August 21, 2026
Home » ଭଉଁରୀ ରେ ରଥ ଚକ ଡେରା ନୀତି ସମ୍ପନ୍ନ

ଭଉଁରୀ ରେ ରଥ ଚକ ଡେରା ନୀତି ସମ୍ପନ୍ନ

0
WhatsApp Image 2026-05-09 at 2.51.58 PM

ପରମ୍ପରା ମୁତାବକ ଆଜି ମହାପ୍ରଭୁଙ୍କ ଭଉଁରୀ ଯାତ୍ରା ଅବସରରେ ଶ୍ରୀକ୍ଷେତ୍ରରେ ସମ୍ପର୍ଣ୍ନ ହୋଇଛି ତିନି ରଥର ଚକଅଖ ଡେରା ନୀତି | ଶ୍ରୀମନ୍ଦିରରୁ ପୂଜାପଣ୍ଡା ସେବକ ମାନେ ଶ୍ରୀଜୀଉଙ୍କ ଆଜ୍ଞାମାଳ ରଥ ଖଳାକୁ ବିଜେ କରାଇବା ପରେ ତିନି ରଥର ଦୁଇଟି ଲେଖାଏଁ ଚକ ସହ ଗୋଟିଏ ଲେଖାଏଁ ଅଖ ଡେରା ଯାଇଥିଲା | ଆଜିର ଏହି ଚକ ଅଖ ଡେରା ନିତୀ ସମ୍ପର୍ଣ୍ନ ପରେ ଏଵେ ରଥ ନିର୍ମାଣର ଅନ୍ୟାନ୍ୟ କାର୍ଯ୍ୟ ଆରମ୍ଭ ହୋଇଛି | ସେପଟେ ଏହି ଅନନ୍ୟ ଦୃଶ୍ୟକୁ ଦେଖି ବେଶ୍ ଖୁସି ପ୍ରକଟ କରିଛନ୍ତି ଭକ୍ତ ଓ ଶ୍ରଦ୍ଧାଳୁ। ପରମ୍ପରା ମୁତାବକ ଆଜି ରଥଖଳାରେ ସମ୍ପାଦିତ ହୋଇଛି ଚକାଡେରା ନୀତି। ପରମ୍ପରା ଅନୁଯାଇ ଆଜି ଶ୍ରୀମନ୍ଦିରରେ ସକାଳ ଧୂପ ସରିବା ପରେ ଏକ ପଟୁଆରରେ ଆଜ୍ଞାମାଳ ଶ୍ରୀନଅରକୁ ଅଣାଯାଇଥିଲା। ଏହାପରେ ବିଶ୍ୱକର୍ମା ମହାରଣାଙ୍କ ନିର୍ଦ୍ଦେଶକ୍ରମେ ଭୋଇ ସେବାୟତମାନେ ୩ ରଥର ଅଖରେ ୨ଟି ଲେଖାଏଁ ଚକକୁ ସଂଯୋଗ କରି ପ୍ରଥମ ହରିବୋଲ ପକାଇଥିଲେ। ଏହାପରେ ପୂଜାପଣ୍ଡା ସାମନ୍ତ ଆଜ୍ଞାମାଳକୁ ରଥ ଚକ ଉପରେ ରଖି ଚକଡେରା କାମକୁ ଅନୁକୂଳ କରିଥିଲେ। ପବିତ୍ର ଅକ୍ଷୟ ତୃତୀୟା ଠାରୁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିବା ବେଳେ, ଭଉଁରୀ ତିଥିରେ ପ୍ରଥମ ଚକଅଖ ସଂଯୋଗ କରାଯାଇଛି।

ସେପଟେ ଭକ୍ତଙ୍କ ଭିଡ ଓ ଶୃଙ୍ଖଳିତ ନୀତିକାନ୍ତି ପାଇଁ ପୋଲିସ ତରଫରୁ ମଧ୍ୟ ବ୍ୟାପକ ବନ୍ଦୋବସ୍ତ କରାଯାଇଥିଲା। ତିନି ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ ସହ ଆଞ୍ୟାମାଳ ବିଜେ ସମୟରେ ସମସ୍ତ ନୀତିକାନ୍ତି ଶୃଙ୍ଖଳିତ ଢଙ୍ଗରେ ସମାପନ କରାଯାଇଥିଲା। ସେପଟେ ଆଜି ସକାଳୁସକାଳୁ ଚକଅଖ ଡେରାଯିବା ପୂର୍ବରୁ ତିନିରଥର ଦୁଇଟି ଲେଖାଏଁ ଚକ ରଥଖଳାରୁ ଆସି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ସମ୍ମୁଖରେ ରହିବା ପରେ ସେଥିରେ ପାଣିଆଆପଟ ସେବକଙ୍କ ଦ୍ବାରା ପାଣି ଢଳାଯାଇ କମାର ସେବକଙ୍କ ଦ୍ବାରା ପନ୍ଧାରୀରେ ଯୋଖିଆ ବାଡିଆ ଅନୁକୂଳ ହୋଇଥିଲା। ପରେ ଅଖରେ ପୋଲାଙ୍ଗ ତେଲ ବୋଳା ହୋଇଥିଲା। ତେବେ ମହାପ୍ରଭୁଙ୍କ ଏହି ଚକଅଖ ଡେରା ନୀତି ଦେଖିବା ପାଇଁ ଭକ୍ତଙ୍କ ପ୍ରବଳ ଭିଡ ପରିଲକ୍ଷିତ ହୋଇଥିବା ବେଳେ ଏହାକୁ ଦେଖି ଭକ୍ତ ଶ୍ରଦ୍ଧାଳୁ ବେଶ୍ ଖୁସି ପ୍ରକଟ କରିଛନ୍ତି ।ଆଗାମୀ ଶୀତଳଷଷ୍ଠୀ ସୁଦ୍ଧା ସମସ୍ତ 42 ଗୋଟି ଚକର ନିର୍ମାଣ କାର୍ଯ୍ୟ ଶେଷ ହେବାର ପରମ୍ପରା ରହିଥିବା ବେଳେ
ଆସନ୍ତା ସ୍ନାନପୁର୍ଣିମା ତିଥିରେ ତିନି ରଥର ଚାରି ନାହାକା ଉଠିବାର ବିଧିବିଧାନ ରହିଛି।

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed