ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଙ୍କ ପ୍ରଥମ କଳାହାଣ୍ଡି ଗ୍ରସ୍ତ। ଅନ୍ତୋଦୟ ଗୃହ ଯୋଜନାର ଶୁଭାରମ୍ଭ…

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡିରେ ଅନ୍ତୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି। ଆଜି ୬୦ ହଜାର ଘର ପାଇଁ କାର୍ଯ୍ୟାଦେଶ ଦିଆଯାଇଛି।
ପ୍ରତ୍ୟେକ ଘର ପାଇଁ ୧ ଲକ୍ଷ ୨୦ହଜାର ଟଙ୍କା ଓ ଏହା ସହିତ ବିଭିନ୍ନ ଯୋଜନାରେ ଶୌଚାଳୟ, ରନ୍ଧନ ଗ୍ୟାସ, ସ୍ବଚ୍ଛ ପାନୀୟ ଜଳ ଓ ବିଦ୍ୟୁତ୍
ସଂଯୋଗ ମିଳିବ | ୩ ବର୍ଷରେ ୫ ଲକ୍ଷ ଘର ଦିଆଯିବ।ଏଥିପାଇଁ ୭ ହଜାର ୫୫୦ କୋଟି ଟଙ୍କା ଖର୍ଚ୍ଚ ହେବ।ରବିବାର ଭବାନୀପାଟଣାରେ ରବିବାର ଦିନ ଯୋଜନାର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି।
ଆଗାମୀ ଦିନରେ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଭବାନୀପାଟଣା ଓ ସମ୍ବଲପୁରରେ ସେ ନିଜେ ଉପସ୍ଥିତ ରହିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ପୂର୍ବ ସରକାର ୨୪ବର୍ଷରେ ଯାହା କରିପାରିଲାନି ଆମ ବିଜେପି ସରକାର କରି ଦେଖାଇଲା ବୋଲି ସେ କହିଥିଲେ। ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୩ ଲକ୍ଷରୁ ଅଧିକ ଘର ନିର୍ମାଣ ହୋଇସାରିଥିବା ବେଳେ ୪ ଲକ୍ଷ ଘର
ନିର୍ମାଣାଧୀନ ଅଛି। ଜାନୁଆରି ୨୪ରୁ ସର୍ଭେ ଆରମ୍ଭ ହୋଇ ଆହୁରି ୨୬ ଲକ୍ଷରୁ ଅଧିକ ଲୋକଙ୍କୁ ଘର ଯୋଗାଇ ଦିଆଯିବା ଅଞ୍ଚଳବାସୀଙ୍କ ଦାବି
ଅନୁଯାୟୀ ଇନ୍ଦ୍ରାବତୀ ବହୁମୁଖୀ ଜଳ ପ୍ରକଳ୍ପର ବାମପାର୍ଶ୍ଵ କେନାଲର କଂକ୍ରିଟ୍ ଲାଇନିଂ କାର୍ଯ୍ୟ ଖୁବ୍ଶୀଘ୍ର ଶେଷ ହେବ। ଭବିଷ୍ୟତରେ ଯେପରି
କେହି ଦାନ ମାଝୀ ପରି ଅବହେଳାର ଶିକାର ନହୁଅନ୍ତି,ସେଥିପାଇଁ ଆମ ସରକାର ୧୦୯ ଆମ୍ବୁଲାନ୍ସ ବ୍ୟବସ୍ଥା ଆରମ୍ଭ କରିଛନ୍ତି। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ବର୍ଗର ୧୦ ଜଣ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କଳାହାଣ୍ଡି ଜିଲ୍ଲାରେ ୬୧୭.୫୧ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଥିଲେ । ୨୨୩.୬୬ କୋଟି ଟଙ୍କାର ପ୍ରକଳ୍ପ ଉଦ୍ଘାଟିତ ହୋଇଥିବା ବେଳେ ୩୯୩.୮୫ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଛି।ଏହି କାର୍ଯ୍ୟକ୍ରମରେ ପଞ୍ଚାୟତିରାଜ, ପାନୀୟ ଜଳ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାଏକ କହିଥିଲେ ଯେ, ଅନ୍ତୋଦୟ ଗୃହ ଯୋଜନା କିମ୍ବା ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କୌଣସି ବ୍ୟତିକ୍ରମ ଘଟିବ ନାହିଁ।
ଗରିବ ଲୋକଙ୍କ ପ୍ରତି ଅବହେଳା କଲେ ସରକାରୀ କର୍ମଚାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ ବୋଲି ସେ ଚେତାବନୀ ଦେଇଥିଲେ। କାର୍ଯ୍ୟକ୍ରମରେ କଳାହାଣ୍ଡି ସାଂସଦ ମାଳବିକା ଦେଓ, ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପାଟ୍ଟଯୋଷୀ ଉଦ୍ବୋଧନ ଦେଇଥିଲେ। କଳାହାଣ୍ଡି ଜିଲ୍ଲା ପରିଷଦ ସଭାପତି ପୁଷ୍ପେନ୍ଦ୍ର ସିଂହଦେଓ ମଧ୍ୟ ଉପସ୍ଥିତ ଥିଲେ। ଆଭାସି ଜରିଆରେ ସମସ୍ତ ୩୦ ଜିଲ୍ଲାର ସଦର ମହକୁମାରୁ ସାଂସଦ, ମନ୍ତ୍ରୀ, ବିଧାୟକ ଗଣ ଏବଂ ସମସ୍ତ ୩୧୪ ବ୍ଲକରୁ ପଞ୍ଚାୟତିରାଜ ସଦସ୍ୟ ଗଣ କାର୍ଯ୍ୟକ୍ରମରେ ଯୋଡ଼ି ହୋଇଥିଲେ। ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ସଚିବ ଗିରୀଶ ଏସ୍.ଏନ୍ ସ୍ବାଗତ ଭାଷଣ ଦେଇଥିବା ବେଳେ କଳାହାଣ୍ଡି ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଧନ୍ୟବାଦ ଦେଇଥିଲେ। ସୂଚନାଯୋଗ୍ୟ ଯେ,ଅନ୍ତ୍ୟୋଦୟ ଗୃହ ଯୋଜନାରେ ୫୦ ହଜାର ଲୋକଙ୍କୁ ଯୋଜନା ସହ ଯୋଡ଼ିବେ ସରକାର । ଗରିବ ଲୋକଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନାରେ ସାମିଲ କରାଯିବ । ଭିନ୍ନକ୍ଷମ, ବିଧବା, ଦୂରାରୋଗରେ ପୀଡିତ ଥିବା ବ୍ୟକ୍ତି ଏବଂ ସହିଦ ପରିବାର ବ୍ୟକ୍ତି, ପଦ୍ମଶ୍ରୀ ପରିବାର ବ୍ୟକ୍ତି, ବନ୍ୟା ବାତ୍ୟା ଓ ଅଗ୍ନିକାଣ୍ଡ ଘଟି ଘରପୋଡି ଥିବା ବ୍ୟକ୍ତି ଏହି ଯୋଜନାରେ ସାମିଲ ହେବେ । ଏଥିପାଇଁ ଅନଲାଇନ ଆବେଦନ ଖୋଲିବ।
ଫୋନ୍ ନମ୍ବର ୦୬୭୪୬୮୧୭୭୭୭ ଏବଂ ୱେବ ପୋର୍ଟାଲ ମାଧ୍ୟମରେ ପଞ୍ଚାୟତ କାର୍ଯ୍ୟାଳୟରେ ବିଡ଼ିଓଙ୍କ ମାଧ୍ୟମରେ ଆବଦନ କରିହେବ । ବଜେଟ୍ରେ ରାଜ୍ୟ ଗରିବଙ୍କ ପକ୍କା ବାସ ଗୃହ ଦେବା ପାଇଁ ବଡ଼ ଲକ୍ଷ୍ୟ ରଖାଯାଇଛି । ମୋହନ ସରକାର ବଜେଟ୍ରେ ଅନ୍ତ୍ୟୋଦୟ ଯୋଜନା ଲାଗି ୭୭୫୦ କୋଟି ଟଙ୍କା ବ୍ୟୟ ବରାଦ କରିଛନ୍ତି । ଦାରିଦ୍ର୍ୟ ସୀମାରେଖା ତଳେ ଥିବା ପରିବାରକୁ ପକ୍କା ଘର ଯୋଗାଇବାକୁ ` ଅନ୍ତ୍ୟୋଦୟ ଗୃହ ଯୋଜନା’ ରାଜ୍ୟ ସରକାରଙ୍କ ଏକ ମହତ୍ତ୍ଵ ଯୋଜନା ରହିଛି । ଏହା ଅଧିନରେ ଆସନ୍ତା ୩ ବର୍ଷରେ ଅତି କମ୍ରେ ୨ ଲକ୍ଷ ୨୫ ହଜାର ନୂତନ ପକ୍କା ଘର ମଞ୍ଜୁର କରାଯିବ । ୨୦୨୫-୨୬ରେ ୭୫ ହଜାର ଗୃହ ନିର୍ମାଣ ପାଇଁ ଲକ୍ଷ୍ୟ ରଖାଯାଇଛି । ଚଳିତ ବଜେଟ୍ରେ ଏଥିପାଇଁ ୨ ହଜାର ୬୦୩ କୋଟି ବ୍ୟୟ ବରାଦ ହୋଇଛି।
କଳାହାଣ୍ଡି ଇପିଏ ରୁ ବିଦ୍ୟାଧର ସାହୁ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ ଏଜେନ୍ସି )