December 28, 2025
Home » ବିଶିଷ୍ଟ ଶ୍ରମିକ ନେତା ସନ୍ତୋଷ ପଟ୍ଟନାୟକ ବିଜେଡି ରାଜ୍ୟ ସମ୍ପାଦକ ଭାବେ ନିଯୁକ୍ତ

ବିଶିଷ୍ଟ ଶ୍ରମିକ ନେତା ସନ୍ତୋଷ ପଟ୍ଟନାୟକ ବିଜେଡି ରାଜ୍ୟ ସମ୍ପାଦକ ଭାବେ ନିଯୁକ୍ତ

0
WhatsApp Image 2025-10-10 at 8.10.03 PM

 

ପାରାଦୀପ – ପାରାଦୀପ ଅଞ୍ଚଳର ବିଶିଷ୍ଟ ଶ୍ରମିକ ତଥା ରାଜନେତା ସନ୍ତୋଷ କୁମାର ପଟ୍ଟନାୟକଙ୍କୁ ବିଜୁ ଜନତା ଦଳର ରାଜ୍ୟ ସମ୍ପାଦକ ଭାବେ ବିଜେଡି ସଭାପତି ନବୀନ ପଟ୍ଟନାୟକ ନିଯୁକ୍ତି ଦେଇଛନ୍ତି। ଏହି ନିଯୁକ୍ତି ପାଇବା ପରେ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ଆମର ଲୋକପ୍ରିୟ ବିରୋଧୀ ଦଳର ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ହାର୍ଦ୍ଦିକ କୃତଜ୍ଞତା ଜ୍ଞାପନ କରିବା ସହିତ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।ତାଙ୍କ ଉପରେ ସଭାପତି ଆସ୍ଥା ପ୍ରକଟ କରି ଯେଉଁ ଦାୟିତ୍ୱ ଦେଇଛନ୍ତି ତାହା ସୁଚାରୁ ରୂପେ ପାଳନ କରିବେ ଏବଂ ଦଳକୁ କ୍ରିୟାଶୀଳ ଓ ଶକ୍ତିଶାଳୀ କରିବା ପାଇଁ କାର୍ଯ୍ୟ କରିବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ଏହି ଖବର ପ୍ରଚାରିତ ହେବା ପରେ ବିଜେଡି ନେତା ଓ କର୍ମୀ ,ବିଭିନ୍ନ ସଙ୍ଗଠନ କର୍ମକର୍ତ୍ତା ଓ ସମାଜସେବୀ ମାନେ ଶ୍ରୀ ପଟ୍ଟନାୟକଙ୍କୁ ପୁଷ୍ପଗୁଚ୍ଛ ଦେଇ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।

 

paradeep ru prasanta dash nka report

Leave a Reply

Your email address will not be published. Required fields are marked *