February 23, 2026
Home » ବାତ୍ୟା ଦାନା ପରେ ଘାରିଲାଣି ବନ୍ୟା ଆଶଙ୍କା

ବାତ୍ୟା ଦାନା ପରେ ଘାରିଲାଣି ବନ୍ୟା ଆଶଙ୍କା

0
WhatsApp Image 2024-10-25 at 1.45.19 PM

ଭୁବନେଶ୍ୱର: ଟଳି ଗଲା ବଡ଼ ବାତ୍ୟା। ହେଲେ ବାତ୍ୟା ପ୍ରଭାବରେ ତୁହାକୁ ତୁହା ବର୍ଷା ଏବେ ବନ୍ୟା ଆଶଙ୍କା ସୃଷ୍ଟି କଲାଣି। ଏନେଇ ଏବେ ୧୬ ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବା ନେଇ ସତର୍କ କରିଛି ଆଇଏମଡି। ଅନୁଗୁଳ, ବାଲେଶ୍ଵର, ବୌଦ୍ଧ, ଭଦ୍ରକ, କଟକ, ଢେଙ୍କାନାଳ, ଗଜପତି, ଗଞ୍ଜାମ, ଜଗତସିଂହପୁର, ଯାଜପୁର, କନ୍ଧମାଳ, କେନ୍ଦ୍ରାପଡ଼ା, କେଉଁଝର, ଖୋର୍ଦ୍ଧା, ମୟୂରଭଞ୍ଜ, ନୟାଗଡ଼ ଏବଂ ପୁରୀ ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇପାରେ ବୋଲି ଆଶଙ୍କା କରାଯାଇଛି।

ବିଭାଗ କହିବାନୁଯାୟୀ, ବାତ୍ୟା ସ୍ଥଳଭାଗ ଛୁଇଁବା ପରେ ବର୍ଷର ପରିମାଣ ବଢିବ। ଏହି ସବୁ ଜିଲ୍ଲା ମାନଙ୍କରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ଏଠାରେ ବନ୍ୟା ଆଶଙ୍କା ସୃଷ୍ଟି ହୋଇପାରେ। ଉତ୍ତର ଓ ଉପକୂଳ ଓଡିଶା ଦେଇ ପ୍ରବାହିତ ହେଉଥିବା ନଦୀ ଯଥା, ବୁଢ଼ାବଳଙ୍ଗ, ସାଳନ୍ଦୀ, ଜଳକା, ସୁବର୍ଣ୍ଣରେଖା, ବୈତରଣୀ ଏବଂ ବ୍ରାହ୍ମଣୀ ଆଦି ଫୁଲିବାର ଆଶଙ୍କା ରହିଛି। ଏଥିସହିତ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେଲେ ଶିମିଳିପାଳରୁ ପାଣି ଆସି ବୁଢ଼ାବଳଙ୍ଗ ନଦୀରେ ପ୍ରବେଶ କରିବ।

ଅନ୍ୟପଟେ ବାତ୍ୟା କାରଣରୁ ଉଚ୍ଚ ଜୁଆର ଆସିବାରୁ, ନଦୀ ବାଟେ ପ୍ରାୟ ୧ କିମିରୁ ୩ କିମି ଯାଏଁ ଲୁଣାପାଣି ଆସିବ। ସେପଟେ ଏହାର ପ୍ରଭାବରେ ଅଧିକାଂଶ ନଦୀ ପାଣି, ଯାହା ଯାଇକରି ବଙ୍ଗୋପସାଗରରେ ମିଶୁ ଥିଲା, ତାହା ସମୁଦ୍ରକୁ ଯାଇପାରିବ ନାହିଁ। ଫଳରେ ଏ ପାଣି ଗାଁ ଗଣ୍ଡାରେ ପଶି ବନ୍ୟା ଆଶଙ୍କା ସୃଷ୍ଟି କରିପାରେ।

