August 21, 2026
Home » ବଲାସୀଙ୍ଗା ମହୁଲମୂଳ ମହିମା ଆଶ୍ରମରେ ସନ୍ଥକବି ଭୀମଭୋଇଙ୍କ ଜନ୍ମ ଜୟନ୍ତୀ ଉତ୍ସବ ପାଳିତ

ବଲାସୀଙ୍ଗା ମହୁଲମୂଳ ମହିମା ଆଶ୍ରମରେ ସନ୍ଥକବି ଭୀମଭୋଇଙ୍କ ଜନ୍ମ ଜୟନ୍ତୀ ଉତ୍ସବ ପାଳିତ

0
WhatsApp Image 2026-05-01 at 12.42.25 PM (1)

ସୁବର୍ଣ୍ଣପୁର: ବୌଦ୍ଧ ଜିଲ୍ଲା ସଦର ବ୍ଲକ ବଢ଼ିଗାଁ ପଂଚାୟତ ଵଲାସିଙ୍ଗା ମହୁଲମୂଳ ମହିମା ଆଶ୍ରମ ଠାରେ ମହିମା ବିକାଶ ପରିଷଦ ଓ ଗ୍ରାମବାସୀ ଙ୍କ ସହାୟତାରେ ପ୍ରତ୍ୟେକ ବର୍ଷ ଭଳି ଚଳିତ ବର୍ଷ ପବିତ୍ର ବୈଶାଖ ପୂର୍ଣ୍ଣିମା ଅବସରରେ ସନ୍ଥକବି ଭୀମଭୋଇଙ୍କ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି l ମହିମା ବିକାଶ ପରିଷଦ ସଭାପତି ବିଭୁତି ଭୂଷଣ ପ୍ରଧାନଙ୍କ ସଭାପତିତ୍ୱରେ ଏକ ସ୍ମୃତି ସଭା ଅନୁଷ୍ଠିତ ହୋଇଥିଲା l ସର୍ବପ୍ରଥମେ ସନ୍ଥକବି ଭୀମଭୋଇଙ୍କ ଫୋଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ପୁର୍ବକ ଦୀପ ପ୍ରଜ୍ଵଳନ ପରେ ପରିଷଦର ସମ୍ପାଦକ ସାଧୁ କୁଳଧର ଦାସ ସମ୍ପାଦକୀୟ ବିବରଣୀ ପଠନ ପୁର୍ବକ ବିଭିନ୍ନ ସମସ୍ୟା ଉପସ୍ଥାପନା କରିଥିଲେ ଯାହାକି ମୁଖ୍ୟ ରାସ୍ତା ଠାରୁ ଆଶ୍ରମ ପର୍ଯ୍ୟନ୍ତ ପକ୍କା ରାସ୍ତା ନିର୍ମାଣ, ସାଧୁ ଓ ଭକ୍ତ ନିବାସ, ଆଶ୍ରମ ଚାରିପାଖରେ ପ୍ରାଚୀର ନିର୍ମାଣ, ଆଲୋକୀକରଣ ସହିତ ପୂର୍ଣ୍ଣାଙ୍ଗ ବିକାଶ ନିମନ୍ତେ ଉପସ୍ଥାପନା କରିଥିଲେ l

ଏଥିରେ ମୁଖ୍ୟ ଅତିଥି ଭାବେ ବୌଦ୍ଧ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକ, ସଂମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନ,କନ୍ଧମାଳ ସାଂସଦଙ୍କ ବୌଦ୍ଧ ଜିଲ୍ଲା ପ୍ରତିନିଧି ଯୁଗଳ କିଶୋର ସାମଲ,ବୌଦ୍ଧ ଗୋଷ୍ଟୀ ଉନ୍ନୟନ ଅଧିକାରୀ ଯୁଗଳ କିଶୋର ବିଶ୍ୱାଳ, ସାଧୁ କୃଷ୍ଣ ଚନ୍ଦ୍ର ଦାସ ମୁଖ୍ୟବକ୍ତା ଭାବେ ଅବସରପ୍ରାପ୍ତ ପ୍ରାଧ୍ୟାପକ ବାସୁଦେବ ପାତ୍ର, ଅନ୍ୟତମ ବକ୍ତା ଭାବେ ଯୁବ ଗବେଷକ ସତ୍ୟନାରାୟଣ ପାଣି, ଅନ୍ୟତମ ଗବେଷକ ସତ୍ୟଜିତ ପଣ୍ଡା,ଅନ୍ୟତମ ଅତିଥି ଭାବେ ପୂର୍ବତନ ବଢ଼ିଗାଁ ସରପଞ୍ଚ ସଦାନନ୍ଦ ପ୍ରଧାନ, ସରପଞ୍ଚ ପ୍ରଫୁଲ୍ଲ କୁମାର ପାଢ଼ୀ, ବୌଦ୍ଧ ଜିଲ୍ଲା ସାମ୍ବାଦିକ ସଙ୍ଘ ସଭାପତି ଦେବାଶିଷ ପୁରୋହିତ, ସାମ୍ବାଦିକ ମହେଶ ପ୍ରସାଦ ଅଗ୍ରୱାଲ, ସାମାଜିକ କର୍ମୀ କୃତ୍ତିବାସ ପଲିଆ ପ୍ରମୁଖ ମଞ୍ଚାସିନ ଥାଇ ସ୍ମୃତି ଚରଣ କରିଥିଲେ l ଶେଷରେ ସାମାଜିକ କର୍ମୀ କୃତ୍ତିବାସ ପଲିଆ ଧନ୍ୟବାଦ ଅର୍ପଣ କରିଥିଲେ l

ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ…

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed