ମାଟୁପାଲି ଛକ ରେ ମର୍ମନ୍ତୁଦ ସଡକ ଦୁର୍ଘଟଣା,୨ ମୃତ ୩ ଗୁରୁତର l ସୁବର୍ଣ୍ଣପୁର – ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ଥାନା ଅନ୍ତର୍ଗତ ମାଟୁପାଲି ଛକଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଘଟଣା ସ୍ଥଳରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩ଜଣ ଗୁରୁତର ଆହତ ହୋଇଛନ୍ତି । ଖବର ଅନୁସାରେ ସୋନପୁର ପଟୁ ଦୃତ ଗତିରେ ଆସୁଥିବା ଏକ ହାଇୱା ଗାଡ଼ି ଏବଂ ସିଣ୍ଡୋଲ ପଟରୁ ଆସୁଥିବା ଏକ ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଯାହା ଫଳରେ ବୋଲେରୋ ରେ ଥିବା ୩ ଜଣଙ୍କ ମଧ୍ୟରୁ ୨ ଜଣଙ୍କ ଘଟଣା ସ୍ଥଳରେ ହିଁ ମୃତ୍ୟୁବରଣ କରିଥିଲେ ଓ ଜଣେ ଗୁରୁତର ଆହତ ହୋଇଥିଲେ । ଏପରିକି ବୋଲେରୋକୁ ଧକ୍କା ଦେବା ପରେ ହାଇୱା ଟି ରାସ୍ତା କଡ଼ରେ ଓଲଟି ପଡିଥିଲା। ଯଦ୍ୱାରା ହାଇୱାରେ ବସିଥିବା ୨ ଜଣ ମଧ୍ୟ ଗୁରୁତର ଆହତ ହୋଇଛନ୍ତି। ମୃତକ ମାନେ ଟାଟା ପାୱାରର କର୍ମଚାରୀ ବୋଲି ଜଣା ପଡିଛି। ଉଲୁଣ୍ଡା ଅଗ୍ନିଶମ ବିଭାଗ ସଦଳବଳେ ସ୍ଥାନୀୟ ଲୋକଙ୍କ ସହାୟତାରେ ଆମ୍ବୁଲାନ୍ସ ଯୋଗେ ଗୁରୁତର ବ୍ୟକ୍ତି ମାନଙ୍କୁ ଉଲୁଣ୍ଡା ଡାକ୍ତରଖାନାକୁ ପଠାଇଛନ୍ତି । ଘଟଣା ସ୍ଥଳରେ ଉଲୁଣ୍ଡା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ରିପୋର୍ଟ – ଉଗ୍ରସେନ କର୍ମୀ, ସୁବର୍ଣ୍ଣପୁର
x
ସୁବର୍ଣ୍ଣପୁର – ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ଥାନା ଅନ୍ତର୍ଗତ ମାଟୁପାଲି ଛକଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଘଟଣା ସ୍ଥଳରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩ଜଣ ଗୁରୁତର ଆହତ ହୋଇଛନ୍ତି । ଖବର ଅନୁସାରେ ସୋନପୁର ପଟୁ ଦୃତ ଗତିରେ ଆସୁଥିବା ଏକ ହାଇୱା ଗାଡ଼ି ଏବଂ ସିଣ୍ଡୋଲ ପଟରୁ ଆସୁଥିବା ଏକ ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା।

ଯାହା ଫଳରେ ବୋଲେରୋ ରେ ଥିବା ୩ ଜଣଙ୍କ ମଧ୍ୟରୁ ୨ ଜଣଙ୍କ ଘଟଣା ସ୍ଥଳରେ ହିଁ ମୃତ୍ୟୁବରଣ କରିଥିଲେ ଓ ଜଣେ ଗୁରୁତର ଆହତ ହୋଇଥିଲେ । ଏପରିକି ବୋଲେରୋକୁ ଧକ୍କା ଦେବା ପରେ ହାଇୱା ଟି ରାସ୍ତା କଡ଼ରେ ଓଲଟି ପଡିଥିଲା। ଯଦ୍ୱାରା ହାଇୱାରେ ବସିଥିବା ୨ ଜଣ ମଧ୍ୟ ଗୁରୁତର ଆହତ ହୋଇଛନ୍ତି। ମୃତକ ମାନେ ଟାଟା ପାୱାରର କର୍ମଚାରୀ ବୋଲି ଜଣା ପଡିଛି। ଉଲୁଣ୍ଡା ଅଗ୍ନିଶମ ବିଭାଗ ସଦଳବଳେ ସ୍ଥାନୀୟ ଲୋକଙ୍କ ସହାୟତାରେ ଆମ୍ବୁଲାନ୍ସ ଯୋଗେ ଗୁରୁତର ବ୍ୟକ୍ତି ମାନଙ୍କୁ ଉଲୁଣ୍ଡା ଡାକ୍ତରଖାନାକୁ ପଠାଇଛନ୍ତି । ଘଟଣା ସ୍ଥଳରେ ଉଲୁଣ୍ଡା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ସୁବର୍ଣପୁର ଇପିଏ ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ ଏଜେନ୍ସି )