ତେବେ ଗତକାଲି ରାତି ପ୍ରାୟ ୧୨ ଟା ୫ରେ ସ୍ଥଳଭାଗ ଛୁଇଁଛି ବାତ୍ୟା ଦାନା। ଭିତରକନିକାର ହବଳିଖଟି ନେଚର୍ କ୍ୟାମ୍ପ ନିକଟରେ ରାତି ପ୍ରାୟ ସାଢେ ଗୋଟାଏରୁ ସାଢେ ତିନିଟା ଭିତରେ ସ୍ଥଳଭାଗ ଅତିକ୍ରମ କରିଥିଲା ଦାନା। ଏହିସମୟରେ ପବନର ବେଗ ୧୦୦ରୁ ୧୨୦କିମି ପର୍ଯ୍ୟନ୍ତ ଥିବା ବେଳେ ରାତିସାରା ଭିତରକନିକା , ଧାମରାରେ ତାଣ୍ଡବ ରଚିଥିଲା ଦାନା। ଏହାର ପ୍ରଭାବରେ ଗଛ ଭାଙ୍ଗିବା ଅଜବେଷ୍ଟ୍ ଉଡ଼ିବା ସହିତ ଚାଲ ଛପର ଘର ଭାଙ୍ଗିଥିବା ଦୃଶ୍ୟ ଦେଖିବାକୁ ମିଳିଛି। ଏଥିସହିତ ବାତ୍ୟା ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି।

