରେ ହୋଇପାରିବ ସେ ନେଇ ଜିଲ୍ଲାପାଳ ଙ୍କ ସହ ଆଲୋଚନା ହୋଇଛି। ସେବାୟତ ଙ୍କ ମଧ୍ୟରେ ଯେଭଳି ଏକ ସମନ୍ଵୟ ରହିବ ସେ ନେଇ ଆଲୋଚନା ହୋଇଥିଲା। ମହାପ୍ରଭୂ ଙ୍କ ପହଣ୍ଡି କିଭଳି ଶୃଙ୍ଖଳିତ ଢଙ୍ଗରେ ହୋଇପାରିବ ସେ ନେଇ ମଧ୍ୟ ଆଲୋଚନା ହୋଇଥିଲା। ତେବେ ମହାପ୍ରଭୁ ଙ୍କ କାର୍ଯ୍ଯ କୁ ଶୃଙ୍ଖଳିତ ଭାବରେ କରିବା ପାଇଁ ଦଇତାପତି ସେବକ ସମ୍ପୂର୍ଣ ପ୍ରସ୍ତୁତ ରହିଚନ୍ତି। ଏହି ଭରସା ଆମେ ପ୍ରଶାସନ କୁ ଦେଇଛୁ। ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ନିଜ ପ୍ରତିକ୍ରିୟାରେ କହିଛନ୍ତି, ଆଗାମୀ ରଥଯାତ୍ରା କୁ ଶୃଙ୍ଖଳିତ ଭାବେ ଆୟୋଜନ ନେଇ ସବୁ ସେବାୟତ ବିଯୋଗ ସହ ଆଲୋଚନା କରାଯାଉଛି। ମହାପ୍ରଭୁ ଙ୍କ ଶୃଙ୍ଖଳିତ ନୀତି କାନ୍ତି ଓ ପହଣ୍ଡି ପ୍ରସଙ୍ଗ ରେ ମଧ୍ୟ ଦଇତାପତି ସେବକ ଙ୍କ ସହ ଆଲୋଚନା ହୋଇଛି। ଆମର ଆଶା ରହିଛି ମହାପ୍ରଭୁ ଙ୍କ କୃପାରୁ ରଥଯାତ୍ରା ସୁରୁଖୁରୁରେ ସମାପନ ହେବ।

Leave a Reply

Your email address will not be published. Required fields are marked *

You may have missed