August 21, 2026
Home » ବ୍ଲକ ସ୍ତରୀୟ ବନ୍ଦେ ମାତରମ କାର୍ଯ୍ୟକ୍ରମ

ବ୍ଲକ ସ୍ତରୀୟ ବନ୍ଦେ ମାତରମ କାର୍ଯ୍ୟକ୍ରମ

0
WhatsApp Image 2026-01-20 at 4.21.24 PM

 

ଧର୍ମଗଡ: ବନ୍ଦେ ମାତରମ ଜାତୀୟ ସଙ୍ଗୀତ ର ୧୫୦ ବର୍ଷ ପୂର୍ତ୍ତି ଅବସରରେ ସାରା ଦେଶରେ ଜାତୀୟତା ଓ ଦେଶାତ୍ମବୋଧକ କୁ ସମ୍ମାନ ଜଣାଇବା ଉଦେଶ୍ୟ ରେ ବନ୍ଦେ ମାତରମ ଗୀତ କୁ ସାମୁହିକ ଭାବେ ଦେଶବାସୀ ସମ୍ମାନ ଜଣାଇ ଗାନ କରିଛନ୍ତି। ବଙ୍କିମ ଚନ୍ଦ୍ର ଚାଟାର୍ଜୀ ଙ୍କ ଦ୍ଵାରା ଲିଖିତ ଏହି ସଙ୍ଗୀତ କୁ ୧୯୫୦ ମସିହା ଗଣତନ୍ତ୍ର ଦିବସ ରେ ଜାତୀୟ ସଙ୍ଗୀତ ଭାବେ ମାନ୍ୟତା ପ୍ରଦାନ ମିଳିଥିଲା। ଆଜି ଧର୍ମଗଡ ବ୍ଲକ ପ୍ରଶାସନ ପକ୍ଷରୁ ଜାତୀୟ ସଙ୍ଗୀତ ବନ୍ଦେ ମାତରମ କୁ ସାମୁହିକ ଭାବେ ଗାନ କରାଯାଇଛି। କାର୍ଯ୍ୟକ୍ରମ ରେ ଅତିରିକ୍ତ ଉପଜିଲ୍ଲାପାଳ ଅଜୟ ପ୍ରକାଶ ତିର୍କୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ସଦାଶିବ ନାୟକ,ବ୍ଲକ ଅଧ୍ୟକ୍ଷା ବବିତା ପଟ୍ଟଯୋଶୀ,ଗୋଷ୍ଠୀ ଶିକ୍ଷା ଅଧିକାରିଣୀ ପଙ୍କଜିନି ମାଝୀ,ସହ ଗୋଷ୍ଠୀ ଶିକ୍ଷା ଅଧିକାରୀ ବିଶ୍ୱଜିତ ବେହେରା, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଅରୁପାନନ୍ଦ ଭୋଇ, ବିଭିନ୍ନ ବିଦ୍ୟାଳୟ ର ଛାତ୍ରଛାତ୍ରୀ, ବ୍ଲକ ର ସମସ୍ତ କର୍ମଚାରୀ, ଧର୍ମଗଡ ଗୋଷ୍ଠୀ ଶିକ୍ଷା ଅଧିକାରୀ ଙ୍କ ସମସ୍ତ ସିଆରସିସି ଉପସ୍ଥିତ ରହି ଜାତୀୟ ସଙ୍ଗୀତ ଗାନ କରି ତାର ମହତ୍ୱ ଉପରେ ଆଲୋପାତ କରିଥିଲେ। ଏହି କାର୍ଯ୍ୟକ୍ରମ ରେ ବିଭିନ୍ନ ସରକାରୀ ବେସରକାରୀ ସଂସ୍ଥା କର୍ମଚାରୀ ସମେତ ବିଭିନ୍ନ ଶିକ୍ଷାନୁଷ୍ଠାନ ଓ ନିର୍ବାଚିତ ପ୍ରତିନିଧି ମାନେ ସାମିଲ ହୋଇଥିଲେ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ…

Leave a Reply

Your email address will not be published. Required fields are marked *

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।