February 5, 2026
Home » ମାଲକାନଗିରି ଜିଲ୍ଲାରେ ସମସ୍ତ ବିଦ୍ୟାଳୟରେ ବନ୍ଦେ ମାତରମ୍ କାର୍ଯ୍ୟକ୍ରମ

ମାଲକାନଗିରି ଜିଲ୍ଲାରେ ସମସ୍ତ ବିଦ୍ୟାଳୟରେ ବନ୍ଦେ ମାତରମ୍ କାର୍ଯ୍ୟକ୍ରମ

0
WhatsApp Image 2026-01-12 at 7.46.01 PM

ମାଲକାନଗିରି ଜିଲ୍ଲାରେ ସମସ୍ତ ବିଦ୍ୟାଳୟରେ ବନ୍ଦେ ମାତରମ୍ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି । ଜାତୀୟ ଯୁବ ଦିବସ ଉପଲକ୍ଷେ ଜାନୁଆରୀ ୧୨ ତାରିଖରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ଛାତ୍ରଛାତ୍ରୀମାନେ ବନ୍ଦେ ମାତରମ୍ ଗାନ କରିବା ସହ ଆତ୍ମନିର୍ଭର ଭାରତ ସ୍ୱଦେଶୀ ସଂକଳ୍ପ ପାଠ କରିଥିଲେ। ଓଡ଼ିଶା ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏହି କାର୍ଯ୍ୟକ୍ରମର ସୁଚାରୁ ରୂପେ ଆୟୋଜନ ପାଇଁ ସମସ୍ତ ଜିଲ୍ଲା କଲେକ୍ଟରମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହି ଆଦେଶ କ୍ରମେ ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣିଗ୍ରାହୀଙ୍କ ପ୍ରତ୍ୟେକ୍ଷ ତତ୍ତ୍ଵାବଧାନରେ ପ୍ରତ୍ୟେକ ବିଦ୍ୟାଳୟରେ ଜଣେ ଛାତ୍ରଙ୍କୁ ଆତ୍ମନିର୍ଭର ଭାରତ ଆମ୍ବାସାଡର ଭାବରେ ମନୋନୀତ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ପ୍ରତିଯୋଗିତା ମଧ୍ୟ ଆୟୋଜନ କରାଯାଇଥିଲା ଏବଂ ଉତ୍କୃଷ୍ଟ ପ୍ରଦର୍ଶନ କରିଥିବା ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା।ମାଲକାନଗିରି ଜିଲ୍ଲା ଜୟପୁର ଜୋନରେ ଅନ୍ତର୍ଭୁକ୍ତ ଥିଲା, ଯେଉଁଠାରେ କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି ଏବଂ ନୂଆପଡ଼ା ଜିଲ୍ଲା ମଧ୍ୟ ସାମିଲ ଥିଲେ । ଜିଲ୍ଲା ଶିକ୍ଷା ଅଧିକାରୀ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକର ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ତଦାରଖ କରି ପ୍ରଧାନ ଶିକ୍ଷକ ଗଣଙ୍କୁ ପୂର୍ବ ପ୍ରଶିକ୍ଷଣ ପ୍ରଦାନ କରିଥିଲେ।

ରିପୋର୍ଟ: ମାଲକାନଗିରି ଜିଲ୍ଲା ଈପିଏରୁ ତିରୁମାଲା ପ୍ରସାଦ ପଟ୍ଟନାୟକ

Leave a Reply

Your email address will not be published. Required fields are marked *