August 21, 2026
Home » ମାୟାବର୍ହା ଉଚ୍ଚ ବିଦ୍ୟାଳୟ ଠାରେ ସମ୍ବଲପୁରୀ ଦିନ ଧୂମଧାମ ରେ ପାଳିତ

ମାୟାବର୍ହା ଉଚ୍ଚ ବିଦ୍ୟାଳୟ ଠାରେ ସମ୍ବଲପୁରୀ ଦିନ ଧୂମଧାମ ରେ ପାଳିତ

0
WhatsApp Image 2026-08-01 at 2.01.48 PM

ସୁବର୍ଣ୍ଣପୁର —ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହା ଠାରେ ପ୍ରଧାନଶିକ୍ଷକ ଦୀନବନ୍ଧୁ ପ୍ରଧାନଙ୍କ ସଭାପତିତ୍ୱରେ ଗୁରୁ ସତ୍ୟନାରାୟଣ ବହିଦାର ଙ୍କ ଜନ୍ମଦିନ ଅବସରରେ ସମ୍ବଲପୁରୀ ଦିନ ଅତି ଜାକଜମକରେ ପାଳିତ ହୋଇଯାଇଛି ।ମୁଖ୍ୟ ଅତିଥି ଭାବରେ ବଡ଼କର୍ଲେ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରମେଶ ଚନ୍ଦ୍ର ଭୋଇ , ମୁଖ୍ୟବକ୍ତା ଭାବରେ ପୂର୍ବତନ ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ପ୍ରଧାନ ଓ ସମ୍ମାନିତ ଅତିଥି ଭାବରେ ଶିକ୍ଷା ବିତ୍ ଭକ୍ତ ଭୋଇ ଯୋଗଦାନ କରିଥିଲେ।ଏହି ଅବସରରେ ଅନୁଷ୍ଠିତ ନୃତ୍ୟ , ଗୀତ ଓ ଏକକ ଅଭିନୟରେ ଶିକ୍ଷାବିତ୍ ସମ୍ପଦ ଖମାରୀ ,ଶିକ୍ଷକ ନନ୍ଦିଘୋଷ ବାରିକ ଅଧ୍ୟାପିକା ମାମିନା ଭୋଇ ବିଚାରକ ଭାବରେ ଦାୟିତ୍ୱ ତୁଲାଇଥିଲେ। ସଂସ୍କୃତ ଶିକ୍ଷକ ରାଜୁ ମେହେର ସଭା ପରିଚାଳନା କରିବା ସହ ସଭାର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। ଗୀତ ପ୍ରତିଯୋଗିତାରେ ଜାଗୃତି ସେଠୀ, ସ୍ନେହଞ୍ଜଳି ତାଣ୍ଡି ଓ ଦିପ୍ତିଶିଖା ବାଗ ପ୍ରଥମ ୨ୟ ଓ ୩ୟ ସ୍ଥାନ ନୃତ୍ୟ ପ୍ରତିଯୋଗିତାରେ ପାୟଲ ବିଶ୍ୱକର୍ମା, ରୋଜୀ ମେହେର, ମନୀଷା ତାଣ୍ଡି ଓ ଦଳଗତ ନୃତ୍ୟ ରେ ଗଙ୍ଗା ,ମହାନଦୀ ଓ ବ୍ରହ୍ମପୁତ୍ର ଦଳ ଯଥାକ୍ରମେ ୧ମ, ୨ୟ ଓ ୩ୟ ସ୍ଥାନ ଅଧିକାର କରି ଅତିଥିଙ୍କ ଠାରୁ ପୁରଷ୍କୃତ ହୋଇଥିଲେ। ସ୍ୱତନ୍ତ୍ର ଭାବରେ ଅଙ୍କିତ ପ୍ରଧାନ ଓ ଜସ୍ମିନ ତାଣ୍ଡି ପୁରସ୍କୃତ ହୋଇଥିଲେ। ଖେଳ ଶିକ୍ଷକ ଚିନ୍ମୟ ଦାସ, କିରନ କୁମାର ପଟେଲ,ଲିପି ପ୍ରଧାନ, କର୍ମଚାରୀ ମିନକେତନ ଦାସ , ସୁରଜ୍ ଖମାରୀ, ସମୀର କଠାର,ବିଭୀଷଣ ଖମାରୀ ସହଯୋଗ କରିଥିଲେ l

ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ…

Leave a Reply

Your email address will not be published. Required fields are marked *

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।