ବିନିକା ବ୍ଲକ ରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର, ବିଭିନ୍ନ ୨୯ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ

ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି। ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମାଝୀ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ବୀରେନ୍ଦ୍ର କୁମାର ନାୟକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୨୯ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୨୮ଗୋଟି ଗ୍ରହଣ କରାଯାଇଥିବା ବେଳେ ୦୧ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି। ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ଗୋଷ୍ଟୀ ଉନ୍ନୟନ ଅଧିକାରୀ ମଣ୍ଟୁ ଖମାରୀଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଜିଲ୍ଲା ପରିଷଦ ଶ୍ରୀ ଅଶ୍ୱିନୀ ମେହେର,ଉପଜିଲ୍ଲାପାଳ ସୋନପୁର ଡ଼ଃ. ସୌମ୍ୟାରୁପା ରଥଙ୍କ ସମେତ ବିଭିନ୍ନ ଜିଲ୍ଳାସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକସ୍ତରୀୟ ଅଧିକାରୀ,ସାମ୍ବାଦିକ ପ୍ରମୁଖ ଉପସ୍ଥିତ ରହିଥିଲେ ।
ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ..