May 27, 2026
Home » ବାୟୁମଣ୍ଡଳରେ ହୀରାଗୁଣ୍ଡ ପ୍ସ୍ରେ କରି ଜଳବାୟୁ ପରିବର୍ତ୍ତନ ରୋକାଯିବ !

ବାୟୁମଣ୍ଡଳରେ ହୀରାଗୁଣ୍ଡ ପ୍ସ୍ରେ କରି ଜଳବାୟୁ ପରିବର୍ତ୍ତନ ରୋକାଯିବ !

0
WhatsApp Image 2024-10-28 at 11.43.07 AM

ଲଣ୍ଡନ: ଜଳବାୟୁ ପରିବର୍ତ୍ତନ ସମସ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଛି। ଜାତିସଂଘ ମଧ୍ୟ ଏହି ବିଷୟରେ ନିରନ୍ତର ଚିନ୍ତା ପ୍ରକଟ କରୁଛି। ତେବେ ଏହି ସମସ୍ୟାର ମୁକାବିଲା ପାଇଁ ବୈଜ୍ଞାନିକମାନେ ଏକ ଅଧ୍ୟୟନରେ ଆଶ୍ଚର୍ଯ୍ୟଜନକ ଖୁଲାସା କରିଛନ୍ତି। ଦାବି କରାଯାଇଛି ଯେ ଯଦି ପ୍ରତିବର୍ଷ ପୃଥିବୀର ଉପର ବାୟୁମଣ୍ଡଳରେ ଲକ୍ଷ ଲକ୍ଷ ଟନ୍ ହୀରାଗୁଣ୍ଡ ପକାଯିବ।

ଏହା ଦ୍ବାରା ପୃଥିବୀର ତାପମାତ୍ରା ଥଣ୍ଡା ହୋଇପାରିବ। ଏହି ଦାବି ଅବିଶ୍ୱସନୀୟ ହେଲେ ମଧ୍ୟ ବୈଜ୍ଞାନିକ ଏଭଳି କରିବାକୁ ମତ ଦେଇଛନ୍ତି। କିନ୍ତୁ ଏଭଳି କରାଯିବା ଏହା ପ୍ରଥମ ଥର ନୁହେଁ। ଏହା ପୂର୍ବରୁ ମଧ୍ୟ ସଲଫର, କ୍ୟାଲସିୟମ, ଆଲୁମିନିୟମ ଏବଂ ସିଲିକନ୍ ପରି ଅନେକ ଯୌଗିକ ବ୍ୟବହାର କରି ଏହି କାର୍ଯ୍ୟ କରିବାକୁ ପରାମର୍ଶ ଦିଆଯାଇଛି।

ବୈଜ୍ଞାନିକମାନେ କହିଛନ୍ତି ଯେ ବାୟୁମଣ୍ଡଳରେ ହୀରାଗୁଣ୍ଡ କିମ୍ବା ଅନ୍ୟାନ୍ୟ ଯୌଗିକ ସ୍ପ୍ରେ କରି ସୂର୍ଯ୍ୟଙ୍କଠାରୁ ଆସୁଥିବା ବିକିରଣକୁ ମହାକାଶକୁ ପଠାଯାଇପାରିବ ଯାହା ପୃଥିବୀର ତାପମାତ୍ରାକୁ ହ୍ରାସ କରିବାରେ ସକ୍ଷମ ହେବ। ଏହି କୌଶଳକୁ ସୋଲାର ରେଡିଏସନ୍ ମ୍ୟାନେଜମେଣ୍ଟ (ଏସଆରଏମ) କୁହାଯାଏ। ଏଥିରେ ସୂର୍ଯ୍ୟ କିରଣକୁ ପୃଥିବୀକୁ ପହଞ୍ଚିବାରେ ରୋକା ଯାଇଥାଏ। ଏହି ପ୍ରକାରର ସମାଧାନକୁ ସାଧାରଣତଃ ଜିଓ-ଇଞ୍ଜିନିୟରିଂ କୁହାଯାଇଥାଏ। ଯେଉଁଥିରେ ବାୟୁମଣ୍ଡଳୀୟ ପ୍ରକ୍ରିୟାକୁ ନିୟନ୍ତ୍ରଣ କରି ପରିବେଶ ସମସ୍ୟାର ସମାଧାନ କରାଯାଇଥାଏ।

