ବିନିକା ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର
ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବିନିକା ପଞ୍ଚାୟତ ସମିତି ଅନ୍ତର୍ଗତ ବାଙ୍କିଘିର୍ଦି ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି l ଏହି ଯୁଗ୍ମ ଅଭିଯୋଗ ଶୁଣାଣିରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼. ନୃପରାଜ ସାହୁ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ କେ.କେ. ହରିପ୍ରସାଦ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ସର୍ବମୋଟ ୧୪୪ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରୁ ୧୩୩ ଗୋଟି ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ୧୧ ଗୋଟି ସାମୁହିକ ଦରଖାସ୍ତ ହସ୍ତଗତ ହୋଇଥିଲା। ସମସ୍ତ ସାମୁହିକ ଓ ବ୍ୟକ୍ତିଗତ ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ବିନିକା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶରତ କୁମାର ବାଗ ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଥିବା ଏହି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ( ସାଧାରଣ) ଅଞ୍ଜଳିନା ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଅଶ୍ୱିନୀ କୁମାର ମେହେର, ଉପ – ଜିଲ୍ଲାପାଳ, ସୋନପୁର, ଡ଼ . ସୌମ୍ୟlରୂପା ରଥ, ଡେପୁଟି କଲେକ୍ଟର, ଅଭିଯୋଗ ଶୁଣାଣୀ ସୁଶ୍ରୀ ପ୍ରିୟଦର୍ଶିନୀ ସାହୁଙ୍କ ସମେତ ତହସିଲଦାର, ସୁଶ୍ରୀ ରସନା ଭୋଇ, ଊପାଧ୍ୟକ୍ଷ, ବିନିକା ପଞ୍ଚାୟତ ସମିତି, ସରପଞ୍ଚ, ବାଙ୍କିଘିର୍ଡି ଗ୍ରାମ ପଞ୍ଚାୟତ ଶ୍ରୀମତି ସଂଗୀତା ବେହେରା ତଥା ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ,କର୍ମଚାରୀ ଙ୍କ ସମେତ ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅର୍ଜୁନ ମାଝୀଙ୍କ ସହିତ ବିଭିନ୍ନ ସମ୍ବାଦ ପତ୍ରର ସାମ୍ବାଦିକ ଓ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧି ମାନେ ଯୋଗଦାନ କରିଥିଲେ l
ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ..
