November 6, 2026
Home » ବୌଦ୍ଧରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ

ବୌଦ୍ଧରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ

0
WhatsApp Image 2026-11-02 at 2.42.33 PM

ସୁବର୍ଣ୍ଣପୁର :ବୌଦ୍ଧ ଜିଲ୍ଲା ମୁଖ୍ୟାଳୟ ସଦ୍ଭାବନା ସଭାଗୃହରେ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ କୁଲଦୀପ ମୀନାଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି l ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନ,ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଉପ ଜିଲ୍ଲାପାଳ ବିନୟ କୁମାର ଭୋଇ,ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡଃ ମହେନ୍ଦ୍ର କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ l
ବିଡ଼ିଓ ଯୁଗଳ କିଶୋର ବିଶ୍ୱାଳ, ଅତିରିକ୍ତ ତହସିଲଦାର କୁମୁଦ ଚନ୍ଦ୍ର ଦଳବେହେରା , ଡେପୁଟି କଲେକ୍ଟର ଜ୍ୟୋତିରଞ୍ଜନ ଭୁଏ , ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ରାଜିନ୍ଦ୍ର କିଷାନ୍ ପ୍ରମୁଖ ଶିବିର ପରିଚାଳନାରେ ସହଯୋଗ କରିଥିଲେ।
ଆଜିର ଶିବିରରେ ୬୪ ଗୋଟି ବ୍ୟକ୍ତିଗତ ଓ ୧୪ ଟି ଗୋଷ୍ଠିଗତ ଏଭଳି ମୋଟ ୭୮ ଗୋଟି ଅଭିଯୋଗର ଶୁଣାଣି ଜିଲ୍ଲାପାଳ କରିଥିଲେ । ୨୧ ଟି ଅଭିଯୋଗର ତୁରନ୍ତ ସମାଧାନ ହୋଇଥିଲା l ଅନ୍ୟାନ୍ୟ ଅଭିଯୋଗ ଉପରେ ଶୀଘ୍ର ପଦକ୍ଷେପ ନେବା ପାଇଁ ସଂପୃକ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ।୦୫ ଜଣ ଅସହାୟଙ୍କୁ ୨୬,୦୦୦ ଟଙ୍କା ତତ୍କାଳ ସହାୟତା ରେଡ୍ କ୍ରସ ପାଣ୍ଠିରୁ ପ୍ରଦାନ କରାଯାଇଥିଲା l
ଏହି ଅବସରରେ ସେଠାରେ ବରିଷ୍ଠ ନାଗରିକମାନଙ୍କ ପାଇଁ ଏକ ସ୍ୱାସ୍ଥ୍ୟସେବା ଶିବିର ଆୟୋଜନ କରାଯାଇଥିଲା l
ସଭାରେ ସମସ୍ତ ଜିଲ୍ଳା ସ୍ତରୀୟ ଅଧିକାରୀ, ବିଭିନ୍ନ ବିଭାଗର ଯନ୍ତ୍ରୀ,ଲାଇନ୍ ବିଭାଗ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ଏବଂ କର୍ମଚାରୀ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା ଓ ବିଭିନ୍ନ ଗଣ ମାଧ୍ୟମର ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ l ସମ୍ଭାବ୍ୟ ମୁରାସୁ ବାତ୍ୟା ପାଇଁ ସମସ୍ତେ ପ୍ରସ୍ତୁତ ହୋଇ ରହିବା ପାଇଁ ଜିଲ୍ଲାପାଳ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ, ବିଡିଓ, ତହସିଲଦାର ଓ ଲାଇନ୍ ବିଭାଗ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି lସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ…

Leave a Reply

Your email address will not be published. Required fields are marked *