ଏହି ନୂତନ ଅଧ୍ୟୟନରୁ ଏହା ଜଣାପଡିଛି ଯେ ହୀରାଗୁଣ୍ଡ ଅନ୍ୟ ଯୌଗିକ ଅପେକ୍ଷା ଏହି କାର୍ଯ୍ୟକୁ ଅଧିକ ପ୍ରଭାବଶାଳୀ କରିପାରେ। ପୂର୍ବରୁ ବିବେଚନା କରାଯାଉଥିବା ଗନ୍ଧକ, କ୍ୟାଲସିୟମ୍ ଏବଂ ଅନ୍ୟାନ୍ୟ ଯୌଗିକଠାରୁ ହୀରାଗୁଣ୍ଡ ଅଧିକ ପ୍ରଭାବଶାଳୀ ସାବ୍ୟସ୍ତ ହୋଇ ପାରିବ।
ଗ୍ଲୋବାଲ ୱାର୍ମିଂ ବନ୍ଦ କରିବା ପାଇଁ ଏପର୍ଯ୍ୟନ୍ତ ନିଆଯାଇଥିବା ପଦକ୍ଷେପ ଯଥେଷ୍ଟ ପ୍ରମାଣିତ ହୋଇନାହିଁ।

ନୂତନ ଅଧ୍ୟୟନରେ, ୭ଟି ଯୌଗିକକୁ ତୁଳନା କରାଯାଇଥିଲା, ଯେଉଁଥିରେ ହୀରାଗୁଣ୍ଡ ସବୁଠାରୁ ଅଧିକ ପ୍ରଭାବଶାଳୀ ବୋଲି ଜଣାପଡିଥିଲା। ଜିଓଫିଜିକାଲ୍ ରିସୋର୍ ଲେଟର୍ସରେ ପ୍ରକାଶିତ ଏହି ରିପୋର୍ଟରେ ଆହୁରି ମଧ୍ୟ କୁହାଯାଇଛି ଯେ ହୀରାଗୁଣ୍ଡ ବ୍ୟବହାର କରି ୧.୬ ଡିଗ୍ରୀ ସେଲସିୟସ୍ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ହୋଇପାରିବ।
ଅବଶ୍ୟ, ଏହି ସଫଳତା ହାସଲ କରିବାକୁ ପ୍ରତିବର୍ଷ ପ୍ରାୟ ପାଞ୍ଚ ନିୟୁତ ଟନ୍ ହୀରା ଗୁଣ୍ଡ ବାୟୁମଣ୍ଡଳରେ ଛିଞ୍ଚିବାକୁ ପଡିବ। ତଥାପି, ଏହାକୁ କାର୍ଯ୍ୟକାରୀ କରିବାରେ ବୈଷୟିକ ସମସ୍ୟା ସହିତ ହୀରାର ମୂଲ୍ୟ ସମ୍ବନ୍ଧୀୟ ଆହ୍ବାନ ସୃଷ୍ଟି ହେବାର ଆଶଙ୍କା ରହିଛି।

