July 6, 2025
Home » ବୀରମହାରାଜପୁର ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ l

ବୀରମହାରାଜପୁର ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ l

0
WhatsApp Image 2024-12-23 at 6.56.27 PM

ସୁବର୍ଣ୍ଣପୁର-ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଅଶ୍ୱିନୀ ମେହେର,ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ କେ କେ ହରିପ୍ରସାଦ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୫୧ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୩୯ ଗୋଟି ଗ୍ରହଣ କରାଯାଇଥିବା ବେଳେ ୧୨ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି l ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି ।ବିଡିଓ, ବୀରମହାରାଜପୁର ପ୍ରିୟଦର୍ଶିନୀ ମିର୍ଦ୍ଧା ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଉପଜିଲ୍ଲାପାଳ ବୀରମହାରାଜପୁର ଲଲାଟେନ୍ଦୁ ସି ଙ୍କ ସମେତ ତହସିଲଦାର ବୀରମହାରାଜପୁର ପୁନମ ମହାପାତ୍ର, ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ , ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l

ରିପୋର୍ଟ – ଉଗ୍ରସେନ କର୍ମୀ, ସୁବର୍ଣ୍ଣପୁର

Leave a Reply

Your email address will not be published. Required fields are marked *