July 5, 2025
Home » ବିଧାନସଭାରେ ରାଜ୍ୟସ୍ତରୀୟ ବିକଶିତ ଭାରତ ଯୁବ ସଂସଦ କାର୍ଯ୍ୟକ୍ରମ

ବିଧାନସଭାରେ ରାଜ୍ୟସ୍ତରୀୟ ବିକଶିତ ଭାରତ ଯୁବ ସଂସଦ କାର୍ଯ୍ୟକ୍ରମ

0
WhatsApp Image 2025-03-26 at 1.19.45 PM

ଯୁବବର୍ଗ ହେଉଛି ଏକ ସଶକ୍ତ ସମାଜ ନିର୍ମାଣର ଆଧାର : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ଭୁବନେଶ୍ୱର: ଯୁବବର୍ଗ ହେଉଛନ୍ତି ଆମ ସମସ୍ତଙ୍କ ପାଇଁ ଅମୂଲ୍ୟ ସମ୍ପଦ ଏବଂ ଆସନ୍ତାକାଲିର ଭବିଷ୍ୟତ। ଯୁବବର୍ଗ ହେଉଛି ଏକ ସଶକ୍ତ ସମାଜ ନିର୍ମାଣର ଆଧାର। ବିକଶିତ ଓଡ଼ିଶା-୨୦୩୬ ଏବଂ ବିକଶିତ ଭାରତ-୨୦୪୭ ଲକ୍ଷ୍ୟ ପୂରଣ କରିବାରେ ଯୁବବର୍ଗଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ବିଧାନସଭା ପରିସରରେ ଆରମ୍ଭ ହୋଇଥିବା ରାଜ୍ୟସ୍ତରୀୟ ବିକଶିତ ଭାରତ ଯୁବ ସଂସଦ କାର୍ଯ୍ୟକ୍ରମ ନିଶ୍ଚିତ ରୂପେ ଯୁବ ନେତୃତ୍ୱର ବିକାଶରେ ସହାୟକ ହେବ। ତୃଣମୂଳ ସ୍ତରରୁ ଜାତୀୟ ସ୍ତର ପର୍ଯ୍ୟନ୍ତ ଯୁବଶକ୍ତିର ବିକାଶରେ ହିଁ ଦେଶର ବିକାଶ ହୋଇପାରିବ ବୋଲି ମତବ୍ୟକ୍ତ କରିଛନ୍ତି ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ।

ବିଧାନସଭା ସମ୍ମିଳନୀ କକ୍ଷରେ ରାଜ୍ୟସ୍ତରୀୟ ବିକଶିତ ଭାରତ ଯୁବ ସଂସଦ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଦୁଇ ଦିନ ଧରି ହେବାକୁ ଥିବା ଏହି କାର୍ଯ୍ୟକ୍ରମକୁ ପ୍ରଥମ ଦିନରେ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ଏହି ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରୁ ପ୍ରାୟ ୧୪୦ ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିଛନ୍ତି। ଏହି ରାଜ୍ୟସ୍ତରୀୟ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନେ ଆଗାମୀ ଦିନରେ ଜାତୀୟ ସ୍ତରରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ବିକଶିତ ଭାରତ ଯୁବ ସଂସଦ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ।

ଆଜିର କାର୍ଯ୍ୟକ୍ରମରେ ଉପ-ବାଚସ୍ପତି ଶ୍ରୀ ଭବାନୀ ଶଙ୍କର ଭୋଇ, ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବସେବା, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଶ୍ରୀମାନ ସୂର୍ଯ୍ୟବଂଶୀ ସୂରଜ, ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ, ଇଲେକଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି, ସଂସଦୀୟ ବ୍ୟାପାର ମନ୍ତ୍ରୀ ଶ୍ରୀ ମୁକେଶ ମହାଲିଙ୍ଗ, ଦିଗପହଣ୍ଡି ବିଧାୟକ ଶ୍ରୀ ସିଦ୍ଧାନ୍ତ ମହାପାତ୍ର, ବାଲେଶ୍ୱର ବିଧାୟକ ଶ୍ରୀ ମାନସ କୁମାର ଦତ୍ତ, ବିଧାନସଭା ସଚିବ ଶ୍ରୀ ସତ୍ୟବ୍ରତ ରାଉତ ପ୍ରମୁଖ ଉପସ୍ଥିତ ଥିଲେ। ଭାରତ ସରକାରଙ୍କ ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରାଳୟର ଆନୁକୂଲ୍ୟରେ ଆୟୋଜିତ ହେଉଥିବା ବିକଶିତ ଭାରତ ଯୁବ ସଂସଦ କାର୍ଯ୍ୟକ୍ରମ ମାଧ୍ୟମରେ ଯୁବ ପ୍ରତିଭା ଏବଂ ଯୁବ ନେତୃତ୍ୱ ବିକାଶ ହେବାର ଲକ୍ଷ୍ୟ ରଖାଯାଇଛି।

Leave a Reply

Your email address will not be published. Required fields are marked *