ହୀରା ଗୁଣ୍ଡ ସ୍ପ୍ରେ କରିବା ଦ୍ବାରା ପ୍ରାକୃତିକ ପ୍ରକ୍ରିୟାରେ ହସ୍ତକ୍ଷେପ ଯୋଗୁ ବହୁ ଅଜଣା ଏବଂ ଅପ୍ରତ୍ୟାଶିତ ପରିଣାମ ଦେଖାଯିବାର ଆଶଙ୍କା ରହିବ। ଏହା ବିଶ୍ୱ ଏବଂ ଆଞ୍ଚଳିକ ପାଣିପାଗ ପ୍ରଣାଳୀ ତଥା ବର୍ଷା ବଣ୍ଟନ ପ୍ରକ୍ରିୟାକୁ ପ୍ରଭାବିତ କରିପାରେ। ଏହା ସହିତ ଅନ୍ୟ ଚିନ୍ତାଧାରା ମଧ୍ୟ ଅଛି। କାରଣ ପ୍ରାକୃତିକ ସୂର୍ଯ୍ୟ କିରଣର ପରିବର୍ତ୍ତନ ଚାଷ ଉପରେ ଏକ ପ୍ରମୁଖ ପ୍ରଭାବ ପକାଇପାରେ। ଏହା ଜୀବନ ସତ୍ତା ପାଇଁ ମଧ୍ୟ କ୍ଷତିକାରକ ହୋଇପାରେ।

ଗ୍ଲୋବାଲ ୱାର୍ମିଂ ଉପରେ ଗବେଷଣା ଜାରି ରହିଛି । ଜଳବାୟୁ ଲକ୍ଷ୍ୟ ହାସଲ କରିବା ପାଇଁ କାର୍ବନ କ୍ୟାପଚର ଏବଂ ଷ୍ଟୋରେଜ୍ (ସିସିଏସ) ପ୍ରଯୁକ୍ତିବିଦ୍ୟା ମଧ୍ୟ ଏକ ସମ୍ଭାବ୍ୟ ବିକଳ୍ପ ଭାବରେ ବିବେଚନା କରାଯାଉଛି। କିନ୍ତୁ ଏଥିରେ ଅନେକ ତ୍ରୁଟି ମଧ୍ୟ ଅଛି। ୨୦୨୨ ମସିହାରେ ଲଣ୍ଡନର ଅକ୍ସଫୋର୍ଡ ୟୁନିଭରସିଟି ଏବଂ ଇମ୍ପେରିଆଲ୍ କଲେଜ, ଅନୁସନ୍ଧାନକାରୀମାନେ ଏକ ଅଧ୍ୟୟନରେ ରିପୋର୍ଟ କରିଥିଲେ ଯେ କେତେକ କ୍ଷେତ୍ରରେ ଏହି ଟେକ୍ନୋଲୋଜିର ବ୍ୟବହାର ବୈଷୟିକ ଦୃଷ୍ଟିରୁ ସମ୍ଭବ ହୋଇପାରେ, କିନ୍ତୁ ସେଗୁଡ଼ିକ ଉପରେ ସମ୍ପୂର୍ଣ୍ଣ ନିର୍ଭର କରାଯାଇପାରିବ ନାହିଁ।

ଏହା ମଧ୍ୟ ରିପୋର୍ଟ କରାଯାଇଛି ଯେ କେବଳ ସିସିଏସ ବ୍ୟବହାର କରିବା ଦ୍ୱାରା ବିଶ୍ବରେ ଅତି କମରେ ୩୦ ଟ୍ରିଲିୟନ ଆମେରିକୀୟ ଡଲାର ଖର୍ଚ୍ଚ ହେବ। ଯେତେବେଳେ କି ବିପୁଳ ପରିମାଣର କାର୍ବନ ଡାଇଅକ୍ସାଇଡକୁ ସୁରକ୍ଷିତ ଭାବରେ ସଂରକ୍ଷଣ କରିବା ପାଇଁ ପର୍ଯ୍ୟାପ୍ତ ଭୂତଳ ସ୍ଥାନ ନାହିଁ। ସେଥିପାଇଁ ଗ୍ଲୋବାଲ ୱାର୍ମିଂ ସମ୍ବନ୍ଧରେ କ୍ରମାଗତ ଭାବରେ ନୂତନ ଅନୁସନ୍ଧାନ କରାଯାଉଛି ।