ଇପିଏରୁ ବିରଞ୍ଚିନାରାୟଣ ପତ୍ରୀ ଙ୍କ ରିପୋର୍ଟ, ଇଷ୍ଟଣ୍ଣ ପ୍ରେସ ଏଜେନ୍ସି, ଭୁବନେଶ୍ୱର

Leave a Reply

Your email address will not be published. Required fields are marked *

You may have missed

ମିଶନ ଶକ୍ତି ବିଭାଗର ସମୀକ୍ଷା ବୈଠକ : ସ୍ଵୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ଉଦ୍ୟୋଗି ଭାବେ ଗଢ଼ି ତୋଳିବାକୁ ପ୍ରାଥମିକତା ଭୁବନେଶ୍ୱର, ୨୨.୦୨.୨୦୨୬ : ଭୁବନେଶ୍ୱରସ୍ଥିତ ମିଶନ ଶକ୍ତି ଭବନଠାରେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କ ଅଧ୍ୟକ୍ଷତାରେ ମିଶନ ଶକ୍ତି ବିଭାଗ ଏବଂ ଓଡ଼ିଶା ଜୀବିକା ମିଶନର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ବିଭାଗର ସମସ୍ତ ଶାଖାର କାର୍ଯ୍ୟକଳାପ ଓ ଜିଲ୍ଲାଭିତ୍ତିକ ପ୍ରଗତି ଉପରେ ସମୀକ୍ଷା କରାଯାଇଛି । ମାନ୍ୟବର ଉପମୁଖ୍ୟମନ୍ତ୍ରୀ ପ୍ରତ୍ୟେକ ଜିଲ୍ଲାର କାର୍ଯ୍ୟକଳାପ ଉପରେ ସମୀକ୍ଷା କରିଛନ୍ତି। ଚଳିତ ଆର୍ଥିକ ବର୍ଷର ସଫଳତା, ବିଭିନ୍ନ ଯୋଜନାର ପ୍ରଗତି, ବ୍ଯାଙ୍କ ଋଣ, ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ସୁଧ ଫେରସ୍ତ, ମହିଳାମାନଙ୍କୁ ଉଦ୍ୟୋଗପତି ଭାବେ ଗଢି ସେମାନଙ୍କ ଆୟବୃଦ୍ଧି କରିବା ସମ୍ପର୍କିତ ପଦକ୍ଷେପଗୁଡ଼ିକୁ ସେ ପର୍ଯ୍ୟବେକ୍ଷଣ କରିଛନ୍ତି । ଜିଲ୍ଲା ସ୍ତରୀୟ କର୍ମକର୍ତ୍ତା ମାନଙ୍କୁ ସମ୍ବୋଧିତ କରି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ମିଶନ ଶକ୍ତି ବିଭାଗ ମାଧ୍ୟମରେ ଓଡ଼ିଶାର ଲକ୍ଷାଧିକ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସହିତ ଯୋଡ଼ି ଆର୍ଥିକ, ସାମାଜିକ ଓ ଡିଜିଟାଲ ଭାବେ ସଶକ୍ତ ହୋଇପାରିଛନ୍ତି । ଏହି ବିଭାଗ ମହିଳାମାନଙ୍କୁ କେବଳ ଆତ୍ମନିର୍ଭର କରିବାରେ ସୀମିତ ରହିନାହିଁ, ସେମାନଙ୍କୁ ସଫଳ ଉଦ୍ୟୋଗୀ ଓ ସମାଜର ଅଗ୍ରଗାମୀ ନେତୃତ୍ୱ ଭାବେ ଗଢ଼ି ତୋଳିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଅଛି । ମିଶନ ଶକ୍ତି ଆଜି ମହିଳା ସଶକ୍ତିକରଣର ଏକ ଶକ୍ତିଶାଳୀ ଆନ୍ଦୋଳନରେ ପରିଣତ ହୋଇଛି, ଯାହା ମହିଳାମାନଙ୍କ ଜୀବନମାନ ଉନ୍ନତି ସହିତ ରାଜ୍ୟର ଆର୍ଥିକ ଉନ୍ନତିରେ ମଧ୍ୟ ମୂଲ୍ୟବାନ ଅବଦାନ ରଖୁଛି। ମହିଳାମାନଙ୍କୁ ଉଦ୍ୟୋଗୀ ଭାବେ ଗଢି ଅଧିକରୁ ଅଧିକ ‘ଲକ୍ଷପତି ଦିଦି’ ଏବଂ ‘ମହାଲକ୍ଷପତି ଦିଦି’ ପରିଣତ କରିବା ସରକାରଙ୍କ ପ୍ରାଥମିକ ଲକ୍ଷ୍ୟ ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ମତ ରଖିଛନ୍ତି । ଏଥି ପାଇଁ ଆସନ୍ତା ଆର୍ଥିକ ବର୍ଷରେ ବଜାର ସଂଯୋଗ, ଦକ୍ଷତା ବୃଦ୍ଧି, ପ୍ରଶିକ୍ଷଣ, ଆର୍ଥିକ ସହାୟତା ଓ ଡିଜିଟାଲ ସଶକ୍ତିକରଣ ଉପରେ ବିଶେଷ ଗୁରୁତ୍ୱ ଦିଆଯିବ । ଏହି ପଦକ୍ଷେପଗୁଡ଼ିକ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ମହିଳାମାନଙ୍କୁ ସ୍ଥାୟୀ ଜୀବିକା ଓ ସୁଦୃଢ଼ ଆର୍ଥିକ ସ୍ଥିତି ପ୍ରଦାନ କରିବ । ବୈଠକରେ ଚଳିତ ଆର୍ଥିକ ବର୍ଷର ଲକ୍ଷ୍ୟ ପୂରଣ ସହ ଆସନ୍ତା ଆର୍ଥିକ ବର୍ଷ ପାଇଁ ନିର୍ଦ୍ଧାରିତ ପ୍ରଥମିକତା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା, ଯାହା ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ଆର୍ଥିକ ଭାବେ ଆହୁରି ସଶକ୍ତ କରିବା ସହିତ ଉଦ୍ୟୋଗୀ ଭାବେ ପ୍ରତିଷ୍ଠିତ କରିବ । ଏହି ସମୀକ୍ଷା ବୈଠକରେ ମିଶନ ଶକ୍ତି ବିଭାଗର କମିଶନର-ତଥା-ସଚିବ ସୁଶ୍ରୀ ମାନସୀ ନିମ୍ବାଲ, ନିର୍ଦ୍ଦେଶିକା ଡ଼. ମୋନିକା ପ୍ରିୟଦର୍ଶିନୀଙ୍କ ସମେତ ମିଶନ ଶକ୍ତି ବିଭାଗ ଏବଂ ଓଡ଼ିଶା ଜୀବିକା ମିଶନର ବରିଷ୍ଠ ଅଧିକାରୀ ଏବଂ ସମସ୍ତ ଜିଲ୍ଲାର ଅଧିକାରୀମାନେ ଉପସ୍ଥିତ ଥିଲେ । ମହିଳା ସଶକ୍ତିକରଣ, ମହିଳା ନେତୃତ୍ୱାଧୀନ ବିକାଶ ଏବଂ ମହିଳାମାନଙ୍କୁ ଆର୍ଥିକ ଭାବେ ସ୍ୱାବଳମ୍ବୀ କରିବା ଦିଗରେ ମିଶନ ଶକ୍ତି ବିଭାଗର ଏହି ସମୀକ୍ଷା ବୈଠକ ଏକ ଦୃଢ଼ ପଦକ୍ଷେପ ବୋଲି ଆଶା କରାଯାଇଛି ।