October 7, 2026
Home » ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ l

ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ l

0
WhatsApp Image 2026-10-07 at 4.18.48 PM

ସୁବର୍ଣ୍ଣପୁର –ବୌଦ୍ଧ ଜିଲ୍ଲା ଷ୍ଟାଡିୟମ ପରିସରରେ ଆଜି ‘ସେବା ସଂକଳ୍ପ ଯାତ୍ରା’ ଅନ୍ତର୍ଗତ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି।ବିକଶିତ ଭାରତ ଗଠନର ଲକ୍ଷ୍ୟ ଏବଂ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ୨୫ ବର୍ଷର ଜନସେଵା ପୂର୍ତ୍ତି ଅବସରରେ ଆଜି ବୌଦ୍ଧ ଜିଲ୍ଲାରେ ଉଭୟ କାର୍ଯ୍ୟକ୍ରମ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ସଭାରେ ବୌଦ୍ଧ ବିଧାୟକ ତଥା ସରକାରୀ ଦଳ ମୁଖ୍ୟ ସଚେତକ ଶ୍ରୀ ସରୋଜ କୁମାର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ।
ଏହି ଅବସରରେ କଣ୍ଟାମାଳ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀ କହ୍ନାଇ ଚରଣ ଡାଙ୍ଗ, ଜିଲ୍ଲା ବିଜେପି ସଭାପତି ଶ୍ରୀ ପ୍ରେମାନନ୍ଦ ମିଶ୍ର, ଜିଲ୍ଲା ପ୍ରଭାରୀ ଶ୍ରୀ ଗୋବିନ୍ଦ ଅଗ୍ରୱାଲ, ଜିଲ୍ଲା ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଶ୍ରୀ ଡମ୍ବରୁଧର କହଁର, ହରଭଙ୍ଗା ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ସ୍ନେହଲତା ପ୍ରଧାନ, ବୌଦ୍ଧ ବ୍ଲକ ଅଧ୍ୟକ୍ଷ ଶ୍ରୀ ପ୍ରତ୍ୟୁଷ ପ୍ରିୟଦର୍ଶୀ ରଥ ଓ ଜିଲ୍ଲା ପରିଷଦ ସଦସ୍ୟ ଶ୍ରୀ ରାକେଶ କୁମାର ତ୍ରିପାଠୀ, ସାଂସଦଙ୍କ ପ୍ରତିନିଧି ଯୁଗଳ କିଶୋର ସାମଲଙ୍କ ସମେତ ବହୁ ଗଣ୍ୟମାନ୍ୟ ବ୍ୟକ୍ତି ଯୋଗଦେଇଥିଲେ।

ସଭାରେ ହଜାର ହଜାର ସଂଖ୍ୟାରେ ସ୍ୱୟଂ ସହାୟକ ଗୋଷ୍ଠୀର ମହିଳା ସଦସ୍ୟା, କଲେଜ ଛାତ୍ରଛାତ୍ରୀ, ସ୍ୱେଚ୍ଛାସେବୀ ସଂଗଠନର କର୍ମକର୍ତ୍ତା , ସାଧାରଣ ଜନତା ଓ ବିଭିନ୍ନ ଗଣ ମାଧ୍ୟମର ପ୍ରତିନିଧି ଯୋଗଦେଇଥିଲେ। ଆଭାସୀ ମାଧ୍ୟମରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କ ଉଦ୍‌ବୋଧନ ଏବଂ ସମ୍ମାନନୀୟ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ ପ୍ରଦର୍ଶିତ ହୋଇଥିଲା।
ଏହି ଅବସରରେ ‘ବିକଶିତ ଭାରତ @ ୨୦୪୭’ ପାଇଁ ସାମୂହିକ ସଂକଳ୍ପ ପାଠ କରାଯାଇଥିଲା। ଏହାପରେ ଅତିଥିମାନଙ୍କ ଦ୍ୱାରା ସେବାଜ୍ୟୋତି ପ୍ରଜ୍ୱଳନ କରାଯାଇଥିଲା। ସେବାଜ୍ୟୋତି ସହିତ ଏକ ବିଶାଳ ପଟୁଆର ପଦଯାତ୍ରାରେ ବାହାରିଥିଲା। ଉଭୟ ବିଧାୟକ, ଜିଲ୍ଲାପାଳ ଓ ବହୁ ଗଣ୍ୟମାନ୍ୟ ବ୍ୟକ୍ତିଙ୍କ ସହ ବିଶାଳ ଜନସମାଗମ ସହର ପରିକ୍ରମା କରିଥିଲେ। ପରେ ଜାମୁଛକଠାରେ ସେବାଜ୍ୟୋତି ସ୍ଥାପନ କରାଯାଇଥିଲା।ଜିଲ୍ଲା ବିଜେପି ସଭାପତି ଶ୍ରୀ ପ୍ରେମାନନ୍ଦ ମିଶ୍ରଙ୍କ ନିର୍ଦ୍ଦେଶନାରେ ସଭା ଓ ପଦଯାତ୍ରାର ସମସ୍ତ କାର୍ଯ୍ୟକ୍ରମ ସୁଚାରୁରୂପେ ପରିଚାଳିତ ହୋଇଥିଲା। ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଉପ ଜିଲ୍ଲାପାଳ ବିନୟ କୁମାର ଭୋଇଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ବିକଶିତ ଭାରତ ସଂକଳ୍ପ ସଭା ଓ ସେବା ଜ୍ୟୋତି ପଦଯାତ୍ରାର ସଫଳ ଆୟୋଜନ କରିଥିଲେ l

ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ…

Leave a Reply

Your email address will not be published. Required fields are marked *