ଇପିଏରୁ ବିରଞ୍ଚିନାରାୟଣ ପତ୍ରୀ ଙ୍କ ରିପୋର୍ଟ, ଇଷ୍ଟଣ୍ଣ ପ୍ରେସ ଏଜେନ୍ସି, ଭୁବନେଶ୍ୱର

ଆଗାମୀ ରଥଯାତ୍ରା ରେ ଶ୍ରଦ୍ଧାଳୁ ଙ୍କୁ ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଉଛି। ଏ ନେଇ ଏକ ସମୀକ୍ଷା ବୈଠକ ପୁରୀ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି। ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମେତ ୩୦ ଟି ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଓ ୮ ଟି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଅତିରିକ୍ତ ବ୍ୟବସ୍ଥା କରାଯାଉଛି। ଏଥି ସହିତ ୧୦ ଶଯ୍ୟା ବିଶିଷ୍ଟ ୮ ଟି ଅତିରିକ୍ତ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରହିବ। ଏଥିରେ ଅତିରିକ୍ତ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀ ନିୟୋଜିତ ରହିବେ। ବଡଦାଣ୍ଡ ସମେତ ପୁରୀ ସହର ର ପ୍ରମୁଖ ସ୍ଥାନ ଗୁଡିକରେ ଆଶୁ ଚିକିତ୍ସା କେନ୍ଦ୍ର ଖୋଲାଯିବ।୫୦ ରୁ ଅଧିକ ଆମ୍ବୁଲାନ୍ସ ବିଭିନ୍ନ ସ୍ଥାନରେ ମୁତୟନ କରାଯିବ। ବିଭିନ୍ନ ସ୍ୱେଚ୍ଛାସେବି ସଂଗଠନ ଙ୍କ ସହାୟତା ନିଆଯିବ। ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀ ଉପସ୍ଥିତ ରହି ସ୍ୱାସ୍ଥ୍ୟ ସେବାର ତଦାରଖ କରିବେ। ଆଇ ସି ୟୁ, ଟ୍ରମା କେୟାର କେନ୍ଦ୍ର ପ୍ରସ୍ତୁତ କରି ରଖାଯିବ। ପୁରୀ ରେ ଥିବା ସବୁ ସହରାଞ୍ଚଳ ସ୍ୱାସ୍ଥ୍ୟ କେନ୍ଦ୍ର କୁ ପ୍ରସ୍ତୁତ ରଖାଯିବ। ରେଲୱେ ଷ୍ଟେସନ, ବସଷ୍ଟାଣ୍ଡ ରେ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲିବ। ଗୁରୁତର ରୋଗୀ ଙ୍କୁ କଟକ, ଭୁବନେଶ୍ୱର ସ୍ଥାନାନ୍ତର ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ହେବ। ଆମ୍ବୁଲାନ୍ସ ଗୁଡ଼ିକ ଯେଭଳି ସୁରୁଖୁରୁରେ ଯାତାୟାତ କରିପାରିବ ସେ ନେଇ ସ୍ୱତନ୍ତ୍ର ବ୍ୟବସ୍ଥା ହେବ। ରଥଯାତ୍ରା ସମୟରେ ଲୋକ ଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ୨ ଶହ ଡାକ୍ତର ଙ୍କୁ ନିୟୋଜିତ କରାଯିବ। ଅପମିଶ୍ରିତ ଓ ବାସୀ ଖାଦ୍ୟ ବିକ୍ରି ବନ୍ଦ ପାଇଁ ଖାଦ୍ୟ ନିରାପତ୍ତା ଅଧିକାରୀ ମାନେ ଯାଞ୍ଜ କରିବେ। ରଥଯାତ୍ରା ସ୍ୱାସ୍ଥ୍ୟ ସେବାକୁ ଶୃଙ୍ଖଳିତ କରିବା ପାଇଁ ଅନୁଷ୍ଠିତ ହୋଇଥିବା ବୈଠକ ରେ ପୁରୀ ମହାନଗର ନିଗମ ର କମିଶନର, ଅତିରିକ୍ତ ଜିଲ୍ଲାପାଳ, ଏସପି, ସ୍ୱାସ୍ଥ୍ୟ ବିଭାଗର ଅଧିକାରୀ, ବିଭିନ୍ନ ସ୍ୱେଚ୍ଛାସେବୀ ସଂଗଠନ ସାମିଲ ହୋଇଥିଲେ। ରଥଯାତ୍ରା ର ଭକ୍ତ ଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେଉଥିବା ସ୍ୱେଚ୍ଛାସେବୀ ଦେବାଶିଶ ମିଶ୍ର କୁହନ୍ତି, ରଥଯାତ୍ରା ଭିଡ଼ରେ ବଡ ଆମ୍ବୁଲାନ୍ସ ଯାତାୟାତ ରେ ବହୁତ୍ ସମସ୍ୟା ସୃଷ୍ଟି କରୁଛି। ଏଣୁ ଆମେ ଜିଲାପାଳ ଙ୍କୁ ପ୍ରସ୍ତାବ ଦେଲୁ କିଛି ଛୋଟ ଆମ୍ବୁଲାନ୍ସ ନିୟୋଜିତ କରାଯାଉ। ଏହା ଦ୍ଵାରା ଆମ୍ବୁଲାନ୍ସ ଯାତାୟାତ ରେ ସୁବିଧା ହେବା ସହ ଲୋକ ମାନେ ତ୍ୱରିତ ଚିକିତ୍ସା ସେବା ପାଇପାରିବେ। ଆଉ ଏକ ପ୍ରସ୍ତାବ ରହିଚି ବଡ ଦାଣ୍ଡ ରେ ଅଧିକ ଶୀତତାପ ନିୟନ୍ତ୍ରିତ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲାଯାଉ। ଏହା ଦ୍ଵାରା ଅଯଥା ରେ ଲୋକ ଙ୍କୁ ମୁଖ୍ୟ ଚିକିତ୍ସାଳୟ କୁ ନିଆନଯାଇ ଏହି ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ତ୍ୱରିତ ଚିକିତ୍ସା ସେବା ଯୋଗାଇ ହେବ । ଆମେ ଜିଲାପାଳ ଙ୍କୁ ଅନୁରୋଧ କରିଛୁ ଗୁଣ୍ଡିଚା ମନ୍ଦିର ନିକଟ ରେ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲାଯିବା ନେଇ ଅନୁମତି ଦିଆଯାଉ। ଏହା ହେଲେ ମନ୍ଦିର ଭିତରେ ଅବା ବାହାରେ କିଛି ଅଘଟଣ ଘଟିଲେ ସଙ୍ଗେ ସଙ୍ଗେ ଚିକିତ୍ସା ସେବା ଲୋକ ଙ୍କୁ ଓ ସେବାୟତ ଙ୍କୁ ଚିକିତ୍ସା ସେବା ଦେଇହେବ। ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା ନିଜ ପ୍ରତିକ୍ରିୟାରେ କହିଛନ୍ତି, ଚଳିତ ରଥଯାତ୍ରା ରେ ଲୋକ ଙ୍କୁ କିଭଳି ତ୍ୱରିତ ଚିକିତ୍ସା ସେବା ଯୋଗାଇ ହେବ ସେ ନେଇ ଏକ ମାର୍ଗଦର୍ଶିକା କରାଯାଇଛି। ବଡଦାଣ୍ଡ ସମେତ ବିଭିନ୍ନ ଗୁରୁତ୍ଵପୂର୍ଣ୍ଣ ସ୍ଥାନରେ ୮ ଟି ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରହିବ । ମୋଟ ୮୦ ବେଡ ବିଶିଷ୍ଟ ଏହି ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ସବୁ ପ୍ରକାର ଚିକିତ୍ସା ସେବା ବ୍ୟବସ୍ଥା ରହିବ। ସବୁ ପ୍ରକାର ଅତ୍ୟାଧୁନିକ ସ୍ୱାସ୍ଥ୍ୟ ସେବା ଉପକରଣ ଓ ସ୍ପେଶଲିଷ୍ଟ ଡାକ୍ତର ରହିବେ। ଏ ନେଇ ଆଜିର ବୈଠକ ରେ ଆଲୋଚୋନା ହେଲା। ଆମ୍ବୁଲାନ୍ସ କିଭଳି ଯାତାୟାତ କରିବ, ସ୍ୱେଚ୍ଛାସେବୀ ଙ୍କୁ ତାଲିମ ପ୍ରଦାନ ସେ ନେଇ ସବିଶେଷ ଆଲୋଚନା ହୋଇଛି। ମାର୍ଗଦର୍ଶିକା ଅନୁଯାୟୀ ରଥଯାତ୍ରା, ସୁନାବେଶ, ବାହୁଡ଼ା ରେ ସ୍ୱାସ୍ଥ୍ୟ ସେବା ଲୋକ ଙ୍କୁ ଯୋଗାଇ ଦିଆଯିବ। ଆଗାମୀ ଜୁନ ୨୯ ରେ ମହାପ୍ରଭୁ ଙ୍କ ସ୍ନାନଯାତ୍ରା ଓ ଜୁଲାଇ ୧୬ ରେ ରଥଯାତ୍ରା ଅନୁଷ୍ଠିତ ହେବ। ଏହି ଦୁଇ ଯାତ୍ରାରେ ଦଇତାପତି ସେବକ ଙ୍କ ଗୁରୁ ଦାୟିତ୍ୱ ରହିଛି । ଦଇତାପତି ସେବକମାନେ ମହାପ୍ରଭୁ ଙ୍କୁ ସ୍ନାନଯାତ୍ରାରେ ରତ୍ନସିଂହାସନ ରୁ ପହଣ୍ଡି ରେ ଆଣି ସ୍ନାନ ବେଦୀ କୁ ଆଣିବେ। ସେହିପରି ଆଗାମୀ ରଥଯାତ୍ରାରେ ମଧ୍ୟ ଦଇତାପତି ସେବକ ମାନେ ମହାପ୍ରଭୁ ଙ୍କୁ ପହଣ୍ଡି ଆଣି ରଥ ଉପରେ ଠାକୁର ଙ୍କୁ ବିରାଜମାନ କରାଇବେ। ତେବେ ଠାକୁର ଙ୍କ ପହଣ୍ଡି କିଭଳି ଶୃଙ୍ଖଳିତ ଓ ସୁରକ୍ଷିତ ଢଙ୍ଗରେ ହୋଇ ପାରିବ ସେ ନେଇ ସମୀକ୍ଷା କରିଛନ୍ତି ପୁରୀ ଜିଲ୍ଲାପାଳ ତଥା ଶ୍ରୀମନ୍ଦିର ଉପ ମୁଖ୍ୟପ୍ରଶାସକ ଦିବ୍ୟଜ୍ୟୋତି ପରିଡା। ଶ୍ରୀମନ୍ଦିର କାର୍ଯ୍ୟାଳୟ ରେ ଅନୁଷ୍ଠିତ ହୋଇଥିବା ବୈଠକ ରେ ଶ୍ରୀମନ୍ଦିର ଦଇତାପତି ନିଯୋଗ ର କର୍ମକର୍ତ୍ତା ଯୋଗ ଦେଇଥିଲେ।