August 22, 2026
Home » ବୌଦ୍ଧ ପଞ୍ଚାୟତ ମହାବିଦ୍ଯାଳୟ ଜାତୀୟ ସେବା ଯୋଜନାର ସ୍ବତନ୍ତ୍ର ଶୀତକାଳୀନ ଶିବିର ଉଦଯାପିତ

ବୌଦ୍ଧ ପଞ୍ଚାୟତ ମହାବିଦ୍ଯାଳୟ ଜାତୀୟ ସେବା ଯୋଜନାର ସ୍ବତନ୍ତ୍ର ଶୀତକାଳୀନ ଶିବିର ଉଦଯାପିତ

0
WhatsApp Image 2026-01-14 at 2.02.00 PM

ସୁବର୍ଣ୍ଣପୁର: ବୌଦ୍ଧ ପଞ୍ଚାୟତ ମହାବିଦ୍ଯାଳୟର ଜାତୀୟ ସେବା ଯୋଜନାର ସାତ ଦିବସୀୟ ଶୀତକାଳୀନ ସ୍ବତନ୍ତ୍ର ଶିବିର ପୋଷ୍ୟ ଗ୍ରାମ ବଙ୍କାପଡାଠାରେ ଅନୁଷ୍ଠିତ ହୋଇଥିବା ସେବାକାର୍ଯ୍ୟ ଉଦଯାପିତ ହୋଇଯାଇଛି । ବୌଦ୍ଧ ପଞ୍ଚାୟତ ମହାବିଦ୍ଯାଳୟର ରାଜନୀତି ବିଜ୍ଞାନ ବିଭାଗର ବିଭାଗୀୟ ମୁଖ୍ୟ ପ୍ରଧ୍ୟାପିକା ଡ. ସୁଜାତା ସାହୁଙ୍କ ସଭାପତିତ୍ବରେ ଉଦଯାପନୀ ସଭାରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ଶିକ୍ଷା ଅଧିକାରୀ ଟେମଲାଲ ଦୁବେ ଯୋଗଦେଇ ସମାଜ ସେବାର ମହନୀୟତା ସମ୍ବନ୍ଧରେ ଆଲୋକପାତ କରିଥିଲେ । ସମ୍ମାନିତ ଅତିଥି ଭାବରେ ସମ୍ବଲପୁର ବିଶ୍ବବିଦ୍ଯାଳୟର ଜାତୀୟ ସେବା ଯୋଜନା ବିଭାଗର ସମନ୍ବୟ ଅଧିକାରୀ ବିରେନ୍ଦ୍ର ବେହେରା ଯୋଗଦେଇ ଜାତୀୟ ସେବା ଯୋଜନାର ମହତ୍ବ ବିଷୟରେ ଅବଗତ କରିବା ସହିତ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ମାଧ୍ୟମରେ ପୁରସ୍କାର ପ୍ରଦାନକରି ସ୍ବେଚ୍ଛାସେବୀମାନଙ୍କୁ ପ୍ରୋତ୍ସାହିତ କରିଥିଲେ ।ତାଙ୍କ ସହିତ ସମ୍ମାନିତ ଅତିଥି ଭାବରେ ଜିଲ୍ଲା ଜାତୀୟ ସେବା ଯୋଜନାର କାର୍ଯ୍ୟକ୍ରମ ଅଧିକାରୀ ଡ. କଳ୍ପତରୁ ନାୟକ ଯୋଗଦେଇ ଜାତୀୟ ସେବା ଯୋଜନାର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ବିଷୟରେ ବକ୍ତବ୍ୟ ପ୍ରଦାନ କରିଥିଲେ । ଅନ୍ୟତମ ସମ୍ମାନିତ ଅତିଥି ବଙ୍କାପଡା ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଜ୍ୟୋତ୍ସ୍ନାମୟୀ ବେହେରା ଉପସ୍ଥିତ ଥିଲେ ।ବୌଦ୍ଧ ପଞ୍ଚାୟତ ମହାବିଦ୍ଯାଳୟର ଅର୍ଥନୀତି ବିଭାଗର ବିଭାଗୀୟ ମୁଖ୍ୟ ତଥା ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ସୁରଜ କୁମାର ନାଏକ ଦୀର୍ଘ ସାତଦିନ ଧରି ଅନୁଷ୍ଠିତ ହୋଇଥିବା ଜାତୀୟ ସେବା ଯୋଜନାର ବିଭିନ୍ନ ସଚେତନତା କାର୍ଯ୍ୟକ୍ରମର ବିବରଣୀ ପାଠ କରିବା ସହିତ ସ୍ବେଚ୍ଛାସେବୀମାନଙ୍କ ସେବାକାର୍ଯ୍ୟକୁ ଉଚ୍ଚ ପ୍ରଶଂସା କରିଥିଲେ ।ଏହି ସାତଦିନ ଶିବିରର କାର୍ଯ୍ୟ ମଧ୍ୟରେ ଯୋଗଦେଇ S.D.P.O ବୌଦ୍ଧ ଓ IIC ବୌଦ୍ଧ ସାଇବର ସିକ୍ୟୁରିଟି ବିଷୟରେ ସଚେତନତା କାର୍ଯ୍ୟକ୍ରମ କରିବା ସହିତ ବିଭିନ୍ନ ପ୍ରତିଯୋଗିତା ମଧ୍ୟ କରାଯାଇଥିଲା ।ଏଥିସହିତ ସ୍ବେଚ୍ଛାସେବୀମାନଙ୍କୁ ପ୍ରମାଣ ପତ୍ର ପ୍ରଦାନ କରାଯାଇଥିଲା । ଏହି ଉଦଯାପନୀ ସଭାକୁ ବୌଦ୍ଧ ପଞ୍ଚାୟତ ମହାବିଦ୍ଯାଳୟର ଇଂରାଜୀ ବିଭାଗର ଅଧ୍ୟାପିକା ତଥା ଜାତୀୟ ସେବା ଯୋଜନାର ସହଯୋଗୀ ସଂଚାଳିକା ସୁଶ୍ରୀ କଲ୍ୟାଣୀ ଦେବୀ ସୁନାନୀ ପରିଚାଳନା କରିଥିବା ବେଳେ ସଂସ୍କୃତ ବିଭାଗର ବିଭାଗୀୟ ମୁଖ୍ୟ ପ୍ରତାପ କୁମାର ରଥ ଧନ୍ୟବାଦ ଅର୍ପଣ କରିଥିଲେ ।ଉକ୍ତ ସଭାରେ ସ୍ବେଚ୍ଛାସେବୀମାନଙ୍କ ସହିତ ବଙ୍କାପଡା ଗ୍ରାମବାସୀ ତଥା ବୌଦ୍ଧ ପଞ୍ଚାୟତ ମହାବିଦ୍ଯାଳୟର ଅଧ୍ୟାପକ ଓ ଅଧ୍ୟାପିକା ଯୋଗଦେଇ ସଭାକାର୍ଯ୍ୟକୁ ସାଫଲ୍ୟ ମଣ୍ତିତ କରିଥିଲେ ।

ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ…

Leave a Reply

Your email address will not be published. Required fields are marked *

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।