୨୦୨୪ ରଥଯାତ୍ରା ରେ ଆଡ଼ପ ମଣ୍ଡପ ବିଜେ ବେଳେ ବଡ ଠାକୁର ଶ୍ରୀବଳଭଦ୍ର ରଥ ରୁ ଚାରମାଳ କୁ ଖସି ପଡ଼ିଥିଲେ। ଏଣୁ ଏଭଳି ଅଘଟଣ କିଭଳି ଆଗାମୀ ଦିନରେ ହେବ ନାହିଁ ଏବଂ ଶୃଙ୍ଖଳିତ ଢଙ୍ଗରେ ପହଣ୍ଡି କାର୍ଯ୍ୟ ସମାପନ ହେବ ସେ ନେଇ ଜିଲ୍ଲାପାଳ ଆଲୋଚନା କରିଥିଲେ। ପହଣ୍ଡି ପାଇଁ ପ୍ରଶାସନ ଦ୍ୱାରା ନିର୍ଦ୍ଧାରିତ ସଂଖ୍ୟାରୁ ଯେଭଳି ଅଧିକ ସେବକ ନ ରହିବେ ସେ ନେଇ ଆଲୋଚନା ହୋଇଥିଲା। ସେହିପରି ନିର୍ଦ୍ଧାରିତ ସମୟ ଅନୁସାରେ ସମସ୍ତ ନୀତି ଯେଭଳି ପାଳନ ହେବ ସେ ନେଇ ମଧ୍ୟ ଆଲୋଚାନା ହୋଇଛି। ତେବେ ମହାପ୍ରଭୁ ସ୍ନାନଯାତ୍ରା, ଅଣସର, ନବଯୌବନ, ନେତ୍ରୋତ୍ସବ ସମସ୍ତ ନୀତି ଶୃଙ୍ଖଳିତ କରିବାକୁ ବାଡଗ୍ରାହୀ ସେବକ ମତ ରଖିଛନ୍ତି। ଦଇତାପତି ସେବକ ଭବାନୀ ଦାସ ମହାପାତ୍ର ନିଜ ପ୍ରତିକ୍ରିୟାରେ କୁହନ୍ତି, ଆଗାମୀ ରଥଯାତ୍ରା ରେ କିଭଳି ମହାପ୍ରଭୁ ଙ୍କ ସମସ୍ତ ନିତିକାନ୍ତି, ଭକ୍ତ ଙ୍କ ଦର୍ଶନ ସୁରୁଖୁରୁରେ ଶୃଙ୍ଖଳିତ ଭାବରେ ହୋଇପାରିବ ସେ ନେଇ ଜିଲ୍ଲାପାଳ ଙ୍କ ସହ ଆଲୋଚନା ହୋଇଛି। ସେବାୟତ ଙ୍କ ମଧ୍ୟରେ ଯେଭଳି ଏକ ସମନ୍ଵୟ ରହିବ ସେ ନେଇ ଆଲୋଚନା ହୋଇଥିଲା। ମହାପ୍ରଭୂ ଙ୍କ ପହଣ୍ଡି କିଭଳି ଶୃଙ୍ଖଳିତ ଢଙ୍ଗରେ ହୋଇପାରିବ ସେ ନେଇ ମଧ୍ୟ ଆଲୋଚନା ହୋଇଥିଲା। ତେବେ ମହାପ୍ରଭୁ ଙ୍କ କାର୍ଯ୍ଯ କୁ ଶୃଙ୍ଖଳିତ ଭାବରେ କରିବା ପାଇଁ ଦଇତାପତି ସେବକ ସମ୍ପୂର୍ଣ ପ୍ରସ୍ତୁତ ରହିଚନ୍ତି। ଏହି ଭରସା ଆମେ ପ୍ରଶାସନ କୁ ଦେଇଛୁ। ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ନିଜ ପ୍ରତିକ୍ରିୟାରେ କହିଛନ୍ତି, ଆଗାମୀ ରଥଯାତ୍ରା କୁ ଶୃଙ୍ଖଳିତ ଭାବେ ଆୟୋଜନ ନେଇ ସବୁ ସେବାୟତ ବିଯୋଗ ସହ ଆଲୋଚନା କରାଯାଉଛି। ମହାପ୍ରଭୁ ଙ୍କ ଶୃଙ୍ଖଳିତ ନୀତି କାନ୍ତି ଓ ପହଣ୍ଡି ପ୍ରସଙ୍ଗ ରେ ମଧ୍ୟ ଦଇତାପତି ସେବକ ଙ୍କ ସହ ଆଲୋଚନା ହୋଇଛି। ଆମର ଆଶା ରହିଛି ମହାପ୍ରଭୁ ଙ୍କ କୃପାରୁ ରଥଯାତ୍ରା ସୁରୁଖୁରୁରେ ସମାପନ ହେବ।

Leave a Reply

Your email address will not be published. Required fields are marked *

You